Posted inଜାତୀୟ

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୨୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରେସ ବିଜ୍ଞପ୍ତି ଜାରି କରାଯାଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶ କ୍ରମେ ରାଷ୍ଟ୍ରପତି ରେଳ ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ରବନୀତ ସିଂହଙ୍କ ଇସ୍ତଫା ପତ୍ର ଗ୍ରହଣ କରିଛନ୍ତି। ତେବେ ଜୁନ ୨୧ରେ ବିଟ୍ଟୁଙ୍କ ରାଜ୍ୟ ସଭା କାର୍ଯ୍ୟକାଳ ଶେଷ ହୋଇଥିଲା।ସଂସଦର ଉଚ୍ଚସଦନ ଅର୍ଥାତ୍ ରାଜ୍ୟ ସଭାରେ ତାଙ୍କର କାର୍ଯ୍ୟକାଳ ଶେଷ ହୋଇଥିବାରୁ ଏବଂ ଭାରତୀୟ ଜନତା ପାର୍ଟି (BJP ) ତାଙ୍କୁ ପୁନର୍ବାର ମନୋନୀତ କରି ନ ଥିବାରୁ ବିଟ୍ଟୁଙ୍କୁ ନିଜର ମନ୍ତ୍ରୀ ପଦ ଛାଡ଼ିବାକୁ ପଡ଼ିଛି।

୨୦୨୪ ମସିହା ଲୋକ ସଭା ନିର୍ବାଚନରେ ପଞ୍ଜାବରୁ ପରାଜୟର ସମ୍ମୁଖୀନ ହେବା ସତ୍ତ୍ବେ, BJP ରବନୀତ ସିଂଙ୍କୁ ଦାୟିତ୍ୱ ଦେଇ ମୋଦି ସରକାରରେ ରାଷ୍ଟ୍ରମନ୍ତ୍ରୀ ଭାବେ ନିଯୁକ୍ତ କରିଥିଲା। ଏହାପରେ ତାଙ୍କୁ ରାଜସ୍ଥାନରୁ ରାଜ୍ୟ ସଭାକୁ ପଠାଯାଇଥିଲା, ଯେଉଁଠାରେ ଜୁନ୍ ୨୦୨୬ରେ ତାଙ୍କର କାର୍ଯ୍ୟକାଳ ସମାପ୍ତ ହୋଇଥିଲା।

ରାଷ୍ଟ୍ରପତି ଭବନର ବିଜ୍ଞପ୍ତିରେ କୁହାଯାଇଛି ଯେ “ଭାରତର ସମ୍ବିଧାନର ଧାରା ୭୫ର ଉପ-ଧାରା (୨) ଅନୁଯାୟୀ, ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ କ୍ରମେ ଭାରତର ରାଷ୍ଟ୍ରପତି ରବନୀତ ସିଂହଙ୍କ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫାକୁ ତତ୍‌କ୍ଷଣାତ ପ୍ରଭାବରୁ ଗ୍ରହଣ କରିଛନ୍ତି।”

ଦିଲ୍ଲୀର ସଂସଦୀୟ ରାଜନୀତିରେ ପ୍ରାୟ ୧୭ ବର୍ଷ (ଲୋକ ସଭା ଏବଂ ରାଜ୍ୟ ସଭା ମିଶାଇ) ବିତାଇବା ପରେ ଏବେ ରବନୀତ ସିଂହ ସମ୍ପୂର୍ଣ୍ଣ ଭାବେ ନିଜର ଗୃହରାଜ୍ୟ ପଞ୍ଜାବରେ ସକ୍ରିୟ ହେବାକୁ ଯାଉଛନ୍ତି। ସେ ପୂର୍ବରୁ ମଧ୍ୟ ସୂଚନା ଦେଇଥିଲେ ଯେ ସେ ଏବେ ରାଜ୍ୟ ସ୍ତରରେ କାମ କରିବାକୁ ଚାହାଁନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ବୃହତ୍‌ ଷ୍ଟିଲ୍‌ ପ୍ଲାଣ୍ଟ ଭୁଲିଯାଇ ଜାହାଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri