Posted inଖେଳ

ଟପ୍‌ ୧୦ରେ ରବୀନ୍ଦ୍ର ଜାଡେଜା

ଦୁବାଇ, ୨୩ା୨(ପି.ଟି.): ଆଇସିସି ପୁରୁଷ ଟେଷ୍ଟ ପ୍ଲେୟର ର଼୍ୟାଙ୍କିଙ୍ଗ ତାଲିକା ଏଠାରେ ବୁଧବାର ପ୍ରକାଶ ପାଇଛି। ଏଥିରେ ଭାରତର ରବିଚନ୍ଦ୍ରନ ଅଶ୍ୱିନ ଗୋଟିଏ ସ୍ଥାନ ଉପରକୁ ଉଠି ଦ୍ୱିତୀୟ ସ୍ଥାନ ଅଧିକାର କରିନେଇଛନ୍ତି। ରବୀନ୍ଦ୍ର ଜାଡେଜା ୭ ସ୍ଥାନ ଡେଇଁ ଟପ୍‌ ୧୦ ବୋଲର ମଧ୍ୟରେ ସ୍ଥାନ ପାଇଛନ୍ତି। ନୂଆଦିଲ୍ଲୀରେ ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ୧୦ ଉଇକେଟ ସଫଳତା ପାଇଁ ଜାଡେଜା ୯ମ ସ୍ଥାନରେ ପହଞ୍ଚତ୍ଛନ୍ତି। ୨୦୧୯ ସେପ୍ଟେମ୍ବର ପରେ ସେ ପ୍ରଥମ ଥର ଟପ୍‌-୧୦ ବୋଲରଙ୍କ ସ୍ଥାନରେ ସ୍ଥାନ ପାଇଛନ୍ତି। ଆଘାତପ୍ରାପ୍ତ ପେସ୍‌ ବୋଲର ଯଶପ୍ରୀତ୍‌ ବୁମ୍‌ରା ଅନ୍ୟ ଭାରତୀୟ ବୋଲର ଭାବେ ଟପ୍‌ ୧୦ରେ ୫ମ ସ୍ଥାନରେ ଅଛନ୍ତି। ଭେଟେରାନ ଇଂଲଣ୍ଡ ସିମ୍‌ ବୋଲର ଜେମ୍ସ ଆଣ୍ଡରସନ ତାଲିକାର ଶୀର୍ଷରେ ରହିଛନ୍ତି। କିନ୍ତୁ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କୁମିନ୍ସ ଦୁଇ ସ୍ଥାନ ତଳକୁ ଖସି ତୃତୀୟ ସ୍ଥାନରେ ଅଛନ୍ତି। ଅକ୍ଷର ପଟେଲ ଟପ୍‌ ୫ ଅଲରାଉଣ୍ଡର ତାଲିକାରେ ସ୍ଥାନ ପାଇଛନ୍ତି। ଏହି ତାଲିକାରେ ଶୀର୍ଷରେ ଜାଡେଜା ଓ ଅଶ୍ୱିନ ରହିଛନ୍ତି। ଟେଷ୍ଟ ବ୍ୟାଟର ତାଲିକାରେ ଅଷ୍ଟ୍ରେଲିଆର ମାର୍ନସ ଲାବୁସେନ୍‌ ତାଙ୍କ ପ୍ରଥମ ସ୍ଥାନ ବଜାୟ ରଖିଛନ୍ତି। ତାଙ୍କ ପଛକୁ ପଛ ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ଯଥାକ୍ରମେ ଷ୍ଟିଭ୍‌ ସ୍ମିଥ୍‌ ଓ ପାକିସ୍ତାନ ଅଧିନାୟକ ବାବର ଆଜାମ ରହିଛନ୍ତି। କାର ଦୁର୍ଘଟଣାରେ ଅନିର୍ଦ୍ଦିଷ୍ଟକାଳ ପାଇଁ ଖେଳରୁ ଦୂରେଇ ଯାଇଥିବା ଭାରତର ରିଷଭ ପନ୍ତ ତାଙ୍କ ୬ଷ୍ଠ ସ୍ଥାନ ବଜାୟ ରଖିଥିବା ବେଳେ ଅଧିନାୟକ ରୋହିତ ଶର୍ମା ପୂର୍ବ ଭଳି ୭ମ ସ୍ଥାନରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ୬ ଜିଲାରେ ସ୍କୁଲ ଛୁଟି, ପିଲାଙ୍କ ପାଠପଢ଼ା ନେଇ ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୪ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିଛି। ଏନେଇ ପୂର୍ବରୁ ୧୨ ଜିଲାରେ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରଶାସନ ପକ୍ଷରୁ ଛୁଟି ଘୋଷଣା କରାଯାଇଥିଲା। ତେବେ…

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?