Posted inଖେଳ

ଡବ୍ଲ୍ୟୁଟିସି ଫାଇନାଲ ପାଇଁ ଭାରତୀୟ ଦଳ ଘୋଷିତ : ଫେରିଲେ ତାରକା ଖେଳାଳି

ନୂଆଦିଲ୍ଲୀ, ୭ା୫ : ଆସନ୍ତା ମାସରେ ଲଡର୍‌ସଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ହେବାକୁ ଯାଉଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ଏବଂ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଶୁକ୍ରବାର ଘୋଷିତ ହୋଇଛି ଭାରତୀୟ ଦଳ। ଆହତ ଓ ବ୍ୟକ୍ତିଗତ ସମସ୍ୟା ଯୋଗୁ ଘରୋଇ ଇଂଲଣ୍ଡ ସିରିଜ୍‌ରୁ ବାଦ୍‌ ପଡ଼ିଥିବା ରବୀନ୍ଦ୍ର ଜାଡେଜା, ଯଶପ୍ରୀତ ବୁମରା ଓ ହନୁମା ବିହାରୀଙ୍କ ଭଳି ତାରକା ଦଳକୁ ଫେରିଛନ୍ତି। ଚୟନକର୍ତ୍ତା ଲୋକେଶ ରାହୁଲ ଓ ରିଦ୍ଦିମାନ ଶାହଙ୍କୁ ଦେଇଛନ୍ତି ସୁଯୋଗ। କିନ୍ତୁ ଫିଟ୍‌ନେସ ଉପରେ ସେମାନଙ୍କ ଖେଳିବା ନିର୍ଭର କରେ। ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଓ ଲେଗ୍‌ ସ୍ପିନର କୁଲଦୀପ ଯାଦବଙ୍କୁ ଦଳରୁ ବାଦ୍‌ ଦିଆଯାଇଛି।

ରାହୁଲଙ୍କୁ ନିକଟରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ବର୍ତ୍ତମାନ ଆପେଣ୍ଡିସାଇଟ୍ସ ଜନିତ ସମସ୍ୟା ଦେଇ ଗତି କରୁଛନ୍ତି। ଅନ୍ୟପକ୍ଷରେ ଆଇପିଏଲ ବେଳେ ରିଦ୍ଧିମାନ କୋଭିଡ୍‌-୧୯ ପଜିଟିଭ ଚିହ୍ନଟ ହୋଇଥିଲେ।

ଅଭିମନ୍ୟୁ ଈଶ୍ୱରନ, ପ୍ରସିଦ୍ଧ କ୍ରିଷ୍ଣା, ଅଭେଶ ଖାଁ ଓ ଅର୍ଜାନ ନାଗଓ୍ବାସଓ୍ବାଲାଙ୍କୁ ଷ୍ଟାଣ୍ଡବାଇ ଖେଳାଳି ଭାବେ ଦଳ ସହ ଇଂଲଣ୍ଡ ଗସ୍ତ କରିବେ।

ଭାରତୀୟ ଦଳର ୪ ମାସିଆ ଇଂଲଣ୍ଡ ଗସ୍ତ ଡବ୍ଲ୍ୟୁଟିସି ଫାଇନାଲ ସହ ଆରମ୍ଭ ହେବ, ଯାହା ଜୁନ ୧୮ ତାରିଖରେ ସାଉଥାମ୍ପଟନଠାରେ ଖେଳାଯିବ। ଏହାପରେ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଅଗଷ୍ଟ ୪ ତାରିଖରୁ ଆରମ୍ଭ ହେବ।

ଭାରତୀୟ ଦଳ: ବିରାଟ କୋହଲି (ଅଧିନାୟକ), ଅଜିଙ୍କ୍ୟ ରାହାନେ (ଉପ ଅଧିନାୟକ), ରୋହିତ ଶର୍ମା, ଶୁବମାନ ଗିଲ, ମୟଙ୍କ ଅଗ୍ରଓ୍ବାଲ, ଚେତେଶ୍ୱର ପୂଜାରା, ହନୁମା ବିହାରୀ, ରିଷଭ ପନ୍ତ (ଉଇକେଟକିପର), ରବିଚନ୍ଦ୍ରନ ଅଶ୍ୱିନ, ରବୀନ୍ଦ୍ର ଜାଡେଜା, ଅକ୍ସର ପଟେଲ, ଓ୍ବାଶିଂଟନ ସୁନ୍ଦର, ଯଶପ୍ରୀତ ବୁମରା, ଇଶାନ୍ତ ଶର୍ମା, ମହମ୍ମଦ ଶାମି, ମହମ୍ମଦ ସିରାଜ, ଶାର୍ଦ୍ଦୁଳ ଠାକୁର ଓ ଉମେଶ ଯାଦବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri