ଆର୍‌ବିଆଇ ଦେଲା ବଡ଼ ଝଟ୍‌କା, ରେପୋ ରେଟ୍‌ ୪.୪୦ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ, ୪।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ବଡ଼ ଝଟ୍‌କା ପ୍ରଦାନ କରାଯାଇଛି। ରେପୋ ରେଟ୍‌ରେ ୦.୪୦ ପ୍ରତିଶତ ବୃଦ୍ଧି ହୋଇ ୪.୪୦ ପ୍ରତିଶତ କରାଯାଇଛି। ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର ଏହା ଘୋଷଣା କରିଛନ୍ତି।

ଏହା ସହିତ ଆରବିଆଇ କ୍ୟାସ ରିଜର୍ଭ ରେସିଓ (ସିଆର୍‌ଆର୍‌)କୁ ୦.୫୦ ପ୍ରତିଶତ ବୃଦ୍ଧି କରାଯାଇଛି। ଫଳରେ ଏବେ ସିଆର୍‌ଆର୍‌ ୪.୫୦ ପ୍ରତିଶତକୁ ବୃଦ୍ଧି ପାଇଛି। ଫଳରେ ବ୍ୟାଙ୍କ ସମେତ ସାଧାରଣ ଲୋକଙ୍କ ପାଇଁ ଋଣ ନେବା ମହଙ୍ଗା ହେବ।

ସେ କହିଛନ୍ତି ଯେ ବିଶ୍ୱ ଅର୍ଥନୈତିକ କାର୍ଯ୍ୟକଳାପ ଏବଂ ଗତି ମନ୍ଥର ହେବାରେ ଲାଗିଛି। ଏହାର ପ୍ରଭାବ ଭାରତୀୟ ବଜାରରେ ମଧ୍ୟ ଦେଖାଯାଉଛି। ଦେଶରେ ଦରଦାମ୍‌ ବୃଦ୍ଧି ପାଉଛି। ଦ୍ରବ୍ୟ ବଜାରରେ ମଧ୍ୟ ହ୍ରାସ ଘଟିଛି। ମୁଦ୍ରା ନୀତି ଉପରେ ନିୟମ ପୁସ୍ତକ ଅନୁଯାୟୀ, କାର୍ଯ୍ୟ କରାଯାଏ ନାହିଁ । ଏହା ସବୁବେଳେ ବଜାର ସ୍ଥିତି ଆଧାରରେ ସମ୍ପନ୍ନ ହୋଇଥାଏ।

ଆରବିଆଇର ମୁଦ୍ରା ନୀତି ସମୀକ୍ଷା ବୈଠକ ଜୁନ ୬ରୁ ୮ ମଧ୍ୟରେ ରେ ଅନୁଷ୍ଠିତ ହେବ। କିନ୍ତୁ ଏହାପୂର୍ବରୁ ବିଶ୍ୱର ଅର୍ଥନୈତିକ ଅବସ୍ଥାକୁ ଦୃଷ୍ଟିରେ ରଖି ଆରବିଆଇ ରେପୋ ରେଟ୍‌କୁ ବୃଦ୍ଧି କରିଛି। ଏହାପୂର୍ବରୁ, ୬ରୁ ୮ ଏପ୍ରିଲରେ ହୋଇଥିବା ବୈଠକରେ ସୁଧ ହାରରେ କୌଣସି ବୃଦ୍ଧି କରାଯାଇ ନଥିଲା। ଦେଶରେ ମୁଦ୍ରାସ୍ଫୀତିର ଚାପକୁ ଦୃଷ୍ଟିରେ ରଖି ଆରବିଆଇ ଗଭର୍ନର କହିଛନ୍ତି ଯେ ଏହା କରିବା ଜରୁରୀ ହୋଇପଡିଛି ତେଣୁ ଏହି ନିଷ୍ପତ୍ତି ନିଆଯାଉଛି। ଏହା ବ୍ୟତୀତ ବିଶ୍ୱର ରାଜନୈତିକ ଅବସ୍ଥା ଅନୁଯାୟୀ ଦେଶରେ ନୀତିଗତ ହାରରେ ପରିବର୍ତ୍ତନ କରିବା ଆବଶ୍ୟକ ହୋଇପଡ଼ିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri