Posted inଜାତୀୟ

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୨୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶ କ୍ରମେ ରାଷ୍ଟ୍ରପତି ରେଳ ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ରବନୀତ ସିଂହଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି। ତେବେ ଜୁନ ୨୧ରେ ବିଟ୍ଟୁଙ୍କ ରାଜ୍ୟ ସଭା କାର୍ଯ୍ୟକାଳ ଶେଷ ହୋଇଥିଲା।ସଂସଦର ଉଚ୍ଚସଦନ ଅର୍ଥାତ୍ ରାଜ୍ୟ ସଭାରେ ତାଙ୍କର କାର୍ଯ୍ୟକାଳ ଶେଷ ହୋଇଥିବାରୁ ଏବଂ ଭାରତୀୟ ଜନତା ପାର୍ଟି (BJP ) ତାଙ୍କୁ ପୁନର୍ବାର ମନୋନୀତ କରି ନ ଥିବାରୁ ବିଟ୍ଟୁଙ୍କୁ ନିଜର ମନ୍ତ୍ରୀ ପଦ ଛାଡ଼ିବାକୁ ପଡ଼ିଛି।

୨୦୨୪ ମସିହା ଲୋକ ସଭା ନିର୍ବାଚନରେ ପଞ୍ଜାବରୁ ପରାଜୟର ସମ୍ମୁଖୀନ ହେବା ସତ୍ତ୍ବେ, BJP ରବନୀତ ସିଂଙ୍କୁ ଦାୟିତ୍ୱ ଦେଇ ମୋଦି ସରକାରରେ ରାଷ୍ଟ୍ରମନ୍ତ୍ରୀ ଭାବେ ନିଯୁକ୍ତ କରିଥିଲା। ଏହାପରେ ତାଙ୍କୁ ରାଜସ୍ଥାନରୁ ରାଜ୍ୟ ସଭାକୁ ପଠାଯାଇଥିଲା, ଯେଉଁଠାରେ ଜୁନ୍ ୨୦୨୬ରେ ତାଙ୍କର କାର୍ଯ୍ୟକାଳ ସମାପ୍ତ ହୋଇଥିଲା।

ରାଷ୍ଟ୍ରପତି ଭବନର ବିଜ୍ଞପ୍ତିରେ କୁହାଯାଇଛି ଯେ “ଭାରତର ସମ୍ବିଧାନର ଧାରା ୭୫ର ଉପ-ଧାରା (୨) ଅନୁଯାୟୀ, ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ କ୍ରମେ ଭାରତର ରାଷ୍ଟ୍ରପତି ରବନୀତ ସିଂହଙ୍କ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫାକୁ ତତ୍‌କ୍ଷଣାତ ପ୍ରଭାବରୁ ଗ୍ରହଣ କରିଛନ୍ତି।”

ଦିଲ୍ଲୀର ସଂସଦୀୟ ରାଜନୀତିରେ ପ୍ରାୟ ୧୭ ବର୍ଷ (ଲୋକ ସଭା ଏବଂ ରାଜ୍ୟ ସଭା ମିଶାଇ) ବିତାଇବା ପରେ ଏବେ ରବନୀତ ସିଂହ ସମ୍ପୂର୍ଣ୍ଣ ଭାବେ ନିଜର ଗୃହରାଜ୍ୟ ପଞ୍ଜାବରେ ସକ୍ରିୟ ହେବାକୁ ଯାଉଛନ୍ତି। ସେ ପୂର୍ବରୁ ମଧ୍ୟ ସୂଚନା ଦେଇଥିଲେ ଯେ ସେ ଏବେ ରାଜ୍ୟ ସ୍ତରରେ କାମ କରିବାକୁ ଚାହାଁନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?