ଆଇପିଏଲ୍‌ରେ ପ୍ରଥମ ଖେଳାଳି ଭାବେ ଏହି ସଫଳତା ପାଇଲେ ଜାଡେଜା

ଦୁବାଇ, ୩।୧୦: ଚଳିତ ଆଇପିଏଲ୍‌ରେ ଶୁକ୍ରବାର ଅନୁଷ୍ଠିତ ଏକ ମ୍ୟାଚ୍‌ରେ ଚେନ୍ନାଇ ସୁପର୍‌ କିଙ୍ଗ୍ସ ୭ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ନିକଟରୁ ପରାସ୍ତ ହୋଇଥିଲା। ଏହି ମ୍ୟାଚ୍‌ରେ ହାଇଦ୍ରାବାଦ୍‌ ପକ୍ଷରୁ ଧାର୍ଯ୍ୟ ୧୬୫ ରନର ଟାର୍ଗେଟ୍‌କୁ ପିଛା କରି ମହେନ୍ଦ୍ର ସିଂ ଧୋନୀଙ୍କ ଦଳ ୫ ଉଇକେଟ୍‌ରେ ୧୫୭ ରନ କରିବାକୁ ସମର୍ଥ ହୋଇଥିଲା। ଷ୍ଟାର୍‌ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ୩୫ ବଲରୁ ୫୦ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ ମଧ୍ୟ ଦଳକୁ ଜିତାଇ ପାରି ନ ଥିଲେ। ତେବେ ଏହି ଅର୍ଦ୍ଧଶତକ ସହ ସେ ଆଇପିଏଲ୍‌ରେ ଏକ ସ୍ବତନ୍ତ୍ର କ୍ଲବରେ ସାମିଲ ହୋଇଛନ୍ତି। ଆଇପିଏଲ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଜାଡେଜା ୨ ହଜାର ରନ୍‌ ପୂରଣ କରିବା ସହିତ ୧୦୦ ଉଇକେଟ୍‌ ମଧ୍ୟ ହାସଲ କରିଛନ୍ତି। ୨୦୦୮ରେ ଦିଲ୍ଲୀ ଡେୟାରଡେଭିଲ୍ସ ବିପକ୍ଷରେ ଖେଳି ଆଇପିଏଲ୍‌ କ୍ୟାରିୟାର ଆରମ୍ଭ କରିଥିବା ଜାଡେଜା ବର୍ତ୍ତମାନ ସୁଦ୍ଧା ୧୭୪ ମ୍ୟାଚ୍‌ରେ ୨୪.୧ ଆଭରେଜରେ ୨ ହଜାର ରନ୍‌ ପୂରଣ କରିଛନ୍ତି। ସେ ଆଇପିଏଲ୍‌ରେ ଗୋଟିଏ ଅର୍ଦ୍ଧଶତକ ସହ ୬୭ ଛକା ମାରିଛନ୍ତି। ସେହିଭଳି ବୋଲିଂରେ ସେ ୭.୬୬ ଇକୋନୋମିରେ ୧୧୦ ଉଇକେଟ୍‌ ଅକ୍ତିଆର କରିଛନ୍ତି। ଗୋଟିଏ ଥର ଜାଡେଜା ୫ ଉଇକେଟ୍‌ ସଫଳତା ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri