ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ ଭୋଟ ପାଇଥିବା ବେଳେ ବିରଜା ପ୍ରସାଦ ପାତ୍ର ୮୫ଖଣ୍ଡ ଭୋଟ ପାଇଛନ୍ତି । ବ୍ରଜ ନାୟକ ୧୯ଖଣ୍ଡ ଭୋଟ ଅଧିକା ପାଇ ସଭାପତି ଭାବେ ନିର୍ବାଚିତ ହୋଇଥିବା ନେଇ ନିର୍ବାଚନ ଅଧିକାରୀ ଉମାକାନ୍ତ ମିଶ୍ର ସୂଚନା ଦେଇଛନ୍ତି । ସକାଳ ୭ଟାରୁ ଭୋଟ ଆରମ୍ଭ ହୋଇ ଅପରାହ୍ନରେ ଭୋଟିଂ ଶେଷ ହୋଇଥିଲା । ଏହାପରେ ଭୋଟ ଗଣତି ହୋଇଥିଲା । ସର୍ବମୋଟ ୨୦୧ଜଣ ଆଇନଜୀବୀଙ୍କ ମଧ୍ୟରୁ ୬ଜଣ ଅନୁପସ୍ଥିତ ଥିଲେ। ଗଣତି ବେଳେ ୪ଟି ଭୋଟ ଅବୈଧ ହୋଇଥିବା ନିର୍ବାଚନ ଅଧିକାରୀ ଉମାକାନ୍ତ ମିଶ୍ର ସୂଚନା ଦେଇଛନ୍ତି ।

ଚଳିତ ଥର ବାର ଆସୋସିଏସନ କମିଟି ପାଇଁ କେବଳ ସଭାପତି ପଦ ପାଇଁ ଦୁଇ ଜଣ ପ୍ରାର୍ଥି ନାମାଙ୍କନ କରିଥିବା ବେଳେ ସମ୍ପାଦକ ପଦ ପାଇଁ ରମେଶ ପାଢ଼ୀ(ବୁନୁ) ସୁଶାନ୍ତ କୁମାର ଖୋସଲା ଉପସଭାପତି, ଶୁଭ୍ରକାନ୍ତି ବେହେରା ଯୁଗ୍ମ ସମ୍ପାଦକ ଏବଂ ବିସ୍ମୟ ପଟନାୟକ କୋଷାଧ୍ୟକ୍ଷ ଭାବେ ଜଣେ ଲେଖାଏ ନାମାଙ୍କନ କରି  ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ନବ ନିର୍ବାଚିତ କମିଟିକୁ ବରିଷ୍ଠ ଆଇନଜୀବୀ ଦେବୀ ପ୍ରସାଦ ପଟ୍ଟନାୟକ, ମଙ୍ଗଳମୂର୍ତି ବେଉରିଆ, ସଚିଦାନନ୍ଦ ଖାଡ଼ଙ୍ଗା, ବିନାୟକ କର, ପଦ୍ମନାଭ ଦାଶ, ଗଙ୍ଗା ପ୍ରଧାନୀ, କୃଷ୍ଣ ପାଢ଼ୀ, ଭବାନୀ ମିଶ୍ର, ଲିଳାଧର ବିଶୋଇ, ସୁଶାନ୍ତ ପଣ୍ଡା, ବାବୁ ରାଜଗୁରୁ, ଉମାଶଙ୍କର ପାଢ଼ୀ, ବିଜୟ ଉଲାକା, ନାଗରାଜୁ ଓ ସମସ୍ତ ଆଇନଜୀବୀ ଶୁଭେଚ୍ଛା ଜଣାଇଛନ୍ତି । ଏହି ନିର୍ବାଚନକୁ ନିର୍ବାଚନ ଅଧିକାରୀଙ୍କ ଉମାକାନ୍ତ ମିଶ୍ରଙ୍କ ସମେତ ଆଇନଜୀବୀ ୱାଇ.ଶ୍ରୀହରି, ରଜତ ରଞ୍ଜନ ଖଟୁଆ ଓ ସୋନୁ ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri