୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର ଆଞ୍ଚଳିକ ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଧାନ ସଂଗ୍ରହ ନେଇ ପ୍ରଶିକ୍ଷଣ ଏବଂ ଚାଷୀଙ୍କ ସଚେତନ ଶିବିର ଅନୁଷ୍ଠିତ ହୋଇଥିଲା।

ଏଥିରେ ସମବାୟ ବିଭାଗ ଉପ ନିବନ୍ଧକ ମୋନିକା ରାୟ, ଉପଜିଲାପାଳ ତଥା ଆଞ୍ଚଳିକ ନିୟନ୍ତ୍ରିତ ବଜାର କମିଟର ସଭାପତି ଯଦୁମଣି ନାୟକ ଏବଂ ବଜାର କମିଟି ଉପାଧ୍ୟକ୍ଷ ବାଲା ରାୟଙ୍କ ଉପସ୍ଥିତିରେ ଉଦ୍‌ଘାଟିତ ହୋଇଥିଲା। ଏହି ପ୍ରଶିକ୍ଷଣ ଓ ସଚେତନତା ଶିବିରକୁ ଜୟପୁର ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ତୁଷାର କାନ୍ତ ସେଠୀ ପରିଚାଳନା କରିଥିଲେ।

ଏହି ଅବସରରେ ଜୟପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳର ସମସ୍ତ ଚାଷୀ ଏବଂ ସମସ୍ତ କମିଟିର ନିର୍ଦ୍ଦେଶକ ମାନେ ମଧ୍ୟ ଉପସ୍ଥିତ ରହିଥିଲେ। ସରକାର ଧାନର ସର୍ବନିମ୍ନ ମୂଲ୍ୟ ୨୩ ଶହ ଟଙ୍କା ଧାର୍ଯ୍ୟ କରିଛନ୍ତି ଏବଂ ବୋନସ ୮ ଶହ ଟଙ୍କା ଦେବା ପାଇଁ ନିଷ୍ପତି ନେଇଛନ୍ତି।

ଚାଷୀମାନଙ୍କ ଅମଳ ଧାନର ଉଚିତ ମୂଲ୍ୟ ପାଇବେ ଏବଂ ସଠିକ ଭାବେ ଧାନର ମାନ ଯାଞ୍ଚ କରାଯାଇ କ୍ରୟ କରାଯିବା ନେଇ ଜୟପୁର ନିୟନ୍ତ୍ରିତ କମିଟି ଏବଂ ଯୋଗାଣ ବିଭାଗ ପକ୍ଷରୁ ମିଳିତ ଭାବେ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା । ଉଚିତ ମାନର ଧାନ ଚାଷୀ ଆଣିବେ ଏବଂ ମଣ୍ଡିରେ ଠିକ ଢଙ୍ଗରେ ପହଞ୍ଚାଇବେ ଯାହା ଫଳରେ ଧାନର ମୂଲ୍ୟ ସର୍ବନିମ୍ନ ଯାହା ରହିଛି ତାଙ୍କର ପ୍ରାପ୍ୟ ଠିକ୍‌ ପାଇବେ ସେଥିପ୍ରତି ଧ୍ୟାନ ଦିଆଯାଇଛି।

ଏହି ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମରେ ନିୟନ୍ତ୍ରିତ ବଜାର କମିଟିର ନିର୍ଦ୍ଦେଶକ ଦେବେନ୍ଦ୍ର ବାହିନୀପତି, କୃଷ୍ଣଚନ୍ଦ୍ର ନେପାକ, ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ଶଙ୍କର ସେନ ଭୋଇ, ସହକାରୀ ଯୋଗାଣ ଅଧିକାରୀ ଏନ୍‌ ଲକ୍ଷ୍ମଣ ରାଓ ଏବଂ ଚାଷୀମାନେ ଉପସ୍ଥିତ ଥିଲେ। ଏହିପରି କ୍ରୟକାରୀ ସଂସ୍ଥା ଭାବେ ଲ୍ୟାମ୍ପ ଏବଂ ପାଣିପଞ୍ଚାୟତର କର୍ମଚାରୀ ଏବଂ ନିୟନ୍ତ୍ରିତ ବଜାର କମିଟିର ସଦସ୍ୟ ମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ୍ ଟାୱାର ଚଢ଼ି ଆତ୍ମହତ୍ୟା ଧମକ ଦେଲେ ଯୁବକ, ପ୍ରେମିକାକୁ ଭାଇମାନେ….

ଦେବଗଡ,୨।୯(ଶଶାଙ୍କ ଶେଖର ଝାଙ୍କର): ମୋବାଇଲ ଟାୱାର ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଧମକ । ବାରକୋଟ ଥାନା ଝୁମ୍ପୁରା ଗାଁରୁ ଏହି ଘଟଣା ସାମ୍ନାକୁ ଆସିଛି ।…

ସନତ ପାଢ଼ୀ ହେଲେ ବରଗଡ଼ DIPRO, ଦାୟିତ୍ଵ ନେଇ ସହଯୋଗ…

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ନୂତନ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ(ଡିଆଇପିଆରଓ)ଭାବେ ଦାୟିତ୍ବ ଗ୍ରହଣ କଲେ ସନତ ପାଢୀ । ସେ ପଦ୍ମପୁର ଉପଖଣ୍ଡ ସୂଚନା ଓ…

ଗୁରୁବାର BCCIର ବଡ଼ ବୈଠକ, ରୋହିତ ଶର୍ମାଙ୍କ ଭବିଷ୍ୟତ ଉପରେ ହେବ….

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (BCCI) ଗୁରୁବାର ୩ ସେପ୍ଟେମ୍ବରରେ ମୁମ୍ବାଇ ସ୍ଥିତ ଅଫିସ୍‌ରେ ଏକ ହାଇ-ଲେଭଲ୍ ମିଟିଂ କରିବ। ଏହି ବୈଠକରେ ବୋର୍ଡର ସମସ୍ତ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ସ୍କୁଲରେ ୩୦ ଛାତ୍ରଙ୍କୁ ମାଡ଼ ଘଟଣା: ସ୍ଥିତି ପରଖିଲେ ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା

ରାୟଗଡ଼ା,୨ା୯(ଦୀପକ କୁମାର ପରିଡ଼ା): କୋଲନରା ବ୍ଲକ ଅନ୍ତର୍ଗତ ରିଭଲକଣା ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ଅନ୍ୟ ପ୍ରାୟ ୩୦ ଜଣ ସହପାଠୀଙ୍କୁ…

ପ୍ରକାଶ ପାଇଲା OTET-୨୦୨୬ ରେଜଲ୍ଟ: ପାସ୍ ହାର ୬୪.୪୮%

କଟକ,୨।୯: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡ଼ିଶା ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୬ର ଫଳାଫଳ ବୁଧବାର ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଚଳିତ…

ସେପ୍ଟେମ୍ୱର ୪ରେ କାମ କରିବନି UPI, ଜାଣନ୍ତୁ କେତେ ସମୟ ବନ୍ଦ ରହିବ?

ନୂଆଦିଲ୍‌ଲୀ,୨।୯: ଯଦି ଆପଣ ପ୍ରତିଦିନ SBI ର UPI ମାଧ୍ୟମରେ ପେମେଣ୍ଟ କରୁଛନ୍ତି, ତେବେ ୪ ସେପ୍ଟେମ୍ୱର ରାତିରେ ଟିକେ ସତର୍କ ରହିବାକୁ ପଡ଼ିବ। ବ୍ୟାଙ୍କ ସୂଚନା…

ମୁହଁ ଉପରେ ହିଁ ଶୁଣାଇ ଦିଅନ୍ତି ଏହି ୩ ରାଶି; ହେଲେ ପଛରେ ଖେଳନ୍ତି ଭୟଙ୍କର ଗେମ୍‌

‘ମୁହଁରେ ରାମ, କାଖରେ ଛୁରୀ’ ଏହା କୌଣସି ନୂଆ ଢଗ ନୁହେଁ, ଏହାକୁ ଆମେ ସମସ୍ତେ ବହୁବାର ଶୁଣିଥିବା। କିନ୍ତୁ ଜ୍ୟୋତିଷ ଶାସ୍ତ୍ରରେ ଏପରି କିଛି ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri