ରାୟଗଡ଼ା, କନ୍ଧମାଳ ଜିଲାପାଳଙ୍କୁ ରିପୋର୍ଟ ତଲବ

କଟକ ଅଫିସ,୩୧।୧୦: ସ୍ବେରେଜ ଟାଙ୍କିରେ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ହାଇକୋର୍ଟ ରାୟଗଡ଼ା ଓ କନ୍ଧମାଳ ଜିଲାପାଳଙ୍କୁ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଭୁବନେଶ୍ୱର ଶ୍ରମିକ ମୃତ୍ୟୁ ଘଟଣାରେ ଠିକା କନ୍‌ଷ୍ଟ୍ରକ୍ସନ କମ୍ପାନୀ ଯୁଗ୍ମ ଶ୍ରମ ଆୟୁକ୍ତଙ୍କ ନିକଟରେ ଦାଖଲ କରିଥିବା କ୍ଷତିପୂରଣ ରାଶିକୁ ମୃତ ଶ୍ରମିକଙ୍କ ପରିବାରଙ୍କୁ ପ୍ରଦାନ କରିବାକୁ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କ ମିଳିତ ଖଣ୍ଡପୀଠ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ, ସ୍ବେରେଜ ଟାଙ୍କିରେ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ କେନ୍ଦ୍ର ସରକାରଙ୍କ ପ୍ରଦତ୍ତ ଏସଓପି(ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର)କୁ କିପରି ପାଳନ କରାଯାଉଛି, ସେନେଇ ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜବାବ ଦାଖଲ କରାଯାଇଛି। ଆମିକସ କ୍ୟୁରିଭାବେ ନିଯୁକ୍ତ ଆଇନଜୀବୀ ବିଭୁ ପ୍ରସାଦ ତ୍ରିପାଠୀ ଓ ପମି ରଥ ଉପସ୍ଥିତ ଥିଲେ। ଆସନ୍ତା ଡିସେମ୍ବର ୪ରେ ଏହାର ପରବର୍ତ୍ତୀ ଶୁଣାଣି ହେବ।
ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୨୦ରେ ଭୁବନେଶ୍ୱରର ବ୍ରହ୍ମେଶ୍ୱର ବାଗ୍‌ ଅଞ୍ଚଳର ନୂଆ ସ୍ବେରେଜ ଲାଇନରେ କାମ ଚାଲିଥିବାବେଳେ ମ୍ୟାନହୋଲରେ ଶ୍ୱାସରୁଦ୍ଧହୋଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଉଭୟେ ଲକ୍ଷ୍ମୀ କନ୍‌ଷ୍ଟ୍ରକ୍ସନ ନାମକ ଏକ ଠିକା କମ୍ପାନୀ ଅଧୀନରେ ଶ୍ରମିକଭାବେ କାର୍ଯ୍ୟ କରୁଥିଲେ। ଗତ ଏପ୍ରିଲ ୧୫ରେ କଟକ ସିଡିଏ-୧୦ ଅଞ୍ଚଳର ମ୍ୟାନ୍‌ ହୋଲରେ ଶ୍ୱାସରୁଦ୍ଧ ହୋଇ ୨ଜଣ ଶ୍ରମିକଙ୍କ ମଧ୍ୟ ମୃତ୍ୟୁ ଘଟିଥିଲା। ସେହିପରି ସ୍ବେରେଜ ଟାଙ୍କିରେ ଗତ ୨୦ତାରିଖରେ ରାୟଗଡ଼ା ଜିଲାର ୩ଜଣ ଓ ଜୁଲାଇ ମାସରେ କନ୍ଧମାଳ ଜିଲାର ୩ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଏହି ସମସ୍ତ ଘଟଣାରେ ହାଇକୋର୍ଟ ନିଜ ତରଫରୁ ମାମଲା ରୁଜୁ କରିଥିଲେ। ଭୁବନେଶ୍ୱର ଘଟଣାରେ ମୃତ ଶ୍ରମିକଙ୍କୁ ବୀମା କମ୍ପାନୀ ତରଫରୁ ଗତ ଅଗଷ୍ଟ ମାସରେ ୨୧ ଲକ୍ଷ ୬୨ ହଜାର ଟଙ୍କା କ୍ଷତିପୂରଣ ରାଶି ଯୁଗ୍ମ ଶ୍ରମ ଆୟୁକ୍ତଙ୍କ ନିକଟରେ ଦାଖଲ କରାଯାଇଥିବାବେଳେ ମୃତକଙ୍କ ପରିବାରକୁ ପ୍ରଦାନ କରାଯାଉ ନଥିଲା। ଏନେଇ ହାଇକୋର୍ଟ କ୍ଷୁବ୍ଧ ହେବା ସହ ଶୀଘ୍ର ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

୩ ବର୍ଷ ପରେ ଖୋଲିଲା ପୋଲ, ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

କୋରାପୁଟ,୨ା୪(ଅମିତାଭ ବେହେରା): ଦୀର୍ଘ ୩ ବର୍ଷ ୭ ମାସର ପ୍ରତୀକ୍ଷା ପରେ ବୁଧବାର ଏନ୍‌ଏଚ୍‌-୩୨୬ର ବଙ୍ଗଳାଗୁଡା ପୋଲରେ ଯାତାୟାତ ସୱାଭାବିକ ହୋଇଛି। ବଙ୍ଗଳାଗୁଡ଼ା ନିକଟରେ ଚବେରୀ ନଦୀ…

ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ…

ଆଜିଠୁ କଟିବ ଚାଲାଣ: ହୋଇଯାନ୍ତୁ ସାବଧାନ

କଟକ,୨।୪(କାର୍ତ୍ତିକ ସାହୁ):ମୋଟର ଯାନ ଆଇନ ଅନୁଯାୟୀ ଯାନର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (ପିୟୁସିସି) ନ ଥିଲେ ଏପ୍ରିଲ ୨ରୁ ଚାଲାଣ କଟିବ। ଏ ବାବଦରେ ମୋଟରଯାନ ବ୍ୟବହାରକାରୀମାନେ…

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri