ଆର୍‌ବିଆଇ ପକ୍ଷରୁ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଦେଶରେ ପ୍ରତିଦିନ ବ୍ୟାଙ୍କ ଠକେଇ ଓ ଜାଲିଆତି ଭଳି ଘଟଣା ଘଟୁଛି। ସେହିଭଳି ବ୍ୟାଙ୍କଗୁଡିକ ମଧ୍ୟ ଆଇନ ଭିତରେ ରହି କାରବାର କରିବାକୁ ବିଭିନ୍ନ ସମୟରେ କୁହାଯାଇଛି। ଏହା ସତ୍ତ୍ୱେ ମଧ୍ୟ କିଛି ବ୍ୟାଙ୍କ ନିୟମ ଉଲ୍ଲଂଘନ ସହ ବେଆଇନ କାର୍ଯ୍ୟ କରୁଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ର ନିୟମ ଉଲ୍ଲଂଘନ କରିବା ଯୋଗୁ ନିକଟରେ ୩ ଘରୋଇ ବ୍ୟାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଯେଉଁ ୩ଟି ବ୍ୟାଙ୍କ ବିରୋଧରେ ରିଜର୍ଭ ବ୍ୟାଙ୍କ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି, ସେଗୁଡ଼ିକ ହେଲା ମୋଗାଭୀରା କୋ-ଅପରେଟିଭ ବ୍ୟାଙ୍କ ଲିମିଟେଡ୍‌, ଇନ୍ଦାପୁର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ ଓ ବାରାମତୀ ସହକାରୀ ବ୍ୟାଙ୍କ ଲିମିଟେଡ୍‌। ନିୟମ ଉଲ୍ଲଂଘନ ଯୋଗୁ କେନ୍ଦ୍ରୀୟ ବ୍ୟାଙ୍କ ଉକ୍ତ ୩ ଟି ବ୍ୟାଙ୍କକୁ ପ୍ରାୟ ୨୩ ଲକ୍ଷ ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛି। ମୋଗାଭୀରାକୁ ସର୍ବାଧିକ ୧୨ ଲକ୍ଷ ଜରିମାନା ହୋଇଥିବା ବେଳେ ଇନ୍ଦାପୁର ଅର୍ବାନ କୋ-ଅପରେଟିଭକୁ ୧୦ ଲକ୍ଷ ଏବଂ ବାରାମତୀ ସହକାରୀ ବ୍ୟାଙ୍କକୁ ଏକ ଲକ୍ଷ ଟଙ୍କାର ଜରିମାନା ଦେବକୁ କୁହାଯାଇଛି। ଏହି ୩ଟି ବ୍ୟାଙ୍କ ଭାରତୀୟ ରିଜର୍ଭ ବ୍ୟାଙ୍କର ଗାଇଡ୍‌ଲାଇନ ଉଲ୍ଲଂଘନ କରିଥିବା ସୂଚନା ମିଳିଛି। ଏହା ପୂର୍ବରୁ ମଧ୍ୟ ଆର୍‌ବିଆଇ ଅନେକ ବ୍ୟାଙ୍କକୁ ଜରିମାନା ସହ କଟକଣା ଲଗାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଲେକ୍ଟ୍ରିକ୍ ଗାଡ଼ିରେ ନିଆଁ ଲାଗିଲେ ମିଳିବ କି ଇନ୍ସୁରାନ୍ସ ଟଙ୍କା? ଜାଣନ୍ତୁ ବୀମା କମ୍ପାନୀର ନିୟମ

ନୂଆଦିଲ୍ଲୀ, ୧୬।୭: ନୋଏଡାର ସେକ୍ଟର ୬୬ ସ୍ଥିତ ଏକ ବିଲ୍ଡିଂର ପାର୍କିଂରେ ଛିଡ଼ା ହୋଇଥିବା ଇଲେକ୍ଟ୍ରିକ୍ ବାଇକ୍‌ରେ ସ୍ପାର୍କିଂ ହୋଇ ପ୍ରଚଣ୍ଡ ନିଆଁ ଲାଗିଯାଇଥିଲା। ଏହି ଦୁଃଖଦ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଅନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

8th Pay Commission: ଚମକିବ ସରକାରୀ କର୍ମଚାରୀଙ୍କ ଭାଗ୍ୟ, ଆଶାଠାରୁ ଅଧିକ ମିଳିବ…

ନୂଆଦିଲ୍ଲୀ,୧୫।୭: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱାସନାଜନକ ଖବର ସାମ୍ନାକୁ ଆସିଛି। ଆଗାମୀ ଦିନରେ କର୍ମଚାରୀଙ୍କ ହାଉସ ରେଣ୍ଟ…

ଅଧିକ ବ୍ୟାଙ୍କ ଆକାଉଣ୍ଟ ରଖୁଛନ୍ତି କି? ସାବଧାନ! ଆପଣଙ୍କ ପକେଟ୍‌ ଉପରେ ପଡ଼ିପାରେ ଭାରି…

ନୂଆଦିଲ୍ଲୀ, ୧୫।୭: ଆଜିର ଡିଜିଟାଲ ଯୁଗରେ ବ୍ୟାଙ୍କ ଆକାଉଣ୍ଟ ଖୋଲିବା ଅତ୍ୟନ୍ତ ସହଜ ହୋଇଯାଇଛି। ବ୍ୟାଙ୍କକୁ ନଯାଇ ଘରେ ବସି ମୋବାଇଲ୍ ସାହାଯ୍ୟରେ ମିନିଟ୍‌କ ମଧ୍ୟରେ ନୂଆ…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri