Posted inଖେଳ

ଜାଡେଜାଙ୍କ ଦ୍ୱିଶତକ ପୂର୍ବରୁ କାହିଁକି ହେଲା ଇନିଂସ ଘୋଷଣା: ରୋହିତ କଲେ ଖୁଲାସା

ମୋହାଲି,୬।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୋହାଲିରେ ଚାଲିଥିବା ପ୍ରଥମ ଟେଷ୍ଟ  ମାତ୍ର ୩ ଦିନରେ ଶେଷ ହୋଇଛି। ଅଧିନାୟକ ଭାବେ ରୋହିତ୍‌ ଶର୍ମା ନିଜର ପ୍ରଥମ ଟେଷ୍ଟରେ ବୃହତ ବିଜୟ ହାସଲ କରିଛନ୍ତି। ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡର ପ୍ରଦର୍ଶନ ଦମରେ ଟିମ ଇଣ୍ଡିଆ ଇନିଂସ ଓ ୨୨୨ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଏଥିସହ ଭାରତ ଦୁଇମ୍ୟାଚ ବିଶିଷ୍ଟ ସିରିଜରେ ୧-୦ର ଅଗ୍ରଣୀ ହାସଲ କରିଛି।
ଭାରତ ପ୍ରଥମ ଇନିଂସରେ ୮ ଉଇକେଟ ହରାଇ ୫୭୪ ରନର ବିଶାଳ ସ୍କୋର ଛିଡା କରିଥିଲା। ଜବାବରେ ଶ୍ରୀଲଙ୍କା ପ୍ରଥମ ଇନିଂସରେ ୧୭୪ ରନ କରି ଅଲଆଉଟ ହୋଇଥିଲା। ଫଲୋଅନ ଖାଇ ବ୍ୟାଟିଂ କରିଥିବା ଶ୍ରୀଲଙ୍କ ଦ୍ୱିତୀୟ ଇନିଂସରେ ମଧ୍ୟ ନୈରାଶ୍ୟଜନକ ବ୍ୟାଟିଂ କରି ମାତ୍ର ୧୭୮ ରନରେ ଅଲଆଉଟ ହୋଇଛି। ବ୍ୟାଟରେ ଅପରାଜିତ ୧୭୫ ରନର ଯୋଗଦାନ କରିଥିବା ଜାଡେଜା ବୋଲିଂରେ ମଧ୍ୟ କମାଲ କରି ମୋଟ ୯ ଉଇକେଟ ନେଇ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଛନ୍ତି। ତେବେ ମ୍ୟାଚ୍‌ର ସବୁଠୁ ବଡ ପ୍ରଶ୍ନ ହେଲା ରବିନ୍ଦ୍ର ଜାଡେଜାଙ୍କ ଦ୍ୱିଶତକ ପୂର୍ବରୁ ଟିମ ଇଣ୍ଡିଆ କାହିଁକି ଇନିଂସ ଘୋଷଣା କଲା। ମ୍ୟାଚ୍‌ ପରେ ରୋହିତ ଶର୍ମା ମ୍ୟାଚ ଏହାର ଖଉଲାସା କରିଛନ୍ତି। ରୋହିତ ଶର୍ମା କହିଛନ୍ତି, ଏହା ଦଳ ଏବଂ ରବିନ୍ଦ୍ର ଜାଡେଜାଙ୍କ ନିଷ୍ପତ୍ତି ଥିଲା। ଏଥିରୁ ଜଣା ପଡେ ସେ ଜଣେ ସ୍ବାର୍ଥହୀନ ଖେଳାଳି। ଏହି ମ୍ୟାଚ୍‌ରେ ଉଭୟ ବ୍ୟାଟ୍‌ ଏବଂ ବଲ୍‌ରେ ଚମତ୍କାର ପ୍ରଦର୍ଶନ କରିଛନ୍ତି।
ସୂଚନାଯୋଗ୍ୟ, ମ୍ୟାଚ୍‌ରେ ଦ୍ୱିତୀୟ ଦିନରେ ରବିନ୍ଦ୍ର ଜାଡେଜା ୧୭୫ ରନ୍‌ରେ ବ୍ୟାଟିଂ କରୁଥିବାବେଳେ ରୋହିତ ଶର୍ମା ଇନିଂସ ଘୋଷଣା କରିଥିଲେ। ତାଙ୍କ ଦ୍ୱିଶତକ ପୂରଣ ହେବାକୁ ଆଉ ମାତ୍ର ୨୫ ରନ୍‌ ବାକି ଥିଲା। ଏହି ସମୟରେ ଇନିଂସ ଘୋଷଣାକୁ ନେଇ ସୋସିଆଲ ମିଡିଆରେ ଅନେକ ଚର୍ଚ୍ଚା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri