ଡିଜିଟାଲ ନୋଟ୍‌ ସପକ୍ଷରେ ଆର୍‌ବିଆଇ

ଭୁବନେଶ୍ୱର,୧୪ା୩: ଦେଶରେ ବ୍ୟାଙ୍କ ଠକେଇ ବଢୁଥିବା ଯୋଗୁ ଭାରତ ସରକାର ନିଜର ଡିଜିଟାଲ କରେନ୍ସି ଆଣିବା ପାଇଁ ଯୋଜନା ପ୍ରସ୍ତୁତ କରୁଛନ୍ତି। ରିଜର୍ଭ ବ୍ୟାଙ୍କ ଅ୍‌ଫ ଇଣ୍ଡିଆ (ଆର୍‌ବିଆଇ) ମଧ୍ୟ ଡିଜିଟାଲ କରେନ୍ସିର ବ୍ୟବହାର ଓ ଏହାର ପ୍ରସ୍ତୁତି ଉପରେ କାମ ଆରମ୍ଭ କରିଦେଇଛି। ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି, ଆର୍‌ବିଆଇ ନିଜେ ଡିଜିଟାଲ କରେନ୍ସି ଉପରେ କାମ କରୁଛି। ଏହା ସମ୍ପୂର୍ଣ୍ଣ ଭାବେ କ୍ରିପ୍ଚୋ କରେନ୍ସିରୁ ଭିନ୍ନ ହେବ। ଏହାଦ୍ୱାରା ବ୍ୟାଙ୍କ ଠକେଇ ଉପରେ ରୋକ୍‌ ଲାଗିବ। ଏହା ସହ ଋଣ ଦେବା ପ୍ରକ୍ରିୟାରେ ମଧ୍ୟ ସ୍ବଚ୍ଛତା ଆସିବ ବୋଲି ସେ ମତବ୍ୟକ୍ତ କରିଛନ୍ତି। ଆର୍‌ବିଆଇ ଦ୍ୱାରା ଅଗଷ୍ଟରେ ଜାରି ବାର୍ଷିକ ରିପୋର୍ଟ ଅନୁସାରେ ୨୦୧୯-୨୦ରେ ଭାରତରେ ବ୍ୟାଙ୍କିଙ୍ଗ୍‌ ଠକେଇ ମାମଲା ୧୫୯ ଗୁଣା ବୃଦ୍ଧି ପାଇଛି; ଯାହା ଗୋଟିଏ ବର୍ଷ ତୁଳନାରେ ୨.୫ ଗୁଣ ଅଧିକ। ବ୍ଲକ ଚେନ୍‌ ଓ ସାଇବର ସିକ୍ୟୁରିଟି, ଟେକ୍‌ ମହିନ୍ଦ୍ରାର ରାଜେଶ ଧୁଡୁ କହିଛନ୍ତି ଯେ, ଅନ୍‌ଲାଇନ୍‌ ବ୍ୟାଙ୍କିଙ୍ଗ୍‌, ୟୁପିଆଇ, ଆର୍‌ଟିଜିଏସ୍‌ ଭଳି ସୁବିଧା ସତ୍ତ୍ୱେ ଲୋକଙ୍କ ବ୍ୟବହାରରେ ପରିବର୍ତ୍ତନ ହୋଇନାହିଁ । ସିଷ୍ଟମରେ ଟ୍ରାଞ୍ଜାକ୍ସନକୁ ମନିଟର କରିବା ଭଳି ବ୍ୟବସ୍ଥା ନାହିଁ। ଫଳରେ ଇଲେକ୍ଟ୍ରୋନିକ୍‌ ବ୍ୟବସ୍ଥାରେ ହେଉଥିବା ପେମେଣ୍ଟ ପେପର କରେନ୍ସିର ଡିଜିଟାଲ ଭର୍ସନ। ବର୍ତ୍ତମାନ ସମୟରେ ଯେକୌଣସି ବ୍ୟକ୍ତି ଇଲେକ୍ଟ୍ରୋନିକ୍ସ ପ୍ରକ୍ରିୟାରେ ଟଙ୍କା ନେଣଦେଣ କରିପାରିବ। ଏହାକୁ କ୍ୟାଶ୍‌ରେ ମଧ୍ୟ ପରିବର୍ତ୍ତନ କରିହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri