ଅଭିଯୋଗ ଶୁଣାଣିକୁ ବିଳମ୍ବରେ ଆସିଲେ ଅଧିକାରୀ, ବାହାର କରିଦେଲେ ଜିଲାପାଳ

ରାୟଗଡା,୫/୨(ଆଶିଷ ରଞ୍ଜନ ପଣ୍ଡା)- ଜିଲା ସ୍ତରୀୟ ଅଭିଯୋଗ ଶୁଣାଣି ପ୍ରକୋଷ୍ଠକୁ କିଛି ଜିଲାସ୍ତରୀୟ ଅଧିଳାରୀ ନିର୍ଦ୍ଧାରିତ ସମୟ ଠାରୁ ବିଳମ୍ବରେ ଆସିବାରୁ ଭିତରକୁ ପ୍ରବେଶ କରିବା ପାଇଁ ଜିଲାପାଳ ମନା କରିଦେଇଥିବା ଭଳି ଘଟଣା ଦେଖିବାକୁ ମିଳିଛି ।

ସୂଚନା ଅନୁସାରେ, ଚଳିତ ବର୍ଷର ପ୍ରଥମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଚାଲିଥିଲା । ଠିକ୍ ୧୦ଟା ରେ ପହଞ୍ଚିଥିଲେ ଜିଲ୍ଲାପାଳ ଆଶୁତୋଷ କୁଳକର୍ଣି। ହେଲେ ଅଧିକାଂଶ ଜିଲ୍ଲା ସ୍ତରୀୟ ଅଧିକାରୀ ଶୁଣାଣିରେ ପହଞ୍ଚି ନଥିଲେ । ଏନେଇ ଜିଲାପାଳଙ୍କ ଦୃଷ୍ଟିକୁ ଆସିବା ପରେ ତୁରନ୍ତ ସୁରକ୍ଷା କର୍ମଚାରୀ ଓ ଅନ୍ୟ କର୍ମଚାରୀଙ୍କୁ ବିଳମ୍ବରେ ଆସିଥିବା ଅଧିକାରୀଙ୍କୁ ଅଭିଯୋଗ ପ୍ରକୋଷ୍ଠ ଭିତରକୁ ନ ଛାଡିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ବିଳମ୍ବରେ ଆସିଥିବା ଅଧିକାରୀମାନେ ହେଲେ ଅବକାରୀ ବିଭାଗ ଅଧିକ୍ଷକ ସନ୍ତୋଷ କୁମାର ଧଳସାମନ୍ତ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ, ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ଦାଶରଥି ସୋରେନ ଓ ରାୟଗଡ଼ା ବିଡ଼ିଓ ସୁଜିତ୍ ମିଶ୍ରଙ୍କ ସମେତ ପ୍ରାୟ ୧୨ ଜଣ ଅଧିକାରୀଙ୍କ ବିରୁଦ୍ଧରେ ଏହିଭଳି ପଦକ୍ଷେପ ଗ୍ରହଣ କରିଛନ୍ତି ଜିଲାପାଳ କୁଳକର୍ଣୀ।

ଏପରିକି ରାୟଗଡା ଉପଜିଲାପାଳ ରମେଶ ଜେନାଙ୍କୁ ମଧ୍ୟ ବିଳମ୍ବରେ ଆସିବାରୁ ଭିତରକୁ ଛଡା ଯାଇନଥିଲା । ଅପ୍ରିତିକର ପରିସ୍ଥିତିରେ ପଡିଯାଇଥିବା ଯୋଗୁଁ ଅଧିକାରୀମାନେ ବାଧ୍ୟ ହୋଇ ଶୁଣାଣି ପ୍ରକୋଷ୍ଠ ପାର୍ଶ୍ୱରେ ଥିବା ଇନୋଭେସନ ସେଲରେ ବସି ରହିଥିଲେ । ଅଭିଯୋଗ ଶୁଣାଣି ୧ ଘଣ୍ଟାରୁ ଉର୍ଦ୍ଧ ହୋଇ ଯାଇଥିଲେ ମଧ୍ୟ ଅଧିକାରୀମାନେ ବାହାରେ ଅପେକ୍ଷା କରି ବସିଥିବା ଦେଖିବାକୁ ମିଳିଛି । ଜିଲ୍ଲାପାଳଙ୍କ ଏଭଳି କାର୍ଯ୍ୟାନୁଷ୍ଠାନ ଅଧିକାରୀଙ୍କ ମହଲରେ କୋକୁଆ ଭୟ ସୃଷ୍ଟି କରିଛି । ଜିଲ୍ଲାପାଳଙ୍କ ଏଭଳି କାର୍ଯ୍ୟାନୁଷ୍ଠାନକୁ ବହୁ ଅଭିଯୋଗକାରୀ ସମର୍ଥନ କରୁଥିବା ଦେଖିବାକୁ ମିଳିଛି । ଏନେଇ ଜିଲ୍ଲାପାଳ ଆଶୁତୋଷ କୁଲକର୍ଣୀଙ୍କୁ ପଚାରିବାରୁ ମାଇ ଆକ୍ସନ ଇଜ୍ ଭେରି କ୍ଲିୟର ବୋଲି କହି ସେ ଚାଲିଯାଇଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଇରାନ ଉପରେ ମହାଶକ୍ତିର ପ୍ରହାର: ଖାମେନେଇଙ୍କ ବାସଭବନ ଧ୍ୱଂସ, ଟ୍ରମ୍ପ କହିଲେ‘ ଇରାନବାସୀଙ୍କ ମୁକ୍ତି ସମୟ ଆସିଛି’ 

ଓ୍ବାଶିଂଟନ,୨୮।୨: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ସାମରିକ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଭୟଙ୍କର ରୂପ ନେଇଛି। ଏହି ଆକ୍ରମଣର କିଛି ଘଣ୍ଟା ପରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri