Posted inଖେଳ

ଧୋନୀଙ୍କ ପ୍ରଶଂସା କରୁ କରୁ ଏମିତି ଭୁଲ୍‌ କରିଦେଲେ ଏହି କ୍ରିକେଟର୍‌

ଦୁବାଇ,୩୧।୮: ୟୁଏଇରେ ଆଇପିଏଲ ଆରମ୍ଭ ହେବା ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ ଦଳକୁ ଝଟ୍‌କା ଲାଗିଛି। ଉପଅଧିନାୟକ ସୁରେଶ ରାଇନା ବ୍ୟକ୍ତିଗତ କାରଣରୁ ଭାରତକୁ ଫେରିବା ପରେ ଦଳ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ ଦଳର ସବୁ ଖେଳାଳିଙ୍କୁ ଏକାଠି କରି ସେମାନଙ୍କ ମନୋବଳ ଦୃଢ କରିବାରେ ବ୍ୟସ୍ତ ଅଛନ୍ତି। ଧୋନୀଙ୍କ ପ୍ରଶଂସାରେ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏକ ଟୁଇଟ୍‌ କରି ଟ୍ରୋଲ୍‌ର ସମ୍ମୁଖୀନ ହୋଇଛନ୍ତି। ଜାଡେଜା ତାଙ୍କ ଟୁଇଟର ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି ଯେଉଁଥିରେ ଧୋନୀ, ଜାଡେଜା ଏବଂ ମୁରଲୀ ବିଜୟ ଏକାଠି ବସିଛନ୍ତି। ଧୋନୀ ଫଟୋରେ ହସୁଛନ୍ତି ଏବଂ ଜାଡେଜା ତାଙ୍କ ଅଧିନାୟକଙ୍କ ପ୍ରଶଂସା କରି କିଛି ଟୁଇଟରରେ ଲେଖିଛନ୍ତି, ଯେତେବେଳେ ତୁମେ ହସ, ସମଗ୍ର ବିଶ୍ୱ ତୁମ ଆଡକୁ ଚାହିଁ ରହିଥାଏ, କାରଣ ତୁମେ ଜଣେ ଚମତ୍କାରୀ ବ୍ୟକ୍ତିତ୍ୱ। ଜାଡେଜାଙ୍କ ଏହି ଟୁଇଟ୍‌ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଧୋନୀଙ୍କ ପ୍ରଶଂସକମାନେ ଏହାକୁ ବହୁତ ପସନ୍ଦ କରିଥିଲେ। ଏହି ଟୁଇଟ୍‌ରେ ଜାଡେଜା ଏକ ଭୁଲ କରିଥିଲେ। ଧୋନୀଙ୍କ ଅଫିସିଆଲ୍‌ ଟୁଇଟର୍‌ ପେଜ୍‌କୁ ଟ୍ୟାଗ୍‌ କରିବା ବଦଳରେ ସେ ଏହି ପୋଷ୍ଟରେ ଅନ୍ୟ କାହାକୁ ଟ୍ୟାଗ କରିଦେଇଥିଲେ। ପ୍ରଶଂସକମାନେ ଏହା ଧରିଥିଲେ ଏବଂ ସେମାନେ ଜାଡେଜାଙ୍କୁ ଟ୍ରୋଲ କରିବା ଆରମ୍ଭ କରିଥିଲେ। ସୂଚନାଯୋଗ୍ୟ, ଧୋନୀଙ୍କ ଟୁଇଟର ଏବଂ ଇନଷ୍ଟାଗ୍ରାମ ଆଇଡି ଅଲଗା। ଜାଡେଜା ଧୋନୀଙ୍କୁ ତାଙ୍କ ଇନଷ୍ଟାଗ୍ରାମ ଆଇଡିରେ ଟୁଇଟରରେ ଟ୍ୟାଗ କରିଛନ୍ତି। ଯାହାକୁ ଅନ୍ୟ କେହି ଟୁଇଟରରେ ଆଇଡି ତିଆରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?