Posted inଖେଳ

ମାସ୍କ ନ ପିନ୍ଧି ପୋଲିସ ସହ ଝଗଡ଼ା କଲେ ଏହି କ୍ରିକେଟର୍‌ଙ୍କ ସ୍ତ୍ରୀ

ରାଜକୋଟ, ୧୧।୮: ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ସ୍ତ୍ରୀ ରିବାବା ମାସ୍କ ପରିଧାନ ନ କରି ଗୁଜରାଟର ରାଜକୋଟ ସହରରେ ବୁଲୁଥିବାର ଦେଖିବାକୁ ମିଳିଥିଲା। କରୋନା ନିୟମ ଉଲ୍ଲଘଂନ କରିଥିବା କରିଥିବା ହେତୁ ଯେତେବେଳେ ଜଣେ ମହିଳା କନ୍‌ଷ୍ଟେବଳ ତାଙ୍କୁ ଅଟକାଇଥିଲେ ସେ ପୋଲିସ ସହ ଯୁକ୍ତିତର୍କ କରିବାକୁ ପଛାଇ ନ ଥିଲେ। ଏକ ଜାତୀୟ ଗଣମାଧ୍ୟମରେ ପ୍ରକାଶିତ ଖବର ଅନୁଯାୟୀ ରବୀନ୍ଦ୍ର ଜାଡେଜାଙ୍କ ସମେତ ତାଙ୍କ ସ୍ତ୍ରୀ ରିବାବା ଏବଂ ଆଉ ୨-୩ ଜଣ ବ୍ୟକ୍ତି କାର୍‌ରେ ସୋମବାର ସଂନ୍ଧ୍ୟାରେ ରାଜକୋଟ ରିଙ୍ଗ୍‌ ରୋଡ୍‌ରେ ବୁଲୁଥିଲେ। ଏହି ସମୟରେ ରାଜକୋଟ ମହିଳା ପୋଲିସ ଷ୍ଟେସନର ହେଡ୍‌ କନ୍‌ଷ୍ଟେବଳ ସୋନାଲ ଗଣେଶ୍ୱରୀ ଜାଡେଜାଙ୍କ କାର୍‌କୁ ଅଟକାଇଥିଲେ। ଜାଡେଜା ଓ ଅନ୍ୟ ୨-୩ ଜଣ ମାସ୍କ ପରିଧାନ କରିଥିବାବେଳେ ରିବାବା ବିନା ମାସ୍କରେ ଗାଡ଼ିରେ ବସି ବୁଲୁଥିବା ସୋନାଲ ଦେଖିବାକୁ ପାଇଥିଲେ। ଏହାପରେ ମହିଳା କନ୍‌ଷ୍ଟେବଳ ସୋନାଲ ଜରିମାନା ଦେବା ପାଇଁ ରିବାବାଙ୍କୁ କହିଥିଲେ, ଯାହାକୁ ନେଇ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ପର୍ଯ୍ୟନ୍ତ କଥା ଯାଇଥିଲା। ଏହି ସମୟରେ ଉଚ୍ଚ ରକ୍ତଚାପ ଯୋଗୁ ସୋନାଲ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲକୁ ନିଆଯାଇଥିଲା। ରିପୋର୍ଟ ମୁତାବକ ପରେ ରିବାବା ଜୋରିମାନା ଦେଇ ସେଠାରୁ ଚାଲିଯାଇଥିଲେ। ଏହି ଘଟଣାରେ କୌଣସି ଏଫ୍‌ଆଇଆର୍‌ ରୁଜୁ ହୋଇ ନ ଥିବା ଡିସିପି ମନୋରସିଂ ଜାଡେଜା କହିଛନ୍ତି। ରିବାବା ଭାରତୀୟ ଜନତା ପାର୍ଟିର ଜଣେ ସଦସ୍ୟା। ସେ ୩ ମାର୍ଚ୍ଚ ୨୦୧୯ରେ ବିଜେପିରେ ଯୋଗ ଦେଇଥିଲେ। ଗତବର୍ଷ ମଧ୍ୟ ରିବାବାଙ୍କ କାର୍‌ ଜାମନଗରରେ ଜଣେ କନ୍‌ଷ୍ଟେବଳଙ୍କୁ ଧକ୍କା ଦେଇଥିଲା। ଏହି ଘଟଣା ପରେ ଯୁକ୍ତିତର୍କରେ ପରିଣତ ହୋଇଥିଲା ଏବଂ କନ୍‌ଷ୍ଟେବଳ ଜଣଙ୍କ ରିବାବାଙ୍କ ଚୁଟି ଘୋଷାରୀ ଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ପ୍ରଶାସନିକ ଦକ୍ଷତାକୁ ଗୁରୁତ୍ୱ

ବିଶ୍ୱସ୍ତରୀୟ ଆର୍ଥିକ ପ୍ରତିଭା ସୃଷ୍ଟି କରି ଗର୍ବ ଅନୁଭବ କରୁଥିବା ଭାରତ ନିଜର ବ୍ୟାଙ୍କର୍‌ଙ୍କ ଉପରେ କମ୍‌ ଭରସା ରଖେ। ଆମେ ଦୀପକ ପାରେଖଙ୍କ ଭଳି ଅନୁଷ୍ଠାନ…

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri