ମୁଦ୍ରା ନୀତିରେ RBIର ବଡ଼ ଘୋଷଣା, ୫ ବର୍ଷ ପରେ ରେପୋ ହାର ହ୍ରାସ

ମୁମ୍ବାଇ,୭ା୨: ଅର୍ଥନୀତିକୁ ସୁଧାରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ରେପୋ ହାରକୁ ୨୫ ବେସିସ ପଏଣ୍ଟ ହ୍ରାସ କରି୬.୫ ପ୍ରତିଶତରୁ ୬.୨୫ ପ୍ରତିଶତ କରିଛି। ଆରବିଆଇ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା ଶୁକ୍ରବାର ସକାଳେ ଘୋଷଣା କରିଛନ୍ତି ଯେ ମୁଦ୍ରା ନୀତି କମିଟି ସର୍ବସମ୍ମତିକ୍ରମେ ହାର ହ୍ରାସ କରିବାକୁ ନିଷ୍ପତ୍ତି ନେଇଛି।

କେନ୍ଦ୍ରୀୟ ବ୍ୟାଙ୍କର ଏହି ନିଷ୍ପତ୍ତି ପରେ, ବ୍ୟାଙ୍କଗୁଡ଼ିକ ଗୃହ ଋଣ, କାର ଋଣ, ଶିକ୍ଷା ଋଣ, କର୍ପୋରେଟ୍ ଋଣ ଏବଂ ବ୍ୟକ୍ତିଗତ ଋଣ ଉପରେ ସୁଧ ହାର ହ୍ରାସ କରିବାର ପଥ ପରିଷ୍କାର ହୋଇଯାଇଛି। ପୂର୍ବରୁ ୨୦୨୦ ମେ ମାସରେ, କରୋନା ମହାମାରୀ ଯୋଗୁଁ, ଯେତେବେଳେ ଆରବିଆଇ ସୁଧ ହାର ହ୍ରାସ କରିବାକୁ ନିଷ୍ପତ୍ତି ନେଇଥିଲା, ସେତେବେଳେ ଦେଶରେ ଲକଡାଉନ୍ ଲାଗୁ ହୋଇଥିଲା। ଏହାର ଅର୍ଥ ହେଉଛି ୫ ବର୍ଷ ପରେ, ଆରବିଆଇ ସୁଧ ହାର ହ୍ରାସ କରିଛି।

ଡିସେମ୍ବର ୨୦୨୪ ରେ ଆରବିଆଇ ଗଭର୍ଣ୍ଣର ଭାବରେ ଦାୟିତ୍ୱ ଗ୍ରହଣ କରୁଥିବା ସଞ୍ଜୟ ମାଲହୋତ୍ରାଙ୍କ ଅଧ୍ୟକ୍ଷତାରେ ପ୍ରଥମ ମୁଦ୍ରା ନୀତି କମିଟି ବୈଠକ ତିନି ଦିନ ଧରି ଚାଲିଥିଲା। ଏମପିସି ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଘୋଷଣା କରିବା ସମୟରେ, ସଞ୍ଜୟ ମାଲହୋତ୍ରା ରେପୋ ରେଟରେ ୦.୨୫ ପ୍ରତିଶତ କିମ୍ବା ୨୫ ବେସିସ୍ ପଏଣ୍ଟ ହ୍ରାସ ଘୋଷଣା କରିଥିଲେ। ରେପୋ ହାର ଏବେ ୬.୨୫ ପ୍ରତିଶତ ହୋଇଯାଇଛି।

ଆରବିଆଇର ଏହି ନିଷ୍ପତ୍ତି ସହିତ, ବ୍ୟାଙ୍କଗୁଡ଼ିକ ପାଇଁ ଋଣ ନେବା ଶସ୍ତା ହୋଇଯାଇଛି ଏବଂ ଆଶା କରାଯାଉଛି ଯେ ଶୀଘ୍ର ବ୍ୟାଙ୍କଗୁଡ଼ିକ ଏହାର ଲାଭ ନୂତନ ଋଣ ନେଉଥିବା ଗ୍ରାହକଙ୍କ ସହିତ ପୁରୁଣା ଗ୍ରାହକଙ୍କୁ ମଧ୍ୟ ଦେବେ। ଆରବିଆଇ ମଧ୍ୟ ମାର୍ଜିନାଲ୍ ଷ୍ଟାଣ୍ଡିଂ ସୁବିଧାକୁ ୬.୭୫ ରୁ ୬.୫୦ ପ୍ରତିଶତକୁ ହ୍ରାସ କରିଛି। ଏହା ଆବଶ୍ୟକ ହେଲେ ବ୍ୟାଙ୍କଗୁଡ଼ିକୁ ଆରବିଆଇ ଠାରୁ ଋଣ ନେବାରେ ମଧ୍ୟ ଆଶ୍ୱସ୍ତି ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri