ସୁଙ୍ଗେର ବୋମା ନିଷ୍କ୍ରିୟ ମାମଲା: ୪୮ ଘଣ୍ଟା ମଧ୍ୟରେ ୬ଜଣଙ୍କୁ ବାନ୍ଧିଲା ରାୟଗଡ଼ା ପୋଲିସ

ରାୟଗଡ଼ା,୯।୧୨(ସ୍ବ.ପ୍ର.): ରାୟଗଡ଼ା ଜିଲା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ବୁଧବାର ଜିଲା ପୋଲିସ ଏବଂ ସିଆରପିଏଫ୍‌ କାଶୀପୁର ବ୍ଲକ ସୁଙ୍ଗେର ଗ୍ରାମର ଏକ ଘର ପଛପଟେ ଥିବା ପାଇଖାନାରେ ରଖାଯାଇଥିବା ବୋମାକୁ ନିଷ୍କ୍ରିୟ କରିଥିଲେ। ୪୮ ଘଣ୍ଟା ନପୁରୁଣୁ ନିଷ୍କ୍ରିୟ କରାଯାଇଥିବା ବୋମା ଘଟଣାରେ ଜଡ଼ିତ ଥିବା ୬ ଜଣଙ୍କୁ ଗିରଫ କରିଛି ପୋଲିସ।

ପୋଲିସଠାରୁ ମିଳିଥିବା ସୂଚନା ଅନୁଯାୟୀ, ଜଣେ ବ୍ୟକ୍ତି ନିଜଙ୍କୁ ମାଓବାଦୀ ବୋଲି ପରିଚୟ ଦେଇ ଅଭିଯୋଗକାରୀଙ୍କୁ ଜୀବନରେ ମାରିଦେବା ଧମକ ଦେବା ସହ ୫ ଲକ୍ଷ ଟଙ୍କା ଦେବା ପାଇଁ କହିଥିଲେ। ହେଲେ ଉକ୍ତ ଅଭିଯୋଗକାରୀଙ୍କୁ ମାରିବା ପାଇଁ ବୋମା ଖଞ୍ଜାଯାଇଥିବା ଜାଣିପାରି ଜିଲା ପୋଲିସ ସିଆରପିଏଫ୍‌ ଏବଂ ଡିଭିଏଫ୍‌ ଯବାନଙ୍କ ସହିତ ସୁଙ୍ଗେରରେ ସର୍ଚ୍ଚ ଅପରେଶନ କରି ପାଇଖାନାରେ ଥିବା ବୋମାକୁ ଠାବ କରିଥିଲେ । ଏହା ପରେ ବୋମା ନିଷ୍କ୍ରିୟକାରୀ ଟିମ୍‌ ଉକ୍ତ ବୋମାକୁ ବିସ୍ଫୋରଣ କରି ଯୋଜନା ପଣ୍ଡ କରିଦେଇଥିଲେ। ଗିରଫ ୬ ଜଣ ପୂର୍ବ ଯୋଜନା କରି ବୋମା ପାଇଁ ବାହାର ରାଜ୍ୟରୁ ସମସ୍ତ ସାମଗ୍ରୀ ଆଣିଥିବା ନେଇ ସନ୍ଦେହ ରହିଛି ବୋଲି ଏସ୍‌ପି ବିବେକାନନ୍ଦ ଶର୍ମା ଶୁକ୍ରବାର ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ତଦନ୍ତରେ ୬ ଜଣ ଗିରଫ ହୋଇଥିବା ବେଳେ ୨୦୦ ଗ୍ରାମ୍‌ ଜିଲୋଟିନ୍‌ ୫ଟି, ଇଲେକ୍ଟ୍ରୋନିକ ଡିଟେନେଟର୍‌ ୧୦ଟି, ୫ ମିଟର ବିଦ୍ୟୁତ ତାରରେ ତିଆରି ବୋମାକୁ ନିଷ୍କ୍ରିୟ କରାଯାଇଛି । ଏହା ସହିତ ୪ଟି ମୋବାଇଲ, ଗୋଟିଏ ସିଲିଣ୍ଡର ଏବଂ ଡିଜିଟାଲ ୱାଚ୍‌ ଜବତ କରାଯାଇଛି । ବୋମା ଠାବ, ନିଷ୍କ୍ରିୟ ଏବଂ ତଦନ୍ତରେ ରାୟଗଡ଼ା ଏସ୍‌ଡିପିଓ ଦେବଜ୍ୟୋତି ଦାସ ଏବଂ କାଶୀପୁର ଥାନା ଅଧିକାରୀ ପଦ୍ମା ମୁଥୁ ପ୍ରମୁଖ ଭୂମିକା ଗ୍ରହଣ କରି ପୋଲିସ ପାଇଁ ଏହି ସଫଳତା ଆଣିଥିବା ଏସ୍‌ପି ଶର୍ମା ପ୍ରକାଶ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri