Posted inଖେଳ

ମୋ କ୍ୟାରିୟରର ଶ୍ରେଷ୍ଠ ଥ୍ରୋ ଥିଲା : ଜାଡେଜା

ସିଡ୍‌ନୀ,୮।୧- ସ୍ଥାନୀୟ ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟର ଦ୍ୱିତୀୟ ଦିନରେ ପୂରା ଛାଇ ରହିଥିଲେ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା। ବୋଲିଂ ହେଉ କି ଫିଲ୍ଡିଂ, ସବୁ ବିଭାଗରେ ତାଙ୍କ ପ୍ରଦର୍ଶନ ଥିଲା ଉଚ୍ଚକୋଟିର। ବୋଲିଂରେ ୪ ଉଇକେଟ ନେଇଥିବା ଜାଡେଜାଙ୍କ ଏକ ଡାଇରେକ୍ଟ ଥ୍ରୋରେ ଷ୍ଟିଭ ସ୍ମିଥ ରନ୍‌ ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଥିଲେ।

ଅଷ୍ଟ୍ରେଲିଆ ଅଲଆଉଟ୍‌ ହେବା ପରେ ୪ ଉଇକେଟ ସଫଳତା ନା ଡାଇରେକ୍ଟ ଥ୍ରୋ ମଧ୍ୟରୁ କାହାକୁ ବାରମ୍ବାର ଦେଖିବାକୁ ପସନ୍ଦ କରିବେ ବୋଲି ପ୍ରଶ୍ନ କରାଯାଇଥିଲା। ଉତ୍ତରରେ ସିନିୟର ଅଲରାଉଣ୍ଡର ଜାଡେଜା କହିଛନ୍ତି, ଏହା ମୋ କ୍ୟାରିୟରର ଶ୍ରେଷ୍ଠ ଥ୍ରୋ। ମୁଁ ଏହି ରନ୍‌ ଆଉଟ୍‌କୁ ବାରମ୍ବାର ଦେଖିବାକୁ ଚାହେଁ। ୩୦ ୟାର୍ଡ ସର୍କଲ ବାହାରୁ ଡାଇରେକ୍ଟ ଥ୍ରୋ କରି ରନ୍‌ ଆଉଟ୍‌ କରିବା ଏକ ସନ୍ତୋଷର ବିଷୟ। ୩ରୁ ୪ ଉଇକେଟ ନେବା ମୋ ପାଇଁ ଖୁସିର କଥା। କିନ୍ତୁ ଏହି ରନ୍‌ ଆଉଟ୍‌ ମୋର ସାରା ଜୀବନ ମନେ ରହିବ।

ଜାଡେଜାଙ୍କ ରକେଟ୍‌ ଥ୍ରୋ ଦ୍ୱାରା ସ୍ମିଥଙ୍କୁ ରନ୍‌ଆଉଟ୍‌ କରିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଏହାକୁ କ୍ରିକେଟ ପ୍ରଶଂସକମାନେ ଖୁବ୍‌ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri