Posted inଖେଳ

ଧୋନୀ, କୋହଲିଙ୍କ ସ୍ବତନ୍ତ୍ର କ୍ଲବରେ ଜାଡେଜା

ମେଲବୋର୍ନ,୨୯।୧୨: ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ମଙ୍ଗଳବାର ଏକ ସ୍ବତନ୍ତ୍ର କ୍ଲବରେ ସାମିଲ ହୋଇଛନ୍ତି। ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ ବର୍ତ୍ତମାନ କ୍ୟାପଟେନ ବିରାଟ କୋହଲିଙ୍କ ଭଳି ମହାନ ଭାରତୀୟ କ୍ରିକେଟରଙ୍କ କ୍ଲବରେ ସ୍ଥାନ ହାସଲ କରିଛନ୍ତି ଜାଡେଜା। ଏମାନେ ସମସ୍ତ ଫର୍ମାଟ(ଟେଷ୍ଟ, ଦିନିକଆ ଓ ଟି୨୦)ରେ ଖେଳିଛନ୍ତି ୫୦ କିମ୍ବା ତା’ଠାରୁ ଅଧିକ ମ୍ୟାଚ୍‌। ପୂର୍ବରୁ ଅନ୍ତର୍ଜାତୀୟ ସ୍ତରରେ ୫୦ଟି ଟି୨୦ ଓ ୧୬୮ ଦିନିକିଆ ମ୍ୟାଚ୍‌ ଖେଳିସାରିଥିବା ଜାଡେଜାଙ୍କ ପାଇଁ ଅଷ୍ଟ୍ରେଲିଆ ବିପକ୍ଷ ମେଲବୋର୍ନ ଟେଷ୍ଟ ଥିଲା କ୍ୟାରିୟରର ୫୦ତମ ଟେଷ୍ଟ।

ପ୍ରତ୍ୟେକ ଫର୍ମାଟରେ ୫୦ରୁ ଊର୍ଦ୍ଧ୍ୱ ମ୍ୟାଚ୍‌ ଖେଳିଥିବା ମାହି ଭାଇ ଓ ବିରାଟଙ୍କ କ୍ଲବରେ ସାମିଲ ହେବା ମୋ ପାଇଁ ସମ୍ମାନର ବିଷୟ। ଏଥିନେଇ ବିସିସିଆଇ ଓ ଦଳୀୟ ସାଥିଙ୍କୁ ଧନ୍ୟବାଦ। ସେମାନେ ସର୍ବଦା ମୋତେ ସମର୍ଥନ କରିଛନ୍ତି। ଜୟ ହିନ୍ଦ୍‌ ବୋଲି ଜାଡେଜା ଟୁଇଟ୍‌ କରିଛନ୍ତି।

ଉଲ୍ଲେଖଥାଉ କି, ୨୦୦୪ରେ ଅନ୍ତର୍ଜାତୀୟ ସ୍ତରରେ ପଦାର୍ପଣ କରିଥିବା ଧୋନୀ କ୍ୟାରିୟରରେ ୯୦ ଟେଷ୍ଟ, ୩୫୦ ଦିନିକିଆ ଓ ୯୮ ଟି୨୦ ଖେଳିଛନ୍ତି। ଅନ୍ୟପକ୍ଷରେ ୮୭ ଟେଷ୍ଟ, ୨୫୧ ଦିନିକିଆ ଓ ୮୫ ଟି୨୦ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି କୋହଲି।


Enter your email to get our daily news in your inbox.

All Right Reserved By Dharitri.Com

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri