Posted inଖେଳ

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି। ଜାଡେଜା ପ୍ରଥମ ଇନିଂସରେ ଟେଷ୍ଟ କ୍ରିକେଟରେ ୩୫୦ ଉଇକେଟ୍‌ ପୂରଣ କରିଛନ୍ତି। ଏହା ସହିତ ସେ ଟେଷ୍ଟରେ ୪,୦୦୦ରୁ ଅଧିକ ରନ ଏବଂ ୩୫୦ରୁ ଅଧିକ ଉଇକେଟ୍‌ ନେଇଥିବା ଭାରତର ଦ୍ୱିତୀୟ ଖେଳାଳି ହୋଇଛନ୍ତି। ତାଙ୍କ ପୂର୍ବରୁ କିମ୍ବଦନ୍ତୀ କପିଲ ଦେବ ଏହି କାରନାମା କରିଥିଲେ।

ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ରବୀନ୍ଦ୍ର ଜାଡେଜା ୩ଟି ଉଇକେଟ୍‌ ନେଇଥିଲେ। ଏହା ପରେ ଟେଷ୍ଟ କ୍ରିକେଟରେ ତାଙ୍କ ନାମରେ ମୋଟ ୩୫୧ ଉଇକେଟ୍‌ ହୋଇଛି। ସେହିପରି ଜାଡେଜା ଏପର୍ଯ୍ୟନ୍ତ ୪,୧୦୮ ରନ ମଧ୍ୟ କରିଛନ୍ତି। ଏହା ସହିତ ଜାଡେଜା ସେହି ବିଶେଷ ରେକର୍ଡ ତାଲିକାରେ ସାମିଲ ହୋଇଛନ୍ତି, ଯେଉଁଥିରେ ବିଶ୍ୱର ମାତ୍ର ୪ ଜଣ କ୍ରିକେଟର ରହିଛନ୍ତି।

ପୂର୍ବତନ ଭାରତୀୟ କିମ୍ବଦନ୍ତୀ କପିଲ ଦେବ ଟେଷ୍ଟରେ ୫,୨୪୮ ରନ ଏବଂ ୪୩୪ ଉଇକେଟ୍‌ ନେଇଛନ୍ତି। ଇଂଲଣ୍ଡର ପୂର୍ବତନ ମହାନ ଅଲରାଉଣ୍ଡର ଇଆନ ବୋଥାମଙ୍କ ନାମରେ ୫,୨୦୦ ରନ ଏବଂ ୩୮୩ ଉଇକେଟ୍‌ ରହିଛି। ସେହିପରି ନ୍ୟୁଜିଲାଣ୍ଡର ଡାନିଏଲ ଭିଟୋରି ୩୬୨ ଉଇକେଟ୍‌ ନେବା ସହ ୪,୫୩୧ ରନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?