ଗୁଣି ଗାରେଡ଼ି ସନ୍ଦେହ: ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ଅଟକାଇବାକୁ ଯାଇ IIC ଆହତ

ରାୟଗଡ଼ା/ପଦ୍ମପୁର,୨୨।୪(ଆଶିଷ ରଞ୍ଜନ ପଣ୍ଡା/ପ୍ରଶାନ୍ତ କର)- ରାୟଗଡ଼ା ଜିଲା ପଦ୍ମପୁର ଥାନା ଅଞ୍ଚଳରେ ଗୁଣି ଗାରେଡ଼ି ସନ୍ଦେହରେ ସଂଘବଦ୍ଧ ଆକ୍ରମଣର ଶିକାର ହୋଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ପଦ୍ମପୁର ତେଲି ସାହିର ଭୈରବ ସାହୁ(୫୦)। ତେବେ ସୋମବାର ବିଳମ୍ବିତ ରାତି ପ୍ରାୟ ୧୨ଟା ସମୟରେ ଏହି ଘଟଣା ଘଟିଥିବା ଆଇଆଇସି ଧରଣୀଧର ପ୍ରଧାନ ସୂଚନା ଦେଇଛନ୍ତି।

ଆକ୍ରମଣକାରୀଙ୍କୁ ଅଟକାଇବାକୁ ଯାଇ ଆଇଆଇସି ପ୍ରଧାନ ମଧ୍ୟ ଆହତ ହୋଇଛନ୍ତି। ତାଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗି ଷ୍ଟିଚ ପଡ଼ିଥିବା ଜଣାପଡିଛି। ବର୍ତମାନ ପରିସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ପୋଲିସ ଏଏସ୍‌ପି ଅମୂଲ୍ୟ ଧର, ଗୁଣପୁର ଏସ୍‌ଡିପିଓ ବାବୁଲି ନାୟକଙ୍କ ନେତୃତ୍ୱରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।

ପୋଲିସଠାରୁ ମିଳିଥିବା ସୂଚନା ଅନୁସାରେ, ଗୁଣି ଗାରେଡ଼ି ସନ୍ଦେହରେ ଭୈରବଙ୍କ ଉପରେ ରାତି ପ୍ରାୟ ୧୨ଟା ସମୟରେ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ସେ ନିଜ ଜୀବନ ବଞ୍ଚାଇବା ପାଇଁ ଦୌଡ଼ିବାରୁ ତାଙ୍କୁ ଗୋଡ଼ାଇ ଗୋଡ଼ାଇ ଲୋକେ ପିଟିଥିଲେ । ଖବରପାଇ ଆଇଆଇସି ପ୍ରଧାନ ଓ ପୋଲିସ ଟିମ ଆକ୍ରମଣକାରୀଙ୍କୁ ଅଟକାଇବା ବେଳେ ଆଇଆଇସି ପ୍ରଧାନଙ୍କ ଉପରେ ମଧ୍ୟ ଲୋକେ ଆକ୍ରମଣ କରିଥିଲେ। ଫଳରେ ଆଇଆଇସି ଆହତ ହୋଇଥିଲେ। ତେବେ ଭୈରବଙ୍କୁ ପୋଲିସ ଘଟଣାସ୍ଥଳରୁ ଉଦ୍ଧାର କରି ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ହେଁ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ଆକ୍ରମଣ ଘଟଣାର ମୁଖ୍ୟ ସୂତ୍ରଧାରିଙ୍କୁ ପୋଲିସ ଖୋଜୁଛି। ଏହି ମାମଲାରେ କିଛି ଲୋକଙ୍କୁ ଅଟକ ରଖି ପୋଲିସ ପଚରାଉଚୁରା କରୁଛି। ଏନେଇ ପଦ୍ମପୁର ଥାନା କେସ ନଂ ୬୦ ରେ ମାମଲା ରୁଜୁ କରି ଘଟଣାର ତଦନ୍ତ ଚାଲିଥିବା ଆଇଆଇସି ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri