Posted inଖେଳ

ବିଶ୍ୱ ରେକର୍ଡ ସାଙ୍ଗକୁ କପିଲ ଦେବଙ୍କୁ ପଛରେ ପକାଇଲେ

ମୋହାଲି,୫।୩: ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟରେ ଦମଦାର ବ୍ୟାଟିଂ କରିଛନ୍ତି । ପ୍ରଥମ ଇନିଂସରେ ଅପରାଜିତ ୧୭୫ ରନ୍‌ର ଇନିଂସ ଖେଳି ଜାଡେଜା ଏକାଧିକ ରେକର୍ଡ ନିଜ ନାମରେ କରିଛନ୍ତି । ସେ କିମ୍ବଦନ୍ତୀ କ୍ରିକେଟର କପିଲ ଦେବଙ୍କ ରେକର୍ଡ ମଧ୍ୟ ଭାଙ୍ଗି ଦେଇଛନ୍ତି ।

ବର୍ତ୍ତମାନ ଜାଡେଜା ଭାରତ ପାଇଁ ୭ମ ଉଇକେଟରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର କରିଥିବା ଖେଳାଳି ପାଲଟିଛନ୍ତି। ଜାଡେଜାଙ୍କ ପୂର୍ବରୁ କପିଲ ଦେବଙ୍କ ନାମରେ ଏହି ରେକର୍ଡ ଥିଲା । ସେ ୧୯୮୬ରେ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟରେ ୧୬୩ ରନ୍‌ର ଇନିଂସ ଖେଳିଥିଲେ । ସେବେଠାରୁ କୌଣସି ଭାରତୀୟ ୭ମ ସ୍ଥାନରେ ବ୍ୟାଟିଂ କରି ଏତେ ରନ୍‌ କରି ପାରି ନଥିଲେ । ହେଲେ ଶନିବାର ଜାଡେଜା ଶ୍ରୀଲଙ୍କା ବିପକ୍ଷରେ ଏହି ରେକର୍ଡକୁ ଭାଙ୍ଗିଛନ୍ତି ।

ସେହିପରି ଜାଡେଜା ପ୍ରଥମ ଖେଳାଳି ଭାବେ ୭ ନଂରେ ବ୍ୟାଟିଂ କରି କୌଣସି ଇନିଂସରେ ୩ ଖେଳାଳିଙ୍କ ସହ ଶତକୀୟ ଭାଗିଦାରୀ କରି ବିଶ୍ୱ ରେକର୍ଡ କରିଛନ୍ତି । ପ୍ରଥମେ ସେ ଋଷଭ ପନ୍ତ(୯୬)ଙ୍କ ସହ ମିଶି ଶତକୀୟ ଭାଗିଦାରୀ କରିଥିଲେ । ଏହାପରେ ରବି ଅଶ୍ୱିନ(୬୧) ଓ ଶେଷରେ ମହମ୍ମଦ ଶାମି(୨୦)ଙ୍କ ସହ ମିଶି ୧୦୦ ରନ୍‌ର ଭାଗିଦାରୀ କରିଛନ୍ତି । କପିଲ ଦେବ ଓ ଜାଡେଜାଙ୍କ ବ୍ୟତୀତ ୭ମ ସ୍ଥାନରେ ଭାରତ ପାଇଁ ସର୍ବାଧିକ ରନ୍‌ କରିଥିବା ତାଲିକାର ତୃତୀୟ ସ୍ଥାନରେ ଋଷଭ ପନ୍ତ(୧୫୬) ରନ୍‌ ରହିଛନ୍ତି ।

କହିରଖୁଛୁ, ଜାଡେଜାଙ୍କ ଅପରାଜିତ ୧୭୫ ରନ୍‌ ବଳରେ ଭାରତ ପ୍ରଥମ ପାଳିରେ ୮ ଉଇକେଟ ହରାଇ ୫୭୪ ରନ୍‌ କରିଥିବା ବେଳେ ଅଧିନାୟକ ରୋହିତ ଶର୍ମା ଇନିଂସ ଘୋଷଣା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ପନ୍ତ ୯୬, ରବି ଅଶ୍ୱିନ ୬୧, ହନୁମା ବିହାରୀ ୫୮, ବିରାଟ କୋହଲି ୪୫, ମୟଙ୍କ ଅଗ୍ରୱାଲ ୩୩, ରୋହିତ ଶର୍ମା ୩୯ ଓ ଶ୍ରେୟସ ଆୟାର ୨୭ ରନ୍‌ ଇନିଂସ ଖେଳିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?