କେନ୍ଦ୍ରମନ୍ତ୍ରୀ-ବିଧାୟକ ମକରନ୍ଦଙ୍କ ସାକ୍ଷାତକୁ ନେଇ ଚର୍ଚ୍ଚା

ରାୟଗଡ଼ା,୧୨।୮(ଆଶିଷ ରଞ୍ଜନ ପଣ୍ଡା): ସ୍ବାଧୀନ ଭାବେ ପ୍ରଥମ ଥର ପାଇଁ ୨୦୧୯ ସାଧାରଣ ନିର୍ବାଚନରେ ବିଧାୟକ ହେବା ପରେ ବହୁତ ଚର୍ଚ୍ଚାରେ ଥିଲେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି । ଏବେ ସେ ଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିବା ପରେ ଜିଲାରେ ରାଜନୈତିକ ମହଲରେ ଆଲୋଡ଼ନ ସୃଷ୍ଟି ହୋଇଛି। ମକରନ୍ଦ ଝୋଡ଼ିଆ ସମ୍ପ୍ରଦାୟକୁ ଆଦିବାସୀ ମାନ୍ୟତା ଦାବିରେ ଯାଇଥିଲେ, ନା ଆଗାମୀ ନିର୍ବାଚନରେ ଭାଜପାରେ ଯୋଗଦେଇ ଭାଜପାରୁ ପ୍ରାର୍ଥୀ ହେବା ନେଇ ଆଲୋଚନା କରିବାକୁ ଯାଇଥିଲେ, ସେ ନେଇ ଆଲୋଚନା ଜୋର ଧରିଛି। ତେବେ ପୂର୍ବରୁ ବିଜେଡିର ଦଳୀୟ କାର୍ଯ୍ୟକ୍ରମରେ ଯୋଗଦେଉଥିବା ସ୍ବାଧୀନ ବିଧାୟକ ମକରନ୍ଦ ଅଚାନକ ଭାଜପାର ଶୀର୍ଷ ନେତୃତ୍ୱଙ୍କୁ ଭେଟିବା ଅଞ୍ଚଳବାସୀଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଏ ନେଇ ବିଧାୟକ ମକରନ୍ଦଙ୍କୁ ପଚାରିବାରୁ ସେ କହିଛନ୍ତି, ଅଞ୍ଚଳବାସୀଙ୍କ ଦାବି ଓ ଅଞ୍ଚଳର ବିକାଶ ନେଇ ସେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିଥିଲେ  । ତେବେ ଆଗାମୀ ନିର୍ବାଚନରେ ପୁଣି ଥରେ ସ୍ବାଧୀନ ଭାବେ ନିର୍ବାଚନ ଲଢ଼ିବେ ନା ଅନ୍ୟ କୌଣସି ଦଳରୁ ପ୍ରାର୍ଥୀ ହେବେ ବୋଲି ପଚାରିବାରୁ ତାହା ସମୟ କହିବ ବୋଲି କହିଛନ୍ତି। ରାଜନୀତିରେ କେତେବେଳେ କ’ଣ ହେଉଛି ତାହା ଆଗରୁ କିଛି କହିହେବ ନାହିଁ ବୋଲି କହିଥିଲେ । ହେଲେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭେଟିବା ସମୟରେ ଓଡ଼ିଶାର ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି ସାଥିରେ ରହିଥିବା ଏକ ବଡ଼ ପରିବର୍ତ୍ତନ ବୋଲି ରାଜନୈତିକ ବିଶେଷଜ୍ଞମାନେ ମତ ପ୍ରକାଶ କରିଛନ୍ତି । ବିଜେଡି ସହ ଦୀର୍ଘ ସମୟ ରହିବା ପରେ ଶାସକ ଦଳରୁ ମକରନ୍ଦ ରାୟଗଡ଼ା ନିର୍ବାଚନ ମଣ୍ଡଳୀରେ ପ୍ରାର୍ଥୀ ହେବା ନେଇ ସମ୍ଭାବନା କମ୍‌ ଥିବା ଜଣାପଡ଼ିବା ପରେ ମକରନ୍ଦ ଏହି ପଦକ୍ଷେପ ନେଇଥିବା ନେଇ ଚର୍ଚ୍ଚା ଚାଲିଛି। ତେବେ ନିର୍ବାଚନ ପାଖେଇ ଆସୁଥିବା ବେଳେ ସ୍ବାଧୀନ ବିଧାୟକଙ୍କ ଭାଜପା ଶୀର୍ଷ ନେତୃତ୍ୱଙ୍କୁ ଭେଟିବା ଭାଜପା ଓ ବିଜେଡିରେ ହଇଚଇ ସୃଷ୍ଟି କରୁଛି । ଆଗାମୀ ଦିନରେ ମକରନ୍ଦ କେଉଁ ଦଳ ଆଡ଼କୁ ଢଳୁଛନ୍ତି ତାହା ଦେଖିବାକୁ ବାକି ରହିଲା। ଆଗାମୀ ନିର୍ବାଚନରେ ସେ କଂଗ୍ରେସ ଦଳରୁ ମଧ୍ୟ ପ୍ରାର୍ଥୀ ହୋଇପାରନ୍ତି ବୋଲି କିଛିଦିନ ତଳେ ଚର୍ଚ୍ଚା ଚାଲିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଉପେନ୍ଦ୍ରଭଞ୍ଜ ଉଚ୍ଚ ବିଦ୍ୟାଳୟରେ ସମାଧାନ ହେବ ଶିକ୍ଷକ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri