Posted inଖେଳ

ପାକିସ୍ତାନ ଆଗରେ ୪୦୨ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଲା ନ୍ୟୁଜିଲାଣ୍ଡ

ବେଙ୍ଗାଲୁରୁ,୪।୧୧: ବେଙ୍ଗାଲୁରୁସ୍ଥିତ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ ୨୦୨୩ କ୍ରିକେଟ୍‌ ବିଶ୍ୱକପ୍‌ର ଶନିବାର ଖେଳାଯାଇଥିବା ୩୫ତମ ମ୍ୟାଚ୍‌ରେ ପାକିସ୍ତାନ ଅଧିନାୟକ ବାବର ଆଜମ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୬ ଉଇକେଟ ହରାଇ ୪୦୧ ରନ୍‌ କରିଛି। ଫଳରେ ପାକିସ୍ତାନ ଆଗରେ ୪୦୨ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ନ୍ୟୁଜିଲାଣ୍ଡ।

ନ୍ୟୁଜିଲାଣ୍ଡ ଦୁଇ ଓପନର ଡିଭନ କନ୍‌ୱେ ଏବଂ ରଚିନ ରବୀନ୍ଦ୍ର ଦଳକୁ ଭଲ ଷ୍ଟାର୍ଟ ଦେଇଥିଲେ। ଡିଭନ କନୱେ ୩୫ ରନ୍‌ କରି ଆଉଟ୍‌ ହୋଇଯାଇଥିଲେ। ହେଲେ ରଚିନ ରବୀନ୍ଦ୍ର ଏବଂ ଅଧିନାୟକ କେନ୍‌ ଓ୍ବିଲିୟମସନ ଧୈର୍ଯ୍ୟର ସହ ବ୍ୟାଟିଂ କରି ଦଳୀୟ ସ୍କୋରକୁ ଆଗକୁ ନେଇଥିଲେ। ରବୀନ୍ଦ୍ର ୯୪ ବଲ୍‌ରେ ୧୫ ଚଉକା ସହ ଗୋଟିଏ ଛକା ସହାୟତାରେ ୧୦୮ ରନ୍‌ ବିସ୍ଫୋରକ ଇନିଂସ୍‌ ଖେଳିଥିଲେ। ସେହିପରି ଅଧିନାୟକ ଓ୍ବିଲିୟମସନ ୭୯ ବଲ୍‌ରେ ୧୦ ଚଉକା ଏବଂ ୨ ଛକା ସହାୟତାରେ ୯୫ ରନ୍‌ର ଗୁରୁତ୍ୱପୂର୍ଣ୍ଣ ବ୍ୟାଟିଂ କରିଥିଲେ। ସେହିପରି ଡାରିଲ୍‌ ମିଚେଲ ୨୯ ରନ୍‌ କରିଥିବା ବେଳେ ମାର୍କ ଚାପମ୍ୟାନ୍‌ ୩୯ ରନ୍‌ କରିଥିଲେ।

ଶେଷ ବେଲକୁ ଗ୍ଲେନ୍‌ ଫିଲିପ୍ସ ଏବଂ ମିଚେଲ ସାଣ୍ଟନର ଧୂଆଁଧାର ବ୍ୟାଟିଂ କରିଥିଲେ। ଫିଲିପ୍ସ ୨୫ ବଲ୍‌ରେ ୪ ଚଉକା ଏବଂ ୨ ଛକା ସହାୟତାରେ ୪୧ ରନ୍‌ କରିଥିବା ବେଳେ ସାଣ୍ଟନର ୧୭ ବଳ୍‌ରେ ୨ ଛକା ସହାୟତାରେ ୨୬ ରନ୍‌ର ମହତ୍ତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଫଳରେ ନ୍ୟୁଜିଲାଣ୍ଡ ୫୦ ଓଭରରେ ୬ ଉଇକେଟ ହରାଇ ୪୦୧ ରନ୍‌ କରିବାରେ ସକ୍ଷମ ହୋଇଥିଲା।

ପାକିସ୍ତାନର ସହମ୍ମଦ ଓ୍ବାଶିମ୍‌ ସର୍ବାଧିକ ୩ ଉଇକେଟ ନେଇଥିବା ବେଳେ ହାସନ୍‌ ଅଲି, ଇପ୍ଟକର ଅହମ୍ମଦ ଏବଂ ହରିସ ରାଉଫ୍‌ ଗୋଟିଏ ଲେଖାଁଏ ଉଇକେଟ୍‌ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri