ରେପୋ ହ୍ରାସ କରିପାରେ ଆର୍‌ବିଆଇ

ନୂଆଦିଲ୍ଲୀ,୨୭।୭: କରୋନା ଭାଇରସ ଦ୍ୱାରା ଦେଶର ଅର୍ଥ ବ୍ୟବସ୍ଥା କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ବର୍ତ୍ତମାନ ଲକ୍‌ଡାଉନ କଟକଣା ଧୀରେ ଧୀରେ କୋହଳ ହେଉଥିବା ବେଳେ ସବୁ କିଛି ଟ୍ରାକକୁ ଫେରିବା କଷ୍ଟକର ହେଉଛି। ଦେଶର ଅର୍ଥନୈତିକ କାର୍ଯ୍ୟକଳାପ ଟ୍ରାକ୍‌କୁ ଆଣିବାକୁ ସରକାର ପଦକ୍ଷେପ ହାତକୁ ନେଉଛନ୍ତି। ହେଲେ କରୋନା ଯେଉଁ ଭଳି ବଜାରକୁ କ୍ଷତିଗ୍ରସ୍ତ କରିଛି ବଜାର ଶୀଘ୍ର ସ୍ଥିତାବସ୍ଥାକୁ ଫେରିବ ନାହିଁ ବୋଲି ବିଶେଷଜ୍ଞ ମତ ପ୍ରକାଶ କରିଛନ୍ତି। ଅଗଷ୍ଟରେ ରିଜର୍ଭ ବ୍ୟାଙ୍କର ମୁଦ୍ରାନୀତି ସମୀକ୍ଷା ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ବିଭିନ୍ନ ପ୍ରସଙ୍ଗକୁ ଧ୍ୟାନରେ ରଖି କେନ୍ଦ୍ରୀୟ ବ୍ୟାଙ୍କ ୨୫ ବେସିସ୍‌ ପଏଣ୍ଟ ରେପୋ ହ୍ରାସ କରିପାରେ ବୋଲି ବିଶେଷଜ୍ଞ ମତ ପ୍ରକାଶ କରିଛନ୍ତି।
ଅଗଷ୍ଟ ୪ରେ ହେବାକୁ ଥିବା ୩ ଦିନିଆ ମନିଟାରୀ ପଲିସି କମିଟି (ଏମ୍‌ପିସି) ବୈଠକ ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ମୁଦ୍ରା ନୀତି ସମ୍ପର୍କରେ ୬ ତାରିଖରେ ଘୋଷଣା କରାଯିବ। କରୋନା ପ୍ରଭାବିତ ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି ରିଜର୍ଭ ବ୍ୟାଙ୍କ ବିଭିନ୍ନ ପଦକ୍ଷେପ ହାତକୁ ନେଇଛି। ପୂର୍ବର ବୈଠକଗୁଡିକରେ ରିଜର୍ଭ ବ୍ୟାଙ୍କ ୧୧୫ ବେସିସ ପଏଣ୍ଟ ହ୍ରାସ କରିଛି। ଜୁନ ମାସରେ ଖାଉଟି ମୁଦ୍ରାସ୍ଫୀତି ୬.୦୯%କୁ ବୃଦ୍ଧି ଘଟିଛି। ରେପୋରେ ୨୫ ବେସିସ ପଏଣ୍ଟ ଏବଂ ରିଜର୍ଭ ରେପୋ ୩୫ ବେସିସ ପଏଣ୍ଟ ହ୍ରାସ ହୋଇପାରେ ବୋଲି ଇକ୍ରାର ପ୍ରିନ୍ସପାଲ ଇକୋନୋମିଷ୍ଟ ଆଦିତି ନାୟାର କହିଛନ୍ତି। ଏଭଳି ସ୍ଥିତିରେ ୨୫ ବେସିସ ପଏଣ୍ଟ ହ୍ରାସ ହେବାର ସମ୍ଭାବନା ଥିବା ୟୁନିୟନ ବ୍ୟାଙ୍କ ସିଇଓ ରାଜକିରନ ରାଏ କହିଛନ୍ତି।
ଶିଳ୍ପ ସଂଘ ଆସୋଚାମ ପକ୍ଷରୁ କୁହାଯାଇଛି ଯେ, କେନ୍ଦ୍ରୀୟ ବ୍ୟାଙ୍କ ଶିଳ୍ପଗୁଡିକର ସମସ୍ୟାକୁ ଧ୍ୟାନରେ ରଖି ଋଣ ପୁନର୍ଗଠନ ଦିଗରେ କାର୍ଯ୍ୟ କରିବା ଆବଶ୍ୟକ। ଏଭଳି ବିଭିନ୍ନ ଦିଗ ଉପରେ କେନ୍ଦ୍ରୀୟ ବ୍ୟାଙ୍କ ପଦକ୍ଷେପ ନେଲେ ଶିଳ୍ପ ଜଗତ ଉପରେ ଭଲ ପ୍ରଭାବ ପଡିବ ବୋଲି ଆସୋଚାମ ମହାସଚିବ ଦୀପକ ସୁଦ କହିଛନ୍ତି। ଅନ୍ୟ କିଛି ବିଶେଷଜ୍ଞ କହିଛନ୍ତି ଯେ, ସୁଧହାର ହ୍ରାସ ହୋଇ ନ ପାରେ। ବଜାରରେ ନଗଦ ଉନ୍ନତ ରହିଛି। ପୂର୍ବର ସୁଧହାର ହ୍ରାସ ସୁବିଧା ମିଳୁଛି। ଅଧିକ ସୁଧହାର ହ୍ରାସ ହେଲେ ବେଶି କିଛି ଲାଭ ମିଳି ନ ପାରେ। ମାତ୍ର ବଜାରରେ ସୁଧାର ଆସି ନ ଥିବା ଯୋଗୁ କେନ୍ଦ୍ରୀୟ ବ୍ୟାଙ୍କ କିଛି ପଦକ୍ଷେପ ନେଇପାରେ । ରିୟଲ ଇଷ୍ଟେଟ କ୍ଷେତ୍ରର ବିକାଶ ଲାଗି ଷ୍ଟାମ୍ପ ଡ୍ୟୁଟି ହ୍ରାସ ହେଉ ବୋଲି ଅନ୍ୟ କିଛି ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

SBI, HDFC ଏବଂ ICICI ବ୍ୟାଙ୍କକୁ ନେଇ RBI ଜାରି କଲା ବଡ଼ ଅପଡେଟ, ଆକାଉଣ୍‌ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୩।୧୨:ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଘୋଷଣା କରିଛି ଯେ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI), HDFC ବ୍ୟାଙ୍କ ଏବଂ ICICI ବ୍ୟାଙ୍କ ଘରୋଇ ସିଷ୍ଟମଲିକାଲି ଇମ୍ପୋର୍ଟଣ୍ଟ...

ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍‌ଲୀ,୧୩।୧୨: ଆଜି ଆପଣ କରୁଥିବା ନିବେଶ କାଲି ଖରାପ ସମୟରେ ଆପଣଙ୍କର ସବୁଠାରୁ ଭଲ ବନ୍ଧୁ। ଏହି କାରଣରୁ ସମସ୍ତେ ସଞ୍ଚୟ ଏବଂ ନିବେଶକୁ ପ୍ରାଥମିକତା...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ମୋବାଇଲ ୟୁଜର୍ସଙ୍କୁ ଝଟ୍‌କା, ୨୦୨୬ରେ ଆହୁରି ବଢିଯିବ ରିଚାର୍ଜ ପ୍ଲାନ, ଜିଓ-ଏୟାରଟେଲ ୟୁଜରଙ୍କୁ ଦେବାକୁ ପଡିବ…

ନୂଆଦିଲ୍‌ଲୀ,୧୧।୧୨: ମୋବାଇଲ ଉପଭୋକ୍ତାମାନେ ପୁଣି ଥରେ ମୁଦ୍ରାସ୍ଫୀତିର ଶିକାର ହେଉଛନ୍ତି। ସମ୍ପ୍ରତି, ଜିଓ ବ୍ୟତୀତ ସମସ୍ତ କମ୍ପାନୀ ସେମାନଙ୍କର ଯୋଜନା ବୃଦ୍ଧି କରିଛନ୍ତି, ଏବଂ ଏବେ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri