ଫରେଷ୍ଟର ଆତ୍ମହତ୍ୟା ଘଟଣା: ରାୟଗଡ଼ା ଡିଏଫ୍‌ଓ ଦେବେନ୍ଦ୍ର ବେହେରା ନିଲମ୍ବିତ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩)ଙ୍କ ଆତ୍ମହତ୍ୟା ଘଟଣାରେ ରାଜ୍ୟପାଳଙ୍କ ନିର୍ଦ୍ଦେଶକ୍ରମେ ଶନିବାର ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ।

ବିଭାଗୀୟ ପତ୍ର ସଂଖ୍ୟା ୧୯୦୮୭ ଅନୁଯାୟୀ ରାୟଗଡ଼ା ସିଲଭି କଲଚର ଡିଭିଜନ ଡିଏଫ୍‌ଓ ଦେବେନ୍ଦ୍ର କୁମାର ବେହେରାଙ୍କୁ ନିଲମ୍ବିତ କରାଯାଇଛି। ଏହି ସମୟରେ ସେ ଭୁବନେଶ୍ୱରସ୍ଥିତ ପିସିସିଏଫ୍‌ ଓ ଏଚ୍‌ଓଏଫ୍‌ଏଫ୍‌ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟ କରିବେ। ସେହିପରି ବିନା ଅନୁମତିରେ ସେ ମୁଖ୍ୟ କାର୍ଯ୍ୟାଳୟ ଛାଡିପାରିବେ ନାହିଁ ବୋଲି ପତ୍ରରେ ଉଲ୍ଲେଖ ରହିଛି।

ପ୍ରକାଶ ଯେ, ସେପ୍ଟେମ୍ବର ୧୮ରେ ଫରେଷ୍ଟର ନାୟକ ଆତ୍ମହତ୍ୟା ପୂର୍ବରୁ ଏକ ସୁଇସାଇଡ୍‌ ନୋଟ ଛାଡ଼ିଯାଇଥିଲେ। ଏଥିରେ ସେ ଡିଏଫ୍‌ଓ ଦେବେନ୍ଦ୍ରଙ୍କୁ ପିସି ଦେଇ ନ ପାରିବାରୁ ମାନସିକ ଚାପରେ ଆତ୍ମହତ୍ୟା କରିଥିବା ଉଲ୍ଲେଖ କରିଥିଲେ। ଏହି ଘଟଣାକୁ ନେଇ ଭବାନୀପାଟଣା ଟାଉନ ଥାନାରେ ମୃତ ଫରେଷ୍ଟରଙ୍କ ଭାଇ ରବି ନାରାୟଣ ନାୟକ ଡିଏଫ୍‌ଓ ବେହେରାଙ୍କ ନାମରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୩୬୪/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏହି ସମୟରେ ପୋଲିସ ଡିଏଫ୍‌ଓ ବେହେରାଙ୍କୁ ଥାନାରେ ହାଜର ହେବା ପାଇଁ ସମନ୍‌ କରିଥିଲା। ହେଲେ ସେ ହାଜର ହେବା ପରିବର୍ତ୍ତେ ଫେରାର ମାରିଥିଲେ। କୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିବା ପରେ ସେ ଶୁକ୍ରବାର ଭବାନୀପାଟଣା ଟାଉନ ଥାନାରେ ହାଜର ହୋଇଥିଲେ। ତାଙ୍କ ସହ ରାୟଗଡା ଏରିଆ ରେଞ୍ଜର ପ୍ରକାଶ ରଥ, ଭୁବନେଶ୍ୱର ଏସିଏଫ୍‌ ରଜନୀକାନ୍ତ ରାଉତ ମଧ୍ୟ ହାଜର ହୋଇଥିଲେ। ଭବାନୀପାଟଣା ସଦର ଏସ୍‌ଡିପିଓ ସୁନାରାମ ହେମ୍ବ୍ରମ ସେମାନଙ୍କୁ ୪ରୁ ୫ ଘଣ୍ଟା ଧରି ଜେରା କରିଥିଲେ। ଶନିବାର ମଧ୍ୟ ସେମାନଙ୍କୁ ପୋଲିସ ଜେରା କରିଥିବା ଜଣାପଡିଛି।
ଏହି ଘଟଣାରେ ପ୍ରଥମଥର ପାଇଁ କ୍ୟାମେରା ସମ୍ମୁଖରେ ମୁହଁ ଖୋଲିଛନ୍ତି ଡିଏଫ୍‌ଓ ଦେବେନ୍ଦ୍ର ବେହେରା। କହିଛନ୍ତି, ସେ ନିର୍ଦ୍ଦୋଷ, ତାଙ୍କୁ ଅଯଥାରେ ଏହି ଘଟଣାରେ ଟଣାଯାଉଛି। ସୁଇସାଇଡ ନୋଟ୍‌ ବାବଦରେ ସେ କିଛି ଜାଣିନାହାନ୍ତି। ସଞ୍ଜୟଙ୍କ ପରିବାର ଲଗାଇଥିବା ଆରୋପ ସବୁ ମିଥ୍ୟା। ତାଙ୍କ ନାଁରେ ମାମଲା ରୁଜୁ ହୋଇଥିବାରୁ ଜାମିନ ପାଇଁ ଆବେଦନ କରିଥିଲେ। ମୃତ ଫରେଷ୍ଟର କଳାହାଣ୍ଡିରେ ଚାକିରିରେ ରହିବାକୁ ଚାହୁଁଥିଲେ। ହେଲେ ସେ ତାଙ୍କୁ ଏଠାରୁ ରିଲିଭ୍‌ କରିବାରୁ ସେଥିପାଇଁ ତାଙ୍କ ପରିବାର ଲୋକେ ତାଙ୍କୁ ଦୋଷାରୋପ କରୁଛନ୍ତି ବୋଲି ପ୍ରକାଶ କରିଥିଲେ। ଅନ୍ୟପକ୍ଷରେ, ଗତ ରବିବାର ତଦନ୍ତକାରୀ ଅଧିକାରୀ ସିସିଏଫ୍‌ ଜାରିଙ୍ଗ ହାଇଟେକ ନର୍ସରୀକୁ ବିଭାଗୀୟ ତଦନ୍ତ ପାଇଁ ଆସିଥିଲେ। ଏହି ସମୟରେ ସେ ସ୍ଥାନୀୟ ଗାର୍ଡ, ଫରେଷ୍ଟରଙ୍କୁ ବିଭିନ୍ନ ପ୍ରସଙ୍ଗରେ ପଚାରିବା ସହ କାଗଜପତ୍ର ଯାଞ୍ଚ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri