Posted inଖେଳ

‘ଜାଡେଜା ସବୁକିଛି ସୁନା କରିଦେଉଛନ୍ତି’

ମୁମ୍ବାଇ,୭।୩: ଭାରତୀୟ କ୍ରିକେଟ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ମୋହାଲିରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟରେ ଚମତ୍କାର ପ୍ରଦର୍ଶନ କରିଥିଲେ। ଜାଡେଜାଙ୍କ ସ୍ମରଣୀୟ ପ୍ରଦର୍ଶନ ଦେଖି ଭାରତର ଅନ୍ୟତମ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ତାଙ୍କୁ ପ୍ରଶଂସା କରିଛନ୍ତି।
ମୋହାଲି ଟେଷ୍ଟରେ ଟିମ ଇଣ୍ଡିଆ ଶ୍ରୀଲଙ୍କାକୁ ଏକ ଇନିଂସ ଏବଂ ୨୨୨ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ରବିନ୍ଦ୍ର ଜାଡେଜା ଚମତ୍କାର ପ୍ରଦର୍ଶନ କରିଥିଲେ। ଭାରତର ପ୍ରଥମ ଇନିଂସରେ ସେ ଚମତ୍କାର ବ୍ୟାଟିଂ କରି ଅପରାଜିତ ୧୭୫ ରନ କରିଥିଲେ। ତାଙ୍କ ଇନିଂସରେ ସେ ୧୭ ଚୌକା ଓ ୩ ଛକା ମାରିଥିଲେ। ସେ ଷଷ୍ଠ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିଲେ। ସେ ଭାରତର ଇନିଂସରେ ସର୍ବାଧିକ ରନ ସ୍କୋର କରିଥିଲେ। ଏହା ବ୍ୟତୀତ ସେ ପ୍ରଥମ ଇନିଂସରେ ୫ ଉଇକେଟ ଏବଂ ଦ୍ୱିତୀୟ ଇନିଂସରେ ୪ ଉଇକେଟ ନେଇଥିଲେ।
୧୯୭୩ ପର ଜଣେ ଖେଳାଳି ଏକ ଇନିଂସରେ ୧୫୦ରୁ ଅଧିକ ରନ ଏବଂ ୫ ଉଇକେଟ ନେଇଥିଲେ। ତାଙ୍କ ପ୍ରଦର୍ଶନ ଦେଖି ସଚିନ ତେନ୍ଦୁଲକର ଟୁଇଟ୍‌ କରି ଲେଖିଛନ୍ତି, ରବିନ୍ଦ୍ର ଜାଡେଜା ସବୁକିଛି ସୁନାରେ ପରିଣତ କରିଛନ୍ତି, ଭଲ ପ୍ରଦର୍ଶନ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?