ଡ୍ୟୁଟି ସାରି ବାଇକ୍‌ରେ ଫେରୁଥିଲେ, ଅଟୋ ସହ ହେଲା ମୁହାଁମୁହିଁ ଧକ୍କା: ଚାଲିଗଲା କନଷ୍ଟେବଳଙ୍କ ଜୀବନ

ଗୁଣପୁର,୧୮।୮(ସୁଜାତା ପାଢ଼ୀ)- ରାୟଗଡ଼ା ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ପୋଲିସ କନଷ୍ଟେବଳଙ୍କ ପ୍ରାଣହାନି ହୋଇଛି। କୁମ୍ଭିକୋଟା ଫାଣ୍ଡିରେ କାର୍ଯ୍ୟରତ କନଷ୍ଟେବଳ କିଶୋର ପତି (୫୦) ଏକ ଦୁର୍ଘଟଣାର ଶିକାର ହୋଇ ପ୍ରାଣ ହରାଇଛନ୍ତି।

ମିଳିଥିବା ସୂଚନା ମୁତାବକ, କିଶୋର ରାୟଗଡ଼ାରେ ନିଜର ଡ୍ୟୁଟି ସାରି ସନ୍ଧ୍ୟା ସମୟରେ ବାଇକ୍ ଯୋଗେ ରାୟଗଡ଼ାରୁ ଗୁଣପୁର ଅଭିମୁଖେ ଫେରୁଥିଲେ। ସେହି ସମୟରେ ରାମନାଗୁଡା ବ୍ଲକ ଅନ୍ତର୍ଗତ ପେନେକାମ ଗ୍ରାମ ନିକଟରେ ତାଙ୍କ ବାଇକ୍‌ଟି ଏକ ଅଟୋ ସହ ମୁହାମୁହିଁ ଧକ୍କା ହୋଇଥିଲା। ଏହି ଭୟଙ୍କର ଦୁର୍ଘଟଣାରେ କିଶୋର ଗୁରୁତର ହୋଇଥିଲେ।

ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ଗୁଣପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ।

ମୃତ କନଷ୍ଟେବଳ କିଶୋର ପତି ଗୁଣପୁରଠାରେ ସପରିବାର ସହ ରହି ଆସୁଥିଲେ ଏବଂ ତାଙ୍କ ପରିବାରରେ ପତ୍ନୀ ଓ ଦୁଇ ଝିଅ ଅଛନ୍ତି। ଏହି ଅଘଟଣ ଖବର ପାଇବା ପରେ ଗୁଣପୁର ଆଦର୍ଶ ଥାନା ଆଇଆଇସି କେ.କେ.ବିକେ କଅଁରଙ୍କ ସମେତ ଅନ୍ୟାନ୍ୟ ପୋଲିସ କର୍ମଚାରୀ ତବ୍‌କ୍ଷଣାତ୍ ହସ୍ପିଟାଲରେ ପହଞ୍ଚିଥିଲେ। ବୁଧବାର ମୃତଦେହର ବ୍ୟବଚ୍ଛେଦ (ଅଟୋପ୍ସି) କରାଯିବ ବୋଲି ଜଣାପଡ଼ିଛି। ଜଣେ କର୍ତ୍ତବ୍ୟନିଷ୍ଠ ପୋଲିସ କର୍ମଚାରୀଙ୍କ ଏପରି ଅକାଳ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଏବଂ ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବଦଳୁଛି ସମୀକରଣ: କଂଗ୍ରେସ ଛାଡି ଭାଜପାରେ ମିଶିଲେ…

​କଲ୍ୟାଣସିଂହପୁର,୪।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖାଣ୍ଡି ପଞ୍ଚାୟତର ଆଲିଜିନିଗୁଡ଼ା ଆମ୍ବତୋଟା ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଏକ ବିଶାଳ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?