କେନ୍ଦ୍ରମନ୍ତ୍ରୀ-ବିଧାୟକ ମକରନ୍ଦଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା

ରାୟଗଡ଼ା,୧୨।୮(ଆଶିଷ ରଞ୍ଜନ ପଣ୍ଡା): ସ୍ବାଧୀନ ଭାବେ ପ୍ରଥମ ଥର ପାଇଁ ୨୦୧୯ ସାଧାରଣ ନିର୍ବାଚନରେ ବିଧାୟକ ହେବା ପରେ ବହୁତ ଚର୍ଚ୍ଚାରେ ଥିଲେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି । ଏବେ ସେ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିବା ପରେ ଜିଲାରେ ରାଜନୈତିକ ମହଲରେ ଆଲୋଡ଼ନ ସୃଷ୍ଟି ହୋଇଛି। ମକରନ୍ଦ ଝୋଡ଼ିଆ ସମ୍ପ୍ରଦାୟକୁ ଆଦିବାସୀ ମାନ୍ୟତା ଦାବିରେ ଯାଇଥିଲେ, ନା ଆଗାମୀ ନିର୍ବାଚନରେ ଭାଜପାରେ ଯୋଗଦେଇ ଭାଜପାରୁ ପ୍ରାର୍ଥୀ ହେବା ନେଇ ଆଲୋଚନା କରିବାକୁ ଯାଇଥିଲେ, ସେ ନେଇ ଆଲୋଚନା ଜୋର ଧରିଛି। ତେବେ ପୂର୍ବରୁ ବିଜେଡିର ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେଉଥିବା ସ୍ବାଧୀନ ବିଧାୟକ ମକରନ୍ଦ ଅଚାନକ ଭାଜପାର ଶୀର୍ଷ ନେତୃତ୍ୱଙ୍କୁ ଭେଟିବା ଅଞ୍ଚଳବାସୀଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ନେଇ ବିଧାୟକ ମକରନ୍ଦଙ୍କୁ ପଚାରିବାରୁ ସେ କହିଛନ୍ତି, ଅଞ୍ଚଳବାସୀଙ୍କ ଦାବି ଓ ଅଞ୍ଚଳର ବିକାଶ ନେଇ ସେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଥିଲେ  । ତେବେ ଆଗାମୀ ନିର୍ବାଚନରେ ପୁଣି ଥରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବେ ନା ଅନ୍ୟ କୌଣସି ଦଳରୁ ପ୍ରାର୍ଥୀ ହେବେ ବୋଲି ପଚାରିବାରୁ ତାହା ସମୟ କହିବ ବୋଲି କହିଛନ୍ତି। ରାଜନୀତିରେ କେତେବେଳେ କ’ଣ ହେଉଛି ତାହା ଆଗରୁ କିଛି କହିହେବ ନାହିଁ ବୋଲି କହିଥିଲେ । ହେଲେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିବା ସମୟରେ ଓଡ଼ିଶାର ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି ସାଥିରେ ରହିଥିବା ଏକ ବଡ଼ ପରିବର୍ତ୍ତନ ବୋଲି ରାଜନୈତିକ ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି । ବିଜେଡି ସହ ଦୀର୍ଘ ସମୟ ରହିବା ପରେ ଶାସକ ଦଳରୁ ମକରନ୍ଦ ରାୟଗଡ଼ା ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀ ହେବା ନେଇ ସମ୍ଭାବନା କମ୍‌ ଥିବା ଜଣାପଡ଼ିବା ପରେ ମକରନ୍ଦ ଏହି ପଦକ୍ଷେପ ନେଇଥିବା ନେଇ ଚର୍ଚ୍ଚା ଚାଲିଛି। ତେବେ ନିର୍ବାଚନ ପାଖେଇ ଆସୁଥିବା ବେଳେ ସ୍ବାଧୀନ ବିଧାୟକଙ୍କ ଭାଜପା ଶୀର୍ଷ ନେତୃତ୍ୱଙ୍କୁ ଭେଟିବା ଭାଜପା ଓ ବିଜେଡିରେ ହଇଚଇ ସୃଷ୍ଟି କରୁଛି । ଆଗାମୀ ଦିନରେ ମକରନ୍ଦ କେଉଁ ଦଳ ଆଡ଼କୁ ଢଳୁଛନ୍ତି ତାହା ଦେଖିବାକୁ ବାକି ରହିଲା। ଆଗାମୀ ନିର୍ବାଚନରେ ସେ କଂଗ୍ରେସ ଦଳରୁ ମଧ୍ୟ ପ୍ରାର୍ଥୀ ହୋଇପାରନ୍ତି ବୋଲି କିଛିଦିନ ତଳେ ଚର୍ଚ୍ଚା ଚାଲିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri