Posted inଖେଳ

କପିଳ ଦେବଙ୍କ କ୍ଲବରେ ଜାଡେଜା

ନୂଆଦିଲ୍ଲୀ,୬।୮: ମହାନ ଅଲରାଉଣ୍ଡର ତଥା ପୂର୍ବତନ ଭାରତୀୟ ଅଧିନାୟକ କପିଳ ଦେବଙ୍କ କ୍ଲବରେ ରବୀନ୍ଦ୍ର ଜାଡେଜା ସାମିଲ ହୋଇଛନ୍ତି। ଟ୍ରେଣ୍ଟ ବ୍ରିଜଠାରେ ଇଂଲଣ୍ଡ ବିପକ୍ଷରେ ଚାଲିଥିବା ଟେଷ୍ଟର ପ୍ରଥମ ଇନିଂସରେ ଅପରାଜିତ ୨୬ ରନ୍‌ର ଇନିଂସ ଖେଳିବା ଅବସରରେ କ୍ରିକେଟ ଲମ୍ବା ଫର୍ମାଟରେ ୨ ହଜାର ରନ୍‌ ପୂରଣ କରିଛନ୍ତି ଜାଡେଜା। ଏଥିସହ ଟେଷ୍ଟ ଫର୍ମାଟରେ ଦୁଇ ହଜାରରୁ ଅଧିକ ରନ୍‌ ଓ ଦୁଇ ଶହରୁ ଅଧିକ ଉଇକେଟ ନେଇଥିବା ଭାରତୀୟ ଅଲରାଉଣ୍ଡରଙ୍କ ତାଲିକାରେ ସ୍ଥାନ ପାଇଛନ୍ତି।

କ୍ୟାରିୟରର ୫୩ ତମ ଟେଷ୍ଟରେ ଦୁଇ ହଜାର ରନ୍‌ ଅତିକ୍ରମ କରିଥିବା ଜାଡେଜାଙ୍କ ନାମରେ ରହିଛି ୨୨୧ଟି ଉଇକେଟ। ଭାରତୀୟ କ୍ରିକେଟ ଇତିହାସରେ ଶ୍ରେଷ୍ଠ ଅଲରାଉଣ୍ଡର କୁହାଯାଉଥିବା କପିଳ ଦେବ ୧୩୧ ଟେଷ୍ଟରେ ୪୩୪ ଉଇକେଟ ନେବା ସହ ୫,୨୪୮ ରନ୍‌ କରିଥିଲେ। ଏହି ତାଲିକାରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଏପର୍ଯ୍ୟନ୍ତ ୭୯ ଟେଷ୍ଟରେ ୪୧୩ ଉଇକେଟ ନେଇଥିବା ୩୪ ବର୍ଷୀୟ ଅଶ୍ୱିନ ୨,୬୫୬ ରନ୍‌ କରିଛନ୍ତି। ହରଭଜନ ସିଂଙ୍କ ନାମରେ ମଧ୍ୟ ୨,୨୨୪ ରନ୍‌ ଓ ୪୧୭ ଉଇକେଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?