ଆରବିଆଇ ମୁଦ୍ରା ନୀତି ଜୁନ ୨୦୨୩: ଋଣ , ଇଏମଆଇ ବୋଝରୁ ମୁକ୍ତି, ରେପୋ ରେଟ ଅପରିବର୍ତ୍ତିତ…

ନୂଆଦିଲ୍ଲୀ,୮।୬ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗୁରୁବାର ନୂଆ ମୁଦ୍ରା ନୀତି ଘୋଷଣା କରିଛନ୍ତି। ଜୁନ ୬ ରୁ ୮ ପର୍ଯ୍ୟନ୍ତ ଚାଲିଥିବା ଆରବିଆଇର ମୁଦ୍ରା ନୀତି କମିଟି ବର୍ତ୍ତମାନ ପର୍ଯ୍ୟନ୍ତ ରେପୋ ହାରରେ କୌଣସି ପରିବର୍ତ୍ତନ ନ କରିବାକୁ ନିଷ୍ପତ୍ତି ନେଇଛନ୍ତିି। ଏହାର ଅର୍ଥ ହେଉଛି ରେପୋ ରେଟ ପୂର୍ବ ଭଳି  ୬.୫ ପ୍ରତିଶତରେ ରହିଛି ।

ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ନେତୃତ୍ୱରେ ମୁଦ୍ରା ନୀତି କମିଟି ପୂର୍ବରୁ ଦୁଇଟି ପ୍ରସଙ୍ଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। ପ୍ରଥମତଃ, ଦେଶରେ ମୁଦ୍ରାସ୍ଫୀତି ନିୟନ୍ତ୍ରଣ କରିବା ଏବଂ ଦ୍ୱିତୀୟରେ, ପ୍ରତିକୂଳ ବିଶ୍ୱ ପରିସ୍ଥିତିର ମୁକାବିଲା କରିବା ।

ଅଧିକ ଖୁଚୁରା ମୁଦ୍ରାସ୍ଫୀତି ଏବଂ ବିକଶିତ ଦେଶର କେନ୍ଦ୍ରୀୟ ବ୍ୟାଙ୍କ ବିଶେଷ କରି ଆମେରିକାର ଫେଡେରାଲ ରିଜର୍ଭ ଦ୍ୱାରା ସୁଧ ହାରରେ ବୃଦ୍ଧିକୁ ଦୃଷ୍ଟିରେ ରଖି ଆରବିଆଇର ମୁଦ୍ରା କମିଟିର ଏହି ବୈଠକ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଥିଲା।

ରେପୋ ରେଟ, ରିଭର୍ସ ରେପୋ ରେଟ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ନିଷ୍ପତ୍ତି ଉପରେ ଆର୍ଥିକ କମିଟିର ନିଷ୍ପତ୍ତି ଆଜି ଆରବିଆଇ ଗଭର୍ନର ଘୋଷଣା କରିଛନ୍ତି। ଏହା ବ୍ୟତୀତ ଗଭର୍ନର ବର୍ତ୍ତମାନର ଘରୋଇ ଏବଂ ବିଶ୍ୱ ଅର୍ଥନୈତିକ ପରିସ୍ଥିତି ଉପରେ ମଧ୍ୟ ଆଲୋଚନା କରିଥିଲେ। ତେବେ ଗୁରୁବାରର ଘୋଷଣା ପୂର୍ବରୁ ଅନେକ ଅର୍ଥନୀତିଜ୍ଞ ଅନୁମାନ କରୁଥିଲେ ଏଥର ରେପୋ ହାରରେ ମଧ୍ୟ କୌଣସି ପରିବର୍ତ୍ତନ ହେବ ନାହିଁ।

ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଦ୍ୱାରା ନିଆଯାଇଥିବା ପଦକ୍ଷେପରେ ଦେଶର ଅର୍ଥନୀତିରେ ଚାଲିଥିବା ପୁନରୁଦ୍ଧାରକୁ ବଜାୟ ରଖିବା ଏବଂ ରେପୋ ହାରରେ କୌଣସି ପରିବର୍ତ୍ତନ ନ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଚଳିତ ବର୍ଷ ଫେବୃଆରୀରେ ଅନୁଷ୍ଠିତ ଏମପିସି ବୈଠକରେ ଆରବିଆଇ ରେପୋ ହାରକୁ ୨୫ ଆଧାର ପଏଣ୍ଟ (ବିପିଏସ) ବୃଦ୍ଧି କରିଥିଲା। ଏହାପୂର୍ବରୁ, ଡିସେମ୍ବର ମାସର ମୁଦ୍ରା ନୀତି ସମୀକ୍ଷାରେ ଆରବିଆଇ ରେପୋ ହାରକୁ ୩୫ ଆଧାର ପଏଣ୍ଟରେ ବୃଦ୍ଧି କରିଥିଲା। ମେ ୨୦୨୨ରୁ ଫେବୃଆରୀ ୨୦୨୩ ପର୍ଯ୍ୟନ୍ତ, ଆରବିଆଇ ରେପୋ ହାରକୁ ୨୫୦ ଆଧାର ପଏଣ୍ଟ ଅର୍ଥାତ ୨.୫ ପ୍ରତିଶତ ବୃଦ୍ଧି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ଚାଲିଥିଲା ବାର୍ଷିକୋତ୍ସବ: ଅଣଛାତ୍ର ପଶି କଲେଜ ଛାତ୍ରଙ୍କୁ କଲେ ଲହୁଲୁହାଣ

ବଲାଙ୍ଗୀର,୭ା୨(ସୁନିଲ କୁମାର ମହାନ୍ତି): ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ପ୍ରକାଶ ପାଇଛି। ଅଣଛାତ୍ରଙ୍କ ମାଡ଼ରେ ଦୁଇ କଲେଜ ଛାତ୍ର ଗୁରୁତର ହୋଇପଡ଼ିଛନ୍ତି। ବଲାଙ୍ଗୀର ସହର ଉପକଣ୍ଠରେ ଥିବା…

Post Office FD vs RD: କେଉଁ ସ୍କିମ୍‌ ଦେଉଛି ସବୁଠାରୁ ଅଧିକ ରିଟର୍ନ? ନିବେଶ ପୂର୍ବରୁ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୭।୨:  ଛୋଟ ନିବେଶକଙ୍କ ମଧ୍ୟରେ ପୋଷ୍ଟ ଅଫିସ ଫିକ୍ସଡ୍ ଡିପୋଜିଟ୍ (FD) ଏବଂ ରିକରିଂ ଡିପୋଜିଟ୍ (RD) ବହୁତ ଲୋକପ୍ରିୟ। ଏହି ଦୁଇଟି ସ୍କିମ୍ ଭାରତ ସରକାରଙ୍କ…

ନବୀନଙ୍କ ନାଁରେ ସାଂଘାତିକ ଅଭିଯୋଗ: ନିଦରୁ ଉଠି ପ୍ରଳାପ କରୁଛନ୍ତି…

ଭୁବନେଶ୍ୱର,୭।୨: ବିରୋଧୀଦଳ ନେତା ନବୀନଙ୍କୁ AG ପୀତାମ୍ବର ଆଚାର୍ଯ୍ୟ କଡ଼ା କାଉଣ୍ଟର କରିଛନ୍ତି। ‘ଏକ୍ସ’ରେ ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ନବୀନଙ୍କ ମନ୍ତବ୍ୟକୁ ନେଇ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri