ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ ଉପରେ ବିଚାର କରୁଛି। ମଲହୋତ୍ରା କହିଛନ୍ତି ଯେ ଏହି ପ୍ରସ୍ତାବ ବର୍ତ୍ତମାନ ପ୍ରାରମ୍ଭିକ ପର୍ଯ୍ୟାୟରେ ରହିଛି। ସୂଚନାଯୋଗ୍ୟ ଯେ, ପୂର୍ୱରୁ ମଧ୍ୟ ପ୍ଲାଷ୍ଟିକ ନୋଟ ଆଣିବା ପାଇଁ ଚେଷ୍ଟା କରାଯାଇଥିଲା, କିନ୍ତୁ ସେତେବେଳେ ଏହି ପ୍ରୟାସ ସଫଳ ହୋଇପାରି ନଥିଲା।

ଭାରତ ଫେବୃଆରୀ ୨୦୧୨ରେ ଦେଶର ୫ଟି ସହର (କୋଚି, ମୈସୂର, ଜୟପୁର, ଭୁବନେଶ୍ୱର ଏବଂ ଶିମଲା) ରେ ପ୍ଲାଷ୍ଟିକର ୧୦ ଟଙ୍କିଆ ନୋଟର ଟ୍ରାଏଲ (ପରୀକ୍ଷଣ) କରିଥିଲା। କିନ୍ତୁ ଏଟିଏମ ଏବଂ କ୍ୟାଶ ମେସିନଗୁଡ଼ିକ ଯୋଗୁଁ ଅନେକ ସମସ୍ୟା ଦେଖାଦେବାରୁ ଏହାକୁ ବନ୍ଦ କରିବାକୁ ପଡ଼ିଥିଲା।

ପଲିମର କରେନ୍ସି ବା ପଲିମର ବ୍ୟାଙ୍କନୋଟ କପା (ତୁଳା) ବଦଳରେ ଏକ ପତଳା, ନମନୀୟ ପ୍ଲାଷ୍ଟିକ ସବଷ୍ଟ୍ରେଟ ପ୍ରସ୍ତୁତ କରାଯାଇଥାଏ। ଏହି ନୋଟ ଗୁଡ଼ିକ ‘ବାଇ-ଆକ୍ସିଆଲି ଓରିଏଣ୍ଟେଡ ପଲିପ୍ରୋପିଲିନ’ (BOPP) ମାଧ୍ୟମରେ ତିଆରି ହୁଏ। ପଲିମର ନୋଟ ଗୁଡ଼ିକ ଏଟିଏମ କାର୍ଡ ଭଳି ଟାଣ ହୋଇନଥାଏ, ତେଣୁ ଏହାକୁ କାଗଜ ନୋଟ ଭଳି ସହଜରେ ମୋଡ଼ା ଯାଇପାରିବ।

କାଗଜ ନୋଟ ତୁଳନାରେ ପଲିମର ବା ପ୍ଲାଷ୍ଟିକ ନୋଟ ଅଧିକ ଟେକସଇ (ଚିରସ୍ଥାୟୀ) ହୋଇଥାଏ।
ପଲିମର କରେନ୍ସି ଉପରେ ମଇଳା ଏବଂ ଓଦା/ଆର୍ଦ୍ରତାର ପ୍ରଭାବ ଖୁବ କମ ପଡ଼ିଥାଏ।
ପଲିମର ନୋଟ ର ଆୟୁଷ ଅଧିକ ହୋଇଥିବାରୁ ବାରମ୍ୱାର ନୂଆ ନୋଟ ଛାପିବାର ଆବଶ୍ୟକତା କମିଯାଏ।

ଭାରତ ପାଇଁ ଏହି କରେନ୍ସି ଆସିବା କୌଣସି ନୂଆ କଥା ନୁହେଁ। ଅଷ୍ଟ୍ରେଲିଆ ବିଶ୍ୱରେ ସର୍ୱପ୍ରଥମେ ପଲିମର କରେନ୍ସି ବ୍ୟବହାର କରିଥିଲା। ଏହା ପରେ କାନାଡା, ବ୍ରିଟେନ, ସିଙ୍ଗାପୁର, ମାଲେସିଆ, ଥାଇଲ୍ୟାଣ୍ଡ, ଇଣ୍ଡୋନେସିଆ ଏବଂ ରୋମାନିଆ ଭଳି ଦେଶରେ ମଧ୍ୟ ପଲିମର କରେନ୍ସି ବ୍ୟବହୃତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri