Posted inଖେଳ

ଡବ୍ଲ୍ୟୁଟିସି ଫାଇନାଲ ପାଇଁ ଭାରତୀୟ ଦଳ ଘୋଷିତ : ଫେରିଲେ ତାରକା ଖେଳାଳି

ନୂଆଦିଲ୍ଲୀ, ୭ା୫ : ଆସନ୍ତା ମାସରେ ଲଡର୍‌ସଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଏବଂ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଶୁକ୍ରବାର ଘୋଷିତ ହୋଇଛି ଭାରତୀୟ ଦଳ। ଆହତ ଓ ବ୍ୟକ୍ତିଗତ ସମସ୍ୟା ଯୋଗୁ ଘରୋଇ ଇଂଲଣ୍ଡ ସିରିଜ୍‌ରୁ ବାଦ୍‌ ପଡ଼ିଥିବା ରବୀନ୍ଦ୍ର ଜାଡେଜା, ଯଶପ୍ରୀତ ବୁମରା ଓ ହନୁମା ବିହାରୀଙ୍କ ଭଳି ତାରକା ଦଳକୁ ଫେରିଛନ୍ତି। ଚୟନକର୍ତ୍ତା ଲୋକେଶ ରାହୁଲ ଓ ରିଦ୍ଦିମାନ ଶାହଙ୍କୁ ଦେଇଛନ୍ତି ସୁଯୋଗ। କିନ୍ତୁ ଫିଟ୍‌ନେସ ଉପରେ ସେମାନଙ୍କ ଖେଳିବା ନିର୍ଭର କରେ। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ଲେଗ୍‌ ସ୍ପିନର କୁଲଦୀପ ଯାଦବଙ୍କୁ ଦଳରୁ ବାଦ୍‌ ଦିଆଯାଇଛି।

ରାହୁଲଙ୍କୁ ନିକଟରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ବର୍ତ୍ତମାନ ଆପେଣ୍ଡିସାଇଟ୍ସ ଜନିତ ସମସ୍ୟା ଦେଇ ଗତି କରୁଛନ୍ତି। ଅନ୍ୟପକ୍ଷରେ ଆଇପିଏଲ ବେଳେ ରିଦ୍ଧିମାନ କୋଭିଡ୍‌-୧୯ ପଜିଟିଭ ଚିହ୍ନଟ ହୋଇଥିଲେ।

ଅଭିମନ୍ୟୁ ଈଶ୍ୱରନ, ପ୍ରସିଦ୍ଧ କ୍ରିଷ୍ଣା, ଅଭେଶ ଖାଁ ଓ ଅର୍ଜାନ ନାଗଓ୍ବାସଓ୍ବାଲାଙ୍କୁ ଷ୍ଟାଣ୍ଡବାଇ ଖେଳାଳି ଭାବେ ଦଳ ସହ ଇଂଲଣ୍ଡ ଗସ୍ତ କରିବେ।

ଭାରତୀୟ ଦଳର ୪ ମାସିଆ ଇଂଲଣ୍ଡ ଗସ୍ତ ଡବ୍ଲ୍ୟୁଟିସି ଫାଇନାଲ ସହ ଆରମ୍ଭ ହେବ, ଯାହା ଜୁନ ୧୮ ତାରିଖରେ ସାଉଥାମ୍ପଟନଠାରେ ଖେଳାଯିବ। ଏହାପରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଅଗଷ୍ଟ ୪ ତାରିଖରୁ ଆରମ୍ଭ ହେବ।

ଭାରତୀୟ ଦଳ: ବିରାଟ କୋହଲି (ଅଧିନାୟକ), ଅଜିଙ୍କ୍ୟ ରାହାନେ (ଉପ ଅଧିନାୟକ), ରୋହିତ ଶର୍ମା, ଶୁବମାନ ଗିଲ, ମୟଙ୍କ ଅଗ୍ରଓ୍ବାଲ, ଚେତେଶ୍ୱର ପୂଜାରା, ହନୁମା ବିହାରୀ, ରିଷଭ ପନ୍ତ (ଉଇକେଟକିପର), ରବିଚନ୍ଦ୍ରନ ଅଶ୍ୱିନ, ରବୀନ୍ଦ୍ର ଜାଡେଜା, ଅକ୍ସର ପଟେଲ, ଓ୍ବାଶିଂଟନ ସୁନ୍ଦର, ଯଶପ୍ରୀତ ବୁମରା, ଇଶାନ୍ତ ଶର୍ମା, ମହମ୍ମଦ ଶାମି, ମହମ୍ମଦ ସିରାଜ, ଶାର୍ଦ୍ଦୁଳ ଠାକୁର ଓ ଉମେଶ ଯାଦବ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri