ବଢିଲା ରେପୋ ରେଟ୍‌: ବଢିବ ଘର ଋଣ ସୁଧ ହାର

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ଙ୍କ ମୂଲ୍ୟ ନିର୍ଦ୍ଧାରଣ କମିଟି ବୈଠକରେ ଆରବିଆଇ ରେପୋ ରେଟ୍‌କୁ ୦.୫୦ ପ୍ରତିଶତ ବୃଦ୍ଧି ଘୋଷଣା କରାଯାଇଛି। ଫଳରେ ରେପୋ ରେଟ୍‌ ୪.୯୦ ପ୍ରତିଶତରୁ ୫.୪୦ ପ୍ରତିଶତକୁ ବୃଦ୍ଧି ପାଇଛି। ଆରବିଆଇର ଏହି ନିଷ୍ପତ୍ତି ପରେ, ସରକାରୀ ଠାରୁ ବେସରକାରୀ ବ୍ୟାଙ୍କ ଏବଂ ହାଉସିଂ ଫାଇନାନ୍ସ କମ୍ପାନୀଗୁଡିକ ଘର ଋଣ ସୁଧ ହାର ବୃଦ୍ଧି କରିବେ। ଫଳରେ ପରେ ଗ୍ରାହକଙ୍କ ଇଏମ୍‌ଆଇ ମହଙ୍ଗା ହେବ। ଏହାପୂର୍ବରୁ, ମେ ୪ ଏବଂ ଜୁନ ୮, ୨୦୨୨ରେ, ଆରବିଆଇ ରେପୋ ରେଟ୍‌କୁ ମୋଟ ୯୦ ବେସିସ୍‌ ପଏଣ୍ଟକୁ ବୃଦ୍ଧି କରିଥିଲା। ଏହା ପରେ ହାଉସିଂ ଫାଇନାନ୍ସ କମ୍ପାନୀଗୁଡିକଠାରୁ ଆରମ୍ଭ କରି ବ୍ୟାଙ୍କଗୁଡିକ ଘର ଋଣ ଉପରେ ସୁଧ ହାରକୁ ୦.୯୦ ପ୍ରତିଶତରୁ ୧.୧୫ ପ୍ରତିଶତକୁ ବୃଦ୍ଧି କରିଥିଲେ। ଘର ଋଣ ଇଏମ୍‌ଆଇ ବର୍ତ୍ତମାନ ପୁଣି ଥରେ ମହଙ୍ଗା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri