ପୁରୁଣା ନୋଟ୍‌ ବନ୍ଦ ପାଇଁ ଆର୍‌ବିଆଇର ଯୋଜନା!

ନୂଆଦିଲ୍ଲୀ,୨୪ା୧: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଥିବା ବେଳେ ଏ ସମ୍ପର୍କରେ ମଧ୍ୟ ଆର୍‌ବିଆଇର ଜଣେ ବରିଷ୍ଠ ପଦାଧିକାରୀ ସୂଚନା ଦେଇଛନ୍ତି। ଦେଶରୁ ଖୁବ୍‌ ଶୀଘ୍ର ପୁରୁଣା ୫ ଟଙ୍କିଆ, ୧୦ ଟଙ୍କିଆ ଓ ୧୦୦ଟଙ୍କିଆ ନୋଟ୍‌କୁ ବଜାରରୁ ପ୍ରତ୍ୟାହାର କରିବାକୁ ଆର୍‌ବିଆଇ ଯୋଜନା କରୁଥିବା ଜଣାପଡ଼ିଛି। ସେହିଭଳି ଚଳିତବର୍ଷ ମାର୍ଚ୍ଚ ଓ ଏପ୍ରିଲ ସୁଦ୍ଧା ଏହିସବୁ ପୁରୁଣା ନୋଟ୍‌ ଗୁଡ଼ିକ ପୂରାପୂରି ଅଚଳ ହୋଇଯିବ ବୋଲି ବୋର୍ଡ ପକ୍ଷରୁ ପ୍ରସ୍ତାବ ରହିଛି। ଦେଶର ଶୀର୍ଷ ବ୍ୟାଙ୍କ୍‌ ଏହିସବୁ ପୁରୁଣା ନୋଟ୍‌ଗୁଡିକୁ ସ୍ଥାୟୀ ଭାବେ ପ୍ରତ୍ୟାହାର କରିବା ପାଇଁ ଯୋଜନା କରୁଛି।
ବିଭିନ୍ନ ଗଣମାଧ୍ୟମ ସଂସ୍ଥାରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁସାରେ ରିଜର୍ଭ ବ୍ୟାଙ୍କର ଆସିଷ୍ଟାଣ୍ଡ ଜେନେରାଲ ମ୍ୟାନେଜର (ଏଜିଏମ୍‌) ବି.ମହେଶ ଜିଲାସ୍ତରୀୟ ସୁରକ୍ଷା କମିଟି ଏବଂ ଜିଲାସ୍ତରୀୟ ମୁଦ୍ରା ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏ ସମ୍ପର୍କରେ ମତ ଦେଇଥିବା ଜଣାପଡିଛି। ଚଳିତ ବର୍ଷ ମାର୍ଚ୍ଚ ଓ ଏପ୍ରିଲ ଶେଷ ସୁଦ୍ଧା ପୁରୁଣା ୫ଟଙ୍କିଆ, ୧୦ ଟଙ୍କିଆ ଓ ୧୦୦ ଟଙ୍କିଆ ନୋଟ୍‌ ସବୁ ବଜାରରୁ ପ୍ରତ୍ୟାହାର କରିବାକୁ ଆର୍‌ବିଆଇ ପକ୍ଷରୁ ଯୋଜନା କରାଯାଉଥିବା ବିଷୟରେ ସେ ମତ ପ୍ରକାଶ କରିଛନ୍ତି। ବିମୁଦ୍ରୀକରଣ ସମୟରେ ଟଙ୍କାର ଅଭାବ ଦୂର କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ୨୦୧୯ରେ ନୂଆ ୫, ୧୦ ଓ ୧୦୦ ଟଙ୍କିଆ ନୋଟ୍‌ର ପ୍ରଚଳନ ଆରମ୍ଭ କରିଥିଲା। ଏହାର କୌଣସି ପ୍ରକାର ଅସୁବିଧା ନ ଆସୁ ବୋଲି ଚିନ୍ତାକରି ରିଜର୍ଭ ବ୍ୟାଙ୍କ ପୁରୁଣା ନୋଟ୍‌ଗୁଡିକୁ ସ୍ଥାୟୀ ଭାବେ ପ୍ରତ୍ୟାହାର କରିବା ନିଷ୍ପତ୍ତି ନେବା ପୂର୍ବରୁ ପ୍ରଥମେ ନୂଆ ନୋଟ୍‌ର ପ୍ରଚଳନକରି ବଜାର ଆବଶ୍ୟକତା ପୂରଣ କରିଥିଲା ବୋଲି ସୂଚନା ମିଳିଛି। ୨୦୧୬ ନଭେମ୍ବର ୮ ତାରିଖ ରାତି ୮ ଘଟିକା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ ପାଇଁ ପୁରୁଣା ୫୦୦ ଓ ୧୦୦୦ ଟଙ୍କିଆ ନୋଟ୍‌ ର ପ୍ରଚଳନକୁ ଅଚଳକରି ବିମୁଦ୍ରୀକରଣ ସମ୍ପର୍କରେ ଘୋଷଣା କରିଥିଲେ। ସେହିଭଳି ନୋଟ୍‌ ବନ୍ଦୀ ପରଠାରୁ ଦେଶରେ ଏ ପର୍ଯ୍ୟନ୍ତ ଆର୍‌ବିଆଇ ଭିନ୍ନ ଭିନ୍ନ ମୂଲ୍ୟର ୭ଟି ନୋଟ୍‌ ଜାରି କରି ସାରିଛି। ଫଳରେ ୨୦୦୦, ୫୦୦, ୨୦୦, ୧୦୦, ୫୦, ୨୦ ଓ ୧୦ ଟଙ୍କିଆ ନୋଟ୍‌ ସାମିଲ ହୋଇଛି। ଏହିସବୁ ମହାତ୍ମା ଗାନ୍ଧୀଙ୍କ ସିରିଜ ନୋଟ୍‌ ପଛରେ ଐତିହାସିକ ସ୍ଥାନର ଫଟୋକୁ ସ୍ଥାନ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗହମକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ବର୍ଷେ ପରେ ହଟିଲା କଟକଣା

ନୂଆଦିଲ୍ଲୀ,୨୪।୮: ଭାରତ ସରକାର ଗହମ ରପ୍ତାନି ଉପରେ ଲାଗିଥିବା କଟକଣାକୁ ହଟାଇ ଦେଇଛନ୍ତି। ଡାଇରେକ୍ଟରେଟ ଜେନେରାଲ ଅଫ ଫରେନ ଟ୍ରେଡ (DGFT) ପକ୍ଷରୁ ଜାରି ନୋଟିଫିକେସନରେ ଏହି…

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚହଳ ପକାଇଲା ଅଭିଜିତ ଦୀପକେଙ୍କ ଚିଠି: ସରକାରଙ୍କଠୁ ମାଗିଲେ ୬ଟି ଗୁରୁତ୍ୱପୂର୍ଣ୍ଣ ତଥ୍ୟ, ଛାନିଆ ହେଲେ…

ନୂଆଦିଲ୍ଲୀ,୨୪।୮:କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦେଶର ସମସ୍ତ ରାଜ୍ୟର ଶିକ୍ଷାମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସେ ରାଜ୍ୟର ସରକାରୀ ସ୍କୁଲଗୁଡ଼ିକ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri