Posted inଖେଳ

ସିଏସ୍‌କେ ସହ ସମ୍ପର୍କ ତୁଟିଲା? ଆସନ୍ତା ଆଇପିଏଲ୍‌ରେ ନୂଆ ଟିମ୍‌ରୁ ଖେଳିବେ…

ନୂଆଦିଲ୍ଲୀ,୧୬।୮: ଜିମ୍ବାଓ୍ବେ ବିପକ୍ଷ ଦିନିକିଆ ସିରିଜ ପରେ ଏସିଆ କପ୍‌ ଖେଳିବ ଭାରତ। ହେଲେ ଏସବୁ ମଧ୍ୟରେ ଚର୍ଚ୍ଚାରେ ରହିଛି ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ସେ ବି ଜଣେ ଖେଳାଳିଙ୍କୁ ନେଇ। ଚେନ୍ନାଇ ସୁପର କିଙ୍ଗ୍ସର ପୂର୍ବ ଅଧିନାୟକ ଏବଂ ଟିମ୍‌ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏବେ ଆଇପିଏଲ୍‌ର ନୂଆ ଟିମ୍‌ ପକ୍ଷରୁ ଖେଳିପାରନ୍ତି ବୋଲି କୁହାଯାଉଛି।

ଏକ ରିପୋର୍ଟ ଅନୁଯାୟୀ, ଆଇପିଏଲ୍‌ ୨୦୨୨ ଶେଷ ହେବା ପରେ ଜାଡେଜା ଏବଂ ଚେନ୍ନାଇ ମ୍ୟାନେଜମେଣ୍ଟ ମଧ୍ୟରେ କୌଣସି ସମ୍ପର୍କ ନାହିଁ। ଏପରି ସ୍ଥିତିରେ ଜାଡେଜା ଆସନ୍ତାବର୍ଷ ଆଇପିଏଲ୍‌ ଲାଗି ନୂଆ ରାସ୍ତା ବାଛି ନେଇଛନ୍ତି।

ଚଳିତ ବର୍ଷ ଆଇପିଏଲ୍‌ ସମୟରେ ପ୍ରଥମେ ଜାଡେଜାଙ୍କୁ ଦଳର ଅଧିନାୟକ ନିଯୁକ୍ତ କରିଥିଲେ। ହେଲେ ଖରାପ ପ୍ରଦର୍ଶନ ଯୋଗୁ ତାଙ୍କୁ ଟୁର୍ନାମେଣ୍ଟ ଅଧାରୁ ହଟାଇଦିଆଯାଇ ମହେନ୍ଦ୍ର ସିଂହ ଧୋନୀଙ୍କ ହାତରେ ପୁଣି ଦାୟିତ୍ୱ ଦିଆଯାଇଥିଲା। ଏହି କାରଣରୁ ଜାଡେଜା ଖପ୍ପା ଥିଲେ। ପରେ ଟୁର୍ନାମେଣ୍ଟର ଗୋଟିଏ କିମ୍ବା ଦୁଇଟି ମ୍ୟାଚ୍‌ ଖେଳିବା ପରେ ଆହତ ହେବା ଯୋଗୁ ଦଳରୁ ବାହାର ହୋଇଥିଲେ। ଏହି ବିବାଦ ପରେ ଏବେ ପୁଣି ଜାଡେଜା ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ବିବାଦ କଥା ସାମ୍ନାକୁ ଆସିଛି।

ଆଇପିଏଲ୍‌ ପରେ ଜାଡେଜା ଚେନ୍ନାଇ ସହ ଜଡ଼ିତ ସମସ୍ତ ପୋଷ୍ଟକୁ ସୋସିଆଲ ମିଡିଆରୁ କାଟି ଦେଇଥିଲେ। ଫ୍ରାଞ୍ଚାଇଜ ତାଙ୍କୁ କେତେକ ପୋଷ୍ଟରେ ସାମିଲ କରିଥିଲେ ହେଁ ସେ କୌଣସି ପ୍ରତିକ୍ରିୟା ଦେଇ ନ ଥିଲେ। ଧୋନୀ ଆସନ୍ତାବର୍ଷ ଆଇପିଏଲ୍‌ ଖେଳୁଥିବାରୁ ଜାଡେଜାଙ୍କୁ ନେତୃତ୍ୱ ମିଳିବ ନାହିଁ। ଏସବୁ ଘଟଣାକୁ ଦୃଷ୍ଟିରେ ଦେଖି ଜାଡେଜା ୨୦୨୩ ଆଇପିଏଲ୍‌ରେ ନୂଆ ଟିମ୍‌ ପକ୍ଷରୁ ଖେଳିବା ଦେଖିବାକୁ ମିଳିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri