Posted inଖେଳ

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି ଯାଇଛି। ଯେଉଁ ଟିମ୍‌ ପାଇଁ ଜାଡେଜା ନିଜର ସର୍ବସ୍ବ ଦେଉଥିଲେ, ଚଳିତ ସିଜନରେ ସେହି ଟିମ ବିପକ୍ଷରେ ହିଁ ତାଙ୍କୁ ପଡ଼ିଆକୁ ଓହ୍ଲାଇବାକୁ ପଡ଼ିଛି। ଚଳିତ ବର୍ଷ ରାଜସ୍ଥାନ ରୟାଲ୍ସ (RR) ପାଇଁ ’ହଲ୍ଲା ବୋଲ’ କରୁଥିବା ଜାଡେଜା, CSK ବିପକ୍ଷ ମ୍ୟାଚ୍‌ରେ ଭାବୁକ ହୋଇ କାନ୍ଦି ପକାଇଥିବା ଦେଖିବାକୁ ମିଳିଛି।
WATCH | Ravindra Jadeja CRYING? RR Allrounder Gets Emotional During IPL 2026 Match Against Ex-Franchise CSK | Republic World
ମ୍ୟାଚ ଚାଲିଥିବା ସମୟରେ ଜାଡେଜାଙ୍କ ଆଖିରେ ଲୁହ ଦେଖିବାକୁ ମିଳିଥିଲା। ଏହାର କାରଣ ଥିଲା ’ପୁରୁଣା ପ୍ରେମ’। ଜାଡେଜା ପ୍ରାୟ ୧୨-୧୩ ବର୍ଷ ଧରି CSK ସହିତ ଜଡ଼ିତ ଥିଲେ।
ମ୍ୟାଚ ପରେ ସେ କହିଛନ୍ତି, ଏତେ ବର୍ଷ CSK ପାଇଁ ଖେଳିବା ପରେ ଅନ୍ୟ ଏକ ଜର୍ସି ପିନ୍ଧି ସେମାନଙ୍କ ବିପକ୍ଷରେ ଖେଳିବା ସହଜ ନ ଥିଲା। ଯେତେବେଳେ ଷ୍ଟାଡିୟମରେ CSK ସମର୍ଥକମାନେ ମୋ ନାମ ଧରି ଚିତ୍କାର କଲେ, ମୁଁ ନିଜ ଉପରୁ ନିୟନ୍ତ୍ରଣ ହରାଇ ବସିଲି ଏବଂ ଆଖିରୁ ଲୁହ ଝରି ଆସିଲା।”

ମ୍ୟାଚ ଶେଷ ହେବା ପରେ ଏକ ହୃଦୟସ୍ପର୍ଶୀ ଦୃଶ୍ୟ କ୍ୟାମେରାରେ କଏଦ ହୋଇଥିଲା। ରାଜସ୍ଥାନ ରୟାଲ୍ସ ଏହି ମ୍ୟାଚକୁ ୮ ଉଇକେଟରେ ଜିତିବା ପରେ ଜାଡେଜା CSK ଖେଳାଳି ଖଲିଲ ଅହମ୍ମଦଙ୍କ ପାଖକୁ ଯାଇଥିଲେ। ତାଙ୍କ ସହ କଥା ହେବା ପୂର୍ବରୁ ଜାଡେଜା ଖଲିଲଙ୍କ ଜର୍ସିରେ ଥିବା CSK Logoକୁ ଦେଖି ତାକୁ ଚୁମ୍ବନ ଦେଇଥିଲେ। ଏହି ଘଟଣାରୁ ସ୍ପଷ୍ଟ ଜଣାପଡୁଛି ଯେ, ଜାଡେଜା ଆଜି ରାଜସ୍ଥାନ ପାଇଁ ଖେଳୁଥାଇ ପାରନ୍ତି, କିନ୍ତୁ ତାଙ୍କ ହୃଦୟରେ CSK ପାଇଁ ଭଲପାଇବା ଏବେ ବି ଅତୁଟ ରହିଛି।

ଭାବପୂର୍ଣ୍ଣ ହେବା ସତ୍ତ୍ୱେ ଜାଡେଜା ପଡ଼ିଆରେ ନିଜର ବୃତ୍ତିଗତ କର୍ତ୍ତବ୍ୟ ଭୁଲି ନ ଥିଲେ। ସେ ମାତ୍ର ୩ ଓଭରରେ ୧୮ ରନ ଦେଇ ୨ଟି ଗୁରୁତ୍ୱପୂର୍ଣ୍ଣ ଉଇକେଟ ନେଇଥିଲେ, ଯାହା ଚେନ୍ନାଇର ବ୍ୟାଟିଂ ମେରୁଦଣ୍ଡ ଭାଙ୍ଗିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲା।  ଏସବୁ ମଧ୍ୟରେ ଜାଡେଜାଙ୍କ ଏହି ଭାବୁକ ରୂପ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏବଂ ପ୍ରଶଂସକମାନେ ତାଙ୍କୁ ଜଣେ ’ପ୍ରକୃତ ଟିମ ପ୍ଲେୟାର’ ବୋଲି କହୁଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?