ଘରକୁ ଫେରିଲା ୧୦୦ ଟନ୍‌ ସୁନା

ନୂଆଦିଲ୍ଲୀ, ୩୧ା୫:ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ଦ୍ୱାରା ବ୍ରିଟେନରୁ ୧୦୦ ଟନ୍‌ରୁ ଅଧିକ ସୁନା ଦେଶକୁ ଅଣାଯାଇଛି। ୧୯୯୧ରେ ଦିଆଯାଇଥିବା ଏହି ସୁନା ପ୍ରଥମ ଥର ପାଇଁ ଆରବିଆଇର ଷ୍ଟକ୍‌ରେ ଅନ୍ତର୍ଭୁକ୍ତ ହୋଇଛି। ଏହା ଭାରତ ପାଇଁ ଏକ ବଡ଼ ସଫଳତା। ଏହାର ପ୍ରଭାବ ଦେଶର ଅର୍ଥନୀତିରେ ମଧ୍ୟ ଦେଖାଯିବ। ଆରବିଆଇ ଅଧିକାରୀ କହିଛନ୍ତି, ଆଗାମୀ ଦିନରେ ଭାରତକୁ ପ୍ରାୟ ୧୦୦ ଟନ ସୁନା ଅଣାଯିବ। ଭବିଷ୍ୟତରେ ଆର୍ଥିକ ସ୍ଥିରତା ବଜାୟ ରଖିବାକୁ ଆରବିଆଇ ରାଜକୋଷରେ ସୁନା ପରିମାଣ ବୃଦ୍ଧି କରୁଛି ବୋଲି କୁହାଯାଉଛି।
ମାର୍ଚ୍ଚ ଶେଷ ସୁଦ୍ଧା ଆରବିଆଇ ନିକଟରେ ୮୨୨.୧ ଟନ ସୁନା ରଖିଛି, ସେଥିମଧ୍ୟରୁ ୪୧୩.୮ ଟନ ବିଦେଶରେ ଥିଲା। ବର୍ତ୍ତମାନ ଏହି ସୁନା ଧୀରେ ଧୀରେ ଭାରତକୁ ଅଣାଯାଉଛି। ବିଶ୍ୱସ୍ତରୀୟ ତଥ୍ୟ ଅନୁଯାୟୀ, ଗତ ଆର୍ଥିକ ବର୍ଷରେ ୨୭.୫ ଟନ ସୁନା ମିଶାଇ ସୁନା କିଣିବାରେ ଆରବିଆଇ ଅଗ୍ରଣୀ କେନ୍ଦ୍ରୀୟ ବ୍ୟାଙ୍କ ଅଟେ।
ବ୍ୟାଙ୍କ ଅଫ ଇଂଲଣ୍ଡ (ବିଓଆଇ) ଦୀର୍ଘ ଦିନ ଧରି ବିଶ୍ୱର କେନ୍ଦ୍ରୀୟ ବ୍ୟାଙ୍କଗୁଡିକ ପାଇଁ ପ୍ରମୁଖ ଭଣ୍ଡାର ହୋଇଆସୁଛି। ସ୍ବାଧୀନତା ପୂର୍ବରୁ ଭାରତ ମଧ୍ୟ ଲଣ୍ଡନ ବ୍ୟାଙ୍କରେ ନିଜର ସୁନା ରଖିଥିଲା। ୧୯୯୧ରେ, ବାଲାନ୍ସ ପେମେଣ୍ଟ ସଙ୍କଟର ମୁକାବିଲା ପାଇଁ ଚନ୍ଦ୍ରଶେଖର ସରକାର ସୁନା ବନ୍ଧକ ରଖିଥିଲେ। ଜୁଲାଇ ୪ ରୁ ୧୮, ୧୯୯୧ ମଧ୍ୟରେ ଆରବିଆଇ ୪୦୦ ମିଲିୟନ ଡଲାର ସଂଗ୍ରହ କରିବାକୁ ବ୍ୟାଙ୍କ ଅଫ ଇଂଲଣ୍ଡ ଏବଂ ବ୍ୟାଙ୍କ ଅଫ ଜାପାନ ପାଖରେ ୪୬.୯୧ ଟନ ସୁନା ବନ୍ଧକ ରଖିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ସ୍ଥାନାନ୍ତରଣକୁ ଚାଷୀଙ୍କ ବିରୋଧ: ଧାନ କିଣାବିକା ସମସ୍ୟା ଅସମାହିତ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟାକୁ ୮ଦିନ ବିତି ଯାଇଛି। ହେଲେ ଧାନବିକ୍ରି ସମସ୍ୟା ଏପର୍ଯ୍ୟନ୍ତ ଅସମାହିତ ରହିଛି।...

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri