Posted inଖେଳ

ସ୍ବାମୀଙ୍କୁ ଶୀଘ୍ର ଘରକୁ ଆସିବା ପାଇଁ ଆକୁଳ ନିବେଦନ କଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟେଷ୍ଟ ସିରିଜ ଶେଷ ହୋଇଛି। ୪ଟି ମ୍ୟାଚରେ ୩୨ ଉଇକେଟ ଏବଂ ଗୋଟିଏ ଶତକ ମାରିଥିବା ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମ୍ୟାନ ଅଫ ଦି ସିରିଜ ପୁରସ୍କାର ପ୍ରଦାନ କରାଯାଇଥିଲା। ଏବେ ଅଶ୍ୱିନ ନିଜ ଘରକୁ ଫେରିବାକୁ ପ୍ରସ୍ତୁତ ହେଉଥିବାବେଳେ ତାଙ୍କ ସ୍ତ୍ରୀ ପ୍ରୀତି ନାରାୟଣନ ମଧ୍ୟ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ପ୍ରୀତି ଅଶ୍ୱିନଙ୍କ ଏକ ଫଟୋ ସହ ଟୁଇଟ୍‌ କରି ଲେଖିଛନ୍ତି, ଶୀଘ୍ର ବାୟୋ ବବୁଲ୍‌ ଭାଙ୍ଗି ଘରକୁ ଆସ। ଏଥିରୁ ସ୍ବାମୀଙ୍କୁ କେତେ ସେ ମିସ୍‌ କରୁଛନ୍ତି ତାହା ସ୍ପଷ୍ଟ ହୋଇଛି।ଚତୁର୍ଥ ଟେଷ୍ଟ ପରେ ରବିଚନ୍ଦ୍ରନ ଅଶ୍ୱିନ କହିଛନ୍ତି ଯେ ବାୟୋ-ବବୁଲରେ ରହିବା ଅତ୍ୟନ୍ତ ଆହ୍ବାନପୂର୍ଣ୍ଣ୍‌। କାରଣ ଦୈନନ୍ଦିନ ଆବଶ୍ୟକତା ପାଇଁ ତୁମକୁ ଲଢିବାକୁ ପଡିବ ଏବଂ ଅଷ୍ଟ୍ରେଲିଆରେ ବେଳେବେଳେ ଭାରତୀୟ ଦଳକୁ ଏପରି ହୋଟେଲ ରୁମରେ ରହିବାକୁ ପଡିଥିଲା, ଯେଉଁଠାରେ ଝରକା ମଧ୍ୟ ଖୋଲା କରିବା ନିଷେଧ ଥିଲା। ୧୪ ରୁ ୨୫ ଦିନ ପର୍ଯ୍ୟନ୍ତ ଝରକା ନ ଖୋଲି ରହିବା ବହୁତ କଷ୍ଟସାଧ୍ୟ ବୋଲି ଅଶ୍ୱିନ କହିଛନ୍ତି।
ସୂଚନାଯୋଗ୍ୟ, ଭାରତୀୟ ଦଳର ଅନେକ ଖେଳାଳିଙ୍କ ସହ ରବିଚନ୍ଦ୍ରନ ଅଶ୍ୱିନ ମଧ୍ୟ ଗତ ବର୍ଷ ଅଗଷ୍ଟରୁ ୟୁଏଇରେ ଆଇପିଏଲ ୨୦୨୦ରୁ ବାୟୋ-ବବୁଲରେ ରହୁଥିଲେ। ଏହା ପରେ ଅଷ୍ଟ୍ରେଲିଆ ଗସ୍ତ ଏବଂ ଏବେ ଭାରତ-ଇଂଲଣ୍ଡ ସିରିଜ୍‌ରେ ମଧ୍ୟ ବାୟୋ-ବବୁଲରେ ରହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri