ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ସାରା ରାଜ୍ୟରୁ ୩୫୨ଜଣ କ୍ରୀଡ଼ାବିତ ଯୋଗଦେଇଥିବା ବେଳେ ରାୟଗଡ଼ା ଜିଲାର ୨୨ଜଣ ଅଂଶଗ୍ରହଣ କରିଥିଲେ । ରାୟଗଡ଼ା ଜିଲାର ପ୍ରତିଯୋଗୀଙ୍କ ମଧ୍ୟରୁ କନିଷ୍ଠ ବର୍ଗ ୫୩କେଜିରେ ନିମାଲପୁରୀ ତରୁଣ ସ୍ୱର୍ଣ୍ଣ, ୫୯କେଜିରେ ଅଭିଷେକ ହିମିରିକା ସ୍ୱର୍ଣ୍ଣ, ବରିଷ୍ଠ ବର୍ଗରେ ୫୯କେଜିରେ ତେଜାବ କୁମାର ସୁନା ସ୍ୱର୍ଣ୍ଣ, ମାଷ୍ଟର ବର୍ଗ ୭୪କେଜିରେ ବିଟିବି ରାମନାମୂର୍ତି ସ୍ୱର୍ଣ୍ଣ, କନିଷ୍ଠ ବର୍ଗ ୯୩କେଜିରେ ବିଶ୍ୱରଞ୍ଜନ ପାଣି ରୌପ୍ୟ, କନିଷ୍ଠ ବର୍ଗ ୧୦୫କେଜିରେ ମୋହିତ ଗିରି ସ୍ୱର୍ଣ୍ଣ ଓ ଦେବଶଙ୍କର ଗାନ୍ଧୀ ରୌପ୍ୟ ପଦକ ପାଇଛନ୍ତି । ସେହିଭଳି କନିଷ୍ଠ ବର୍ଗ ୭୫କେଜିରେ ସୌମ୍ୟ ରଞ୍ଜନ ସାମଲ କାଂସ୍ୟ, ଉପକନିଷ୍ଠ ୯୩କେଜିରେ ନିଲେଶ ଗୌଡ଼ ରୌପ୍ୟ ଏବଂ ମାଷ୍ଟର ବର୍ଗ ୬୩କେଜିରେ ଦମୟନ୍ତୀ ବାତ୍ରିଆ ରୌପ୍ୟ ପଦକ ପାଇଛନ୍ତି । ଖେଳାଳିମାନେ ରାୟଗଡ଼ା ଶକ୍ତି ଉତୋଳନ ସଂଘର ସମ୍ପାଦକ ସଦାଶିବ ତ୍ରିପାଠୀ ଙ୍କ ତତ୍ୱାବଧାନରେ ଭୁବନେଶ୍ୱରରେ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସଫଳତା ହାସଲ କରିଛନ୍ତି । ଏହି ପ୍ରତିଯୋଗିତାରେ ରାୟଗଡ଼ା ଟିମ୍ ପାଇଁ ତେଜାବ ଟିମ୍ ମ୍ୟାନେଜର ଦାୟିତ୍ୱ ତୁଲାଇଥିବା ବେଳେ ରାମନାମୂର୍ତି କୋଚ୍ ହିସାବରେ ଦାୟିତ୍ୱ ତୁଲାଇଥିଲେ । ମୋଟ ୧୦ଟି ପଦକ ହାସଲ କରି ରାୟଗଡ଼ା ଜିଲାକୁ ଗୌରାବନ୍ୱିତ କରିଥିବା କାରଣରୁ ସମସ୍ତ କ୍ରୀଡ଼ାବିତ୍‌ଙ୍କୁ ଜିଲା ଶକ୍ତି ଉତୋଳନ ସଂଘର ସଂଘ ସଭାପତି ଦୁର୍ଗା ପ୍ରସାଦ ପଣ୍ଡା, ସାଧାରଣ ସମ୍ପାଦକ ସଦାଶିବ ତ୍ରିପାଠୀ ଏବଂ ଅନ୍ୟମାନେ ଶୁଭେଚ୍ଛା ଜଣାଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

ବରାଳ ବାଲୁଙ୍କେଶ୍ୱର ମନ୍ଦିର ବିକାଶ ପାଇଁ ୮୫ ଲକ୍ଷ ଟଙ୍କା ମଞ୍ଜୁର

ସାକ୍ଷୀଗୋପାଳ,୧୪ା୮(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ବରାଳ ଗ୍ରାମର ପୁରାଣ ପ୍ରସିଦ୍ଧ ବାଲୁଙ୍କେଶ୍ୱର ଦେବ ମନ୍ଦିରକୁ ଦିନକୁ ଦିନ ଶ୍ରଦ୍ଧାଳୁମାନଙ୍କ ସମାଗମ ବୃଦ୍ଧି…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri