ଇଣ୍ଡେଲମନିକୁ ଆର୍‌ବିଆଇ ଲାଇସେନ୍ସ

ଭୁବନେଶ୍ୱର, ୫।୧୦: ଦେଶର ପ୍ରମୁଖ ନନ୍‌-ବ୍ୟାଙ୍କିଙ୍ଗ୍‌ ଫାଇନାନ୍ସ କମ୍ପାନୀ (ଏନ୍‌ବିଏଫ୍‌ସି) ତଥା ଇଣ୍ଡେଲ କର୍ପୋରେଶନର ଅଗ୍ରଣୀ ସଂସ୍ଥା ଇଣ୍ଡେଲ୍‌ମନିକୁ ନିକଟରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ଅଧିକୃତ ଡିଲର ବର୍ଗ-୨ ଲାଇସେନ୍ସ ଦିଆଯାଇଛି। ବିଶେଷକରି ବିଦେଶୀ ମୁଦ୍ରା ବ୍ୟାଙ୍କ ନୋଟ୍‌ ବଦଳାଇବା, ଟ୍ରାଭେଲ୍‌ ମନି କାର୍ଡ ବଦଳାଇବା ଏବଂ ଲାଇସେନ୍ସ ପରିସରଭୁକ୍ତ ବ୍ୟବସ୍ଥାରେ ବିଦେଶକୁ ଅର୍ଥ ପ୍ରେରଣ ଭଳି ବିଦେଶୀ ମୁଦ୍ରା ବ୍ୟବସାୟ ଆରମ୍ଭ କରିବା ଲାଗି ଇଣ୍ଡେଲମନିକୁ ଉକ୍ତ ପ୍ରମାଣନପତ୍ର (ଲାଇସେନ୍ସ) ଆର୍‌ବିଆଇ ପକ୍ଷରୁ ପ୍ରଦାନ କରାଯାଇଛି।

ଏ ସମ୍ପର୍କରେ ଇଣ୍ଡେଲମନିର ଇଡି ଏବଂ ସିଇଓ ଉମେଶ ମୋହନ କହିଛନ୍ତି, କମ୍ପାନୀ ବିଦେଶୀ ମୁଦ୍ରା ବ୍ୟବସାୟ ପାଇଁ ଆର୍‌ବିଆଇଠାରୁ ସମ୍ମାନଜନକ ଅଧିକୃତ ଡିଲର ବର୍ଗ-୨ ଲାଇସେନ୍ସ ପାଇଛି। ଏଭଳି ଲାଇସେନ୍ସ ପାଇବାରେ ଆମେ ଦେଶର ୨ୟ ଅଣ ଜମା ଗ୍ରହଣକାରୀ ଏନ୍‌ବିଏଫ୍‌ସି ହୋଇଥିବାରୁ କମ୍ପାନୀ ଯାତ୍ରାରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ବିଶେଷକରି କୋଭିଡ୍‌ ପରବର୍ତ୍ତୀ ସମୟରେ କ୍ରମାଗତ ଭାବେ ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରୁଥିବା ବୈଦେଶିକ ମୁଦ୍ରା ସେବା କ୍ଷେତ୍ରରେ ଅନ୍ବେଷଣ କରିବା ପାଇଁ ଏହା ଆମକୁ ଏକ ସୁବର୍ଣ୍ଣ ସୁଯୋଗ ପ୍ରଦାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?