Posted inଖେଳ

ଏଲନ ମସ୍କଙ୍କୁ ଟୁଇଟ୍‌ ଯୋଗେ ସହାୟତା ମାଗିଲେ ଅଶ୍ୱିନ

ନୂଆଦିଲ୍ଲୀ,୧୫।୩: ନିକଟରେ ଶେଷ ହୋଇଥିବା ବର୍ଡର-ଗାଭାସ୍କର ଟ୍ରଫିର ହିରୋ ଥିବା ଆର ଅଶ୍ୱିନଙ୍କୁ ଟୁଇଟର୍‌ରେ କିଛିଟା ସମସ୍ୟାର ସମ୍ମୁଖୀନ ହେବାକୁ ପଡିଛି। ଟୁଇଟରରେ ଅଶ୍ୱିନ ବହୁତ ସକ୍ରିୟ ରହିଛନ୍ତି। ସେ ନିଜ ଟୁଇଟ୍‌ ମାଧ୍ୟମରେ ପ୍ରଶଂସକଙ୍କ ମନୋରଞ୍ଜନ କରନ୍ତି। ଅଶ୍ୱିନ ତାଙ୍କ ଟୁଇଟର୍‌ ସମ୍ବନ୍ଧୀୟ ସମସ୍ୟା ପାଇଁ ସିଧାସଳଖ ଟୁଇଟର୍‌୍‌ ମାଲିକ ଏଲନ ମସ୍କଙ୍କୁ ପ୍ରଶ୍ନ କରିଥିଲେ। ସେ ତାଙ୍କ ଆକାଉଣ୍ଟର ସୁରକ୍ଷାକୁ ନେଇ କିଛି ମାତ୍ରାରେ ଚିନ୍ତିତ ଥିବା ଦେଖାଯାଇଛି।
ଅଶ୍ୱିନ ଟୁଇଟ୍‌ କରି ସୁରକ୍ଷା ବିଷୟରେ ପ୍ରଶ୍ନ କରିଥିଲେ। ସେ ଟୁଇଟ୍‌ କରି ଲେଖିଛନ୍ତି, ମାର୍ଚ୍ଚ ୧୯ ପୂର୍ବରୁ ମୁଁ କିପରି ମୋର ଟୁଇଟର୍‌ ଆକାଉଣ୍ଟକୁ ସୁରକ୍ଷିତ କରିପାରିବି? ମୋତେ ପପ-ଅପ ମିଳୁଛି, କିନ୍ତୁ କୌଣସି ଲିଙ୍କ ସ୍ପଷ୍ଟ ନୁହେଁ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରି ଏଲନ ମସ୍କ ଖୁସି ହୁଅନ୍ତି। ଆମକୁ ସଠିକ ଦିଗରେ ସୂଚିତ କରନ୍ତୁ।
ବର୍ଡର-ଗାଭାସ୍କର ଟ୍ରଫିରେ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଅଶ୍ୱିନଙ୍କୁ ‘ମ୍ୟାନ୍‌ ଅଫ୍‌ ଦ ସିରିଜ୍‌’ ପ୍ରଦାନ କରାଯାଇଥିଲା। ସେ ହାରାହାରି ୧୭.୨୮ରେ ମୋଟ ୨୫ ଉଇକେଟ ନେଇଥିଲେ। ଏଥିରେ ସେ ଦୁଇଥର ୫ରୁ ଅଧିକ ଉଇକେଟ ନେଇଥିଲେ। ଏଥି ସହିତ ସେ ସିରିଜରେ ବ୍ୟାଟିଂ କରି ୮୬ ରନ ସ୍କୋର କରିଥିଲେ। ଅଶ୍ୱିନ ବର୍ତ୍ତମାନ ବିଶ୍ୱର ଏକ ନମ୍ବର ଟେଷ୍ଟ ବୋଲର ଅଟନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri