ଆରବିଆଇ ମନିଟାରୀ ପଲିସି ଘୋଷଣା, ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ…

ନୂଆଦିଲ୍ଳୀ,୮।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ପକ୍ଷରୁ ଏହାର ମୁଦ୍ରା ନୀତି ସମୀକ୍ଷାର ଫଳାଫଳ ପ୍ରକାଶ କରାଯାଇଛି। ଏଥିରେ ନୀତିଗତ ହାରରେ କୌଣସି ପରିବର୍ତ୍ତନ ହୋଇନାହିଁ। ରେପୋ ରେଟ୍‌ ୪ ପ୍ରତିଶତରେ ଏବଂ ରିଭର୍ସ ରେପୋ ରେଟ୍‌କୁ ୩.୩୫ ପ୍ରତିଶତ ରଖାଯାଇଛି। ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ଏହା ଘୋଷଣା କରିଛନ୍ତି। ଶକ୍ତିକାନ୍ତ କହିଛନ୍ତି ଯେ ବିଶ୍ୱ ବଜାରରେ କୋଭିଡ-୧୯ ମହାମାରୀ ଯୋଗୁ ଅନେକ ଆହ୍ବାନ ସୃଷ୍ଟି ହୋଇଛି। ଭାରତ ମଧ୍ୟ ବହୁ କ୍ଷେତ୍ରରେ ମୁକାବିଲା ସ୍ଥିତିରେ ରହିଛି। ଏପରିସ୍ଥଳେ ଆରବିଆଇ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବାକୁ ଚେଷ୍ଟା କରିଛି।

ବର୍ତ୍ତମାନ ଆମେ କରୋନା ସହିତ ଲଢ଼େଇ ଜାରି ରଖିତ୍ବା ସହିତ ପୂର୍ବ ତୁଳନାରେ ଏକ ଭଲ ସ୍ଥିତିରେ ଅଛୁ। ମାର୍ଜିନାଲ ଷ୍ଟାଣ୍ଡିଂ ସୁବିଧା (ଏମଏସଏଫ) ଏବଂ ବ୍ୟାଙ୍କ ହାରରେ ମଧ୍ୟ କୌଣସି ପରିବର୍ତ୍ତନ ହୋଇ ନ ଥିବାବେଳେ ଦେଶରେ ଘରୋଇ ନିବେଶକୁ ତ୍ୱରାନ୍ବିତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି। ଦେଶର କେତେକ ଅଞ୍ଚଳରେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁଁ ରାଜ୍ୟରୁ ଆସୁଥିବା ରାଜସ୍ବ ମଧ୍ୟ ପ୍ରଭାବିତ ହୋଇଛି।

୨୦୨୨ ଆର୍ଥିକ ବର୍ଷରେ ଅର୍ଥନୈତିକ ଅଭିବୃଦ୍ଧି ହାର ୯.୫ ପ୍ରତିଶତ ରହିପାରେ ବୋଲି ଆକଳନ କରାଯାଇଛି। ସାମ୍ପ୍ରତିକ ସ୍ଥିତିକୁ ଦେଖିଲେ ଏହା କୁହାଯାଇପାରେ ଯେ ଭାରତୀୟ ଅର୍ଥନୀତି ଏକ ଭଲ ସ୍ଥିତିରେ ଅଛି ଏବଂ ଦେଶ ମଧ୍ୟ କରୋନା ବିରୋଧରେ ଲଢ଼ିବା ପାଇଁ ପ୍ରସ୍ତୁତ ହୋଇସାରିଛି ବୋଲି ସେ କହିଛନ୍ତି।

ଏମ୍‌ପିସିର ୬ ଜଣ ସଦସ୍ୟଙ୍କ ମଧ୍ୟରୁ ୫ ଜଣଙ୍କ ସର୍ବସମ୍ମତି କ୍ରମେ ଆରବିଆଇ କହିଛନ୍ତି ଯେ ଓମିକ୍ରନ ଭାରିଆଣ୍ଟ ଆସିବା ଯୋଗୁ ଅବସ୍ଥା ଅନୁକୂଳ ନୁହେଁ କିନ୍ତୁ ଆର୍ଥିକ ସ୍ଥିରତା ବଜାୟ ରଖିବା ପାଇଁ ଆରବିଆଇ ଲିକ୍ୟୁଡିଟି ହ୍ରାସ କରିବାକୁ ଦେବ ନାହିଁ। ସିଷ୍ଟମରେ ଲିକ୍ୟୁଡିଟି କୌଣସି ଅଭାବ ନାହିଁ। ଏମ୍‌ପିସିର ୬ଜଣ ସଦସ୍ୟଙ୍କ ମଧ୍ୟରୁ ୫ ଜଣଙ୍କ ମତ ସମାନ ଥିଲା। ସର୍ବସମ୍ମତି କ୍ରମେ ନୀତିଗତ ହାରରେ ପରିବର୍ତ୍ତନ ନ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଆରବିଆଇ ଅନୁଯାୟୀ, ୨୦୨୨ ଆର୍ଥିକ ବର୍ଷରେ ମୁଦ୍ରାସ୍ଫୀତି ହାର ଆକଳନ ଅନୁଯାୟୀ ହେବ ଏବଂ ଏହା ୫.୩ ପ୍ରତିଶତରେ ହେବାର ଆଶା ରହିଛି।

ଭାରତ ରିଜର୍ଭ ବ୍ୟାଙ୍କ ଶେଷ ଥର ପାଇଁ ୨୨ ମେ‘ ୨୦୨୦ରେ ନୀତି ହାରରେ ପରିବର୍ତ୍ତନ କରିଥିଲା ଏବଂ ସେବେଠାରୁ ଆଠଟି ମୁଦ୍ରା ନୀତିର ସମୀକ୍ଷା ହୋଇଛି ଏବଂ ଆରବିଆଇ ସୁଧ ହାରରେ ପରିବର୍ତ୍ତନ କରିନାହିଁ। ଚଳିତ ବର୍ଷର ଶେଷ ଏମ୍‌ପିସି ବୈଠକରେ ଆରବିଆଇ ଆହ୍ବାନକୁ ଦୂର କରିବା ପାଇଁ ପଦକ୍ଷେପ ନେବାକୁ ଚାପ ରହିଛି। ଅର୍ଥବ୍ୟବସ୍ଥାରେ ଲିକ୍ୟୁଡିଟି ବଜାୟ ରଖିବା ଉପରେ ଗୁରୁତ୍ୱାରୋପ କରିବାର ଆବଶ୍ୟକତା ମଧ୍ୟ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri