Posted inଖେଳ

ଆମେରିକାରେ ଟ୍ରେନିଂ ନେବେ ରାଓ୍ବତ

ନୂଆଦିଲ୍ଲୀ, ୫ା୩ (ପି.ଟି.)-ଯୁକ୍ତରାଷ୍ଟ୍ର ଆମେରିକାରେ ୩ ମାସ ଟ୍ରେନିଂ ସହ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେବେ ସନ୍ତରଣକାରୀ କୁଶାଗ୍ରା ରାଓ୍ବତ। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ମିଶନ ଅଲିମ୍ପିକ ସେଲ୍‌ ଦ୍ୱାରା ଏହା ଅନୁମୋଦନ ଲାଭ କରିଛି। ରାଓ୍ବତ ହେଉଛନ୍ତି ଟାର୍ଗେଟ ଅଲିମ୍ପିକ ପୋଡିୟମ ସ୍କିମ୍‌ (ଟପ୍ସ) ଡେଭଲପମେଣ୍ଟ ଗ୍ରୁପ୍‌ର ଏକ ଅଂଶବିଶେଷ। ଆମେରିକାରେ ତାଙ୍କ ୩ ମାସ ରହଣିକାଳରେ ସେ ଡେଭ୍‌ କେଲସିମରଙ୍କ ସହିତ ଟ୍ରେନିଂ ନେବେ। ୨୦୧୬ ୟୁଏସ୍‌ଏ ଅଲିମ୍ପିକ ସୁଇମିଂ ଟିମ୍‌ର ସହକାରୀ ଓପନ ଓ୍ବାଟର ସୁଇମିଂ କୋଚ୍‌ ଭାବେ ସେ କାର୍ଯ୍ୟ କରିଛନ୍ତି। ରାଓ୍ବତ ଆମେରିକାରେ ଅଲିମ୍ପିକ ପାଇଁ ସିଧାସଳଖ ଯୋଗ୍ୟତା ହାସଲ କରିବା ଲାଗି ଅଲିମ୍ପିକ ଏ’ କଟ୍‌ ହାସଲ କରିବା ଲାଗି ଚେଷ୍ଟା କରିବେ। ଭାରତର ଏହି ଫ୍ରି-ଷ୍ଟାଇଲ ସୁଇମର ୨୦୨୦ରେ ଅଷ୍ଟ୍ରେଲିଆରେ ଏହି କୋଚ୍‌ଙ୍କ ଅଧୀନରେ ଟ୍ରେନିଂ ନେଇଥିଲେ। ରାଓ୍ବତ ଇତିମଧ୍ୟରେ ୪୦୦ ମିଟର, ୮୦୦ ମିଟର ଓ ୧୫୦୦ ମିଟର ଆଦି ତିନୋଟି ଇଭେଣ୍ଟରେ ଅଲିମ୍ପିକ ବି’ କଟ୍‌ ହାସଲ କରିସାରିଛନ୍ତି। ୟୁୁଏସ୍‌ଏରେ ଅଲିମ୍ପିକ ଏ’ କଟ୍‌ ହାସଲ କରିବା ନେଇ ସେ ଦୃଢ ଆଶାବାଦୀ। କେଲସିମର ବର୍ତ୍ତମାନ କାଲିଫର୍ନିଆର ସାଣ୍ଟା ମୋନିକା ଟିମ୍‌ର ମୁଖ୍ୟ କୋଚ୍‌ ଅଛନ୍ତି। ୨୦୧୭ ଓ ୨୦୧୯ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ସେ ୟୁୂଏସ୍‌ଏ ସୁଇମିଂ କୋଚ୍‌ ରହିଥିଲେ। ସେ ବହୁ ସଂଖ୍ୟାରେ ଅଲିମ୍ପିଆନଙ୍କୁ ଟ୍ରେନିଂ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ଜୋର୍ଡାନ ଓ୍ବିଲିମୋଭସ୍କି। ସେ ୨୦୧୬ ରିଓ ଅଲିମ୍ପିକ୍ସରେ ୧୫୦୦ ମିଟରରେ ଚତୁର୍ଥ ଏବଂ ୧୦୦୦୦ମିଟରରେ ୫ମସ୍ଥାନ ଅଧିକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ଏସୀୟ କ୍ରୀଡ଼ା: ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରି ଭାରତ ପାଇଁ ୨୦ତମ ସ୍ବର୍ଣ୍ଣ ପଦକ ଜିତିଲେ ଅମନ ସେହରାୱତ

ନୂଆଦିଲ୍ଲୀ,୩।୧୦: ଅମନ ସେହରାୱତ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ସେ ପୁରୁଷ ୫୭ କିଲୋଗ୍ରାମ ବର୍ଗର ଫାଇନାଲ ମୁକାବିଲାରେ ବିଶ୍ୱର ଏକ ନମ୍ବର କୁସ୍ତିଯୋଦ୍ଧାଙ୍କୁ ପରାସ୍ତ କରିଛନ୍ତି। ଏହି…

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?