ଗୁଳିକାଣ୍ଡ ଘଟଣାରେ ଡିଆଇଜିଙ୍କ ରାୟଗଡ଼ା ଗସ୍ତ: ସ୍ଥିତି ଉପରେ ଅନୁଧ୍ୟାନ

ଗୁଣପୁର,୧୧।୫( ସୁଜାତା ପାଢ଼ୀ):ରାୟଗଡ଼ା ଗୁଳିକାଣ୍ଡ ଘଟଣା ପରେ ଦକ୍ଷିଣ ପଶ୍ଚିମlଞ୍ଚଳ ଡିଆଇଜି ଡ. କନୱର ବିଶାଲ ସିଂ ସୋମବାର ପହଞ୍ଚି ପରିସ୍ଥିତି ଉପରେ ଅନୁଧ୍ୟାନ କରିଛନ୍ତି। ଅପରାଧୀମାନଙ୍କୁ କିଛି ମାତ୍ରାରେ ଚିହ୍ନଟ କରଯାଇଛି l ସେମାନଙ୍କୁ ଧରିବା ପାଇଁ ୬ଟି ପୋଲିସ ଟିମ ଗଠନ ହୋଇଛି ଏବଂ ସମସ୍ତ ପ୍ରକାର ସହାୟତା ନିଆଯାଇଛି l

ଓଡ଼ିଶା ଏଂ ଓଡ଼ିଶା ବାହାରେ ମଧ୍ୟ ଅପରାଧୀମାନଙ୍କୁ ଧରିବା ପାଇଁ ତଦନ୍ତ ଜୋରଦାର କରାଯାଇଛି ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଥିଲେ l ମାରଣାସ୍ତ୍ର କେଉଁଠାରୁ ଆସୁଛି ତାହାର ତଦନ୍ତ କରାଯିବ। ଦୋଷୀ ତଥା ଅପରାଧୀମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଏସପିଙ୍କୁ କୁହାଯାଇଛି। ଘଟଣାକୁ ପୋଲିସ ଅତି ଗୁରୁତର ଭାବେ ନେଇଛି l ଭୁବନେଶ୍ବରର ସାଇବର ଏକ୍ସପାର୍ଟଙ୍କ ସହାୟତା ନିଆଯାଉଥିବା ବେଳେ ତଦନ୍ତକାରୀ ଟିମ ରାଜ୍ୟ ତଥା ରାଜ୍ୟ ବାହାରେ ତନାଘନା ଆରମ୍ଭ କରିଛନ୍ତି ବୋଲି ଡିଆଇଜି ସୂଚନା ଦେଇଛନ୍ତି।
ସେହିପରି ରାୟଗଡା ସହରକୁ କେଉଁ ଆଡୁ ମାରଣାସ୍ତ୍ର ଆସୁଛି ତାକୁ ନେଇ ମଧ୍ୟ ଜିଲାରେ ଏକ ସ୍ବତନ୍ତ୍ର ଡ୍ରାଇଭ କରାଯିବା ସହ ଅପରାଧିମାନଙ୍କ ତାଲିକା ପ୍ରସ୍ତୁତ କରାଯାଇ ଆଗାମୀ ୧୫ ଦିନ ମଧ୍ୟରେ ଆଇନ ଅନୁଯାୟୀ ଗିରଫ କରାଯିବ ବୋଲି ଡିଆଇଜି ସୂଚନା ଦେଇଛନ୍ତି। ସହରରେ ଉତ୍ତେଜନାକୁ ଦେଖି ୧୧ ପ୍ଲାଟୁନ ପୋଲିସ ମୁତୟନ ହୋଇଥିବା ପୁଲିସ କହିଛି I ରାୟଗଡ଼ାରେ ଅପରାଧ ନିୟନ୍ତ୍ରଣ ପାଇଁ ଆସନ୍ତା ୧୫ ଦିନ ପର୍ଯ୍ୟନ୍ତ ଏକ ସୱତନ୍ତ୍ର ଆଣ୍ଟି-କ୍ରାଇମ ଡ୍ରାଇଭ ବା ଅପରାଧ ବିରୋଧୀ ଅଭିଯାନ ଆରମ୍ଭ କରାଯାଇଛି। ବିଶେଷ କରି ବେଆଇନ ଅସ୍ତ୍ରଶସ୍ତ୍ର କାରବାର ଉପରେ କଡ଼ା ନଜର ରଖାଯିବ। ଅପରାଧରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଜାତୀୟ ସୁରକ୍ଷା ଆଇନ ଏବଂ ଭାରତୀୟ ନ୍ୟାୟ ସଂହିତା ର ଧାରା ଅନୁଯାୟୀ, କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ପରିଶେଷରେ ଡିଆଇଜି ଜନସାଧାରଣ ପୋଲିସକୁ ସହଯୋଗ କରିବାକୁ ଅନୁରୋଧ କରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?