ଆର୍‌ବିଆଇ ବିଶ୍ୱରେ ନେତୃତ୍ୱପୂର୍ଣ୍ଣ ଭୂମିକା ନେବ

ଭୁବନେଶ୍ୱର,୨।୪(ଅନୁରାଧା ମହାରଣା): ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଇତିମଧ୍ୟରେ ୯୦ ବର୍ଷରେ ପହଞ୍ଚତ୍ଛି। ଏନେଇ ମୁମ୍ବାଇସ୍ଥିତ ଆର୍‌ବିଆଇ ମୁଖ୍ୟାଳୟରେ ପୂର୍ତ୍ତି ଉତ୍ସବ ପାଳନ ଅବସରରେ ଆୟୋଜିତ ‘ଆର୍‌ବିଆଇ@ ୯୦’ର ଉଦ୍‌ଘାଟନୀ ସମାରୋହକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରି କହିଛନ୍ତି, ଆଜି ପ୍ରସ୍ତୁତ କରାଯାଇଥିବା ନୀତିଗୁଡ଼ିକ ଆର୍‌ବିଆଇର ପରବର୍ତ୍ତୀ ଦଶନ୍ଧିକୁ ରୂପ ଦେବ। ଦେଶର ଜିଡିପି ଏବଂ ଅର୍ଥନୀତିରେ ମୁଦ୍ରା ଏବଂ ବିତ୍ତୀୟ ନୀତିର ସମନ୍ବୟ ଉପରେ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ ୨୦୧୪ରେ ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥା ସମ୍ମୁଖୀନ ହୋଇଥିବା ଏନ୍‌ପିଏ ଏବଂ ସ୍ଥିରତା ଭଳି ଆହ୍ବାନ ଏବଂ ସମସ୍ୟାକୁ ମନେ ପକାଇଥିଲେ। ତାଙ୍କ ସୂଚନାନୁସାରେ, ପ୍ରଶାସନିକ ସମ୍ବନ୍ଧୀୟ ଅନେକ ସଂସ୍କାର ସହିତ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକୁ ସାହାଯ୍ୟ କରିବା ପାଇଁ ୩.୫ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରାଯାଇଥିଲା। କେବଳ ଦେବାଳିଆ ଓ ଦେବାଳିଆପଣ ସଂହିତା ଦ୍ୱାରା ୩.୨୫ ଲକ୍ଷ ଟଙ୍କା ଋଣର ସମାଧାନ କରାଯାଇଛି। ଆଇବିସି ଅଧୀନକୁ ଯିବା ପୂର୍ବରୁ ୯ ଲକ୍ଷ କୋଟି ଟଙ୍କାରୁ ଅଧିକ ଡିଫଲ୍ଟ ଥିବା ୨୭,୦୦୦ରୁ ଅଧିକ ଆବେଦନର ସମାଧାନ କରାଯାଇଥିଲା। ୨୦୧୮ରେ ବ୍ୟାଙ୍କଗୁଡ଼ିକର ମୋଟ ଏନ୍‌ପିଏ ୧୧.୨୫% ଥିବା ବେଳେ ୨୦୨୩ ସେପ୍ଟେମ୍ବର ସୁଦ୍ଧା ଏହା ୩ ପ୍ରତିଶତ ତଳକୁ ଖସିିଛି। ଦେଶର ୫୨ କୋଟି ଜନଧନ ଆକାଉଣ୍ଟ ମଧ୍ୟରୁ ୫୫% ଆକାଉଣ୍ଟ ମହିଳାଙ୍କ ନାମରେ ରହିଛି। ୭ କୋଟିରୁ ଅଧିକ କୃଷକ, ମତ୍ସ୍ୟଜୀବୀ ଏବଂ ଗୋରୁ ମାଲିକମାନେ ପିଏମ୍‌ କିଷାନ କ୍ରେଡିଟ କାର୍ଡ ପାଇଛନ୍ତି। ୟୁପିଆଇ ମାଧ୍ୟମରେ ୧୨୦୦ କୋଟିରୁ ଅଧିକ ମାସିକ କାରବାର ବିଶ୍ୱସ୍ତରରେ ସ୍ବୀକୃତିପ୍ରାପ୍ତ ପ୍ଲାଟଫର୍ମରେ ପରିଣତ କରିଛି। ଗତ ୧୦ ବର୍ଷର ପରିବର୍ତ୍ତନ ଏକ ନୂତନ ବ୍ୟାଙ୍କିଙ୍ଗ ବ୍ୟବସ୍ଥା, ଅର୍ଥନୀତି ଏବଂ ମୁଦ୍ରା ଅଭିଜ୍ଞତା ସୃଷ୍ଟି କରିବାରେ ସକ୍ଷମ କରିଛି। ଆର୍‌ବିଆଇ ବିଶ୍ୱରେ ଏକ ନେତୃତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରିବ, ଯାହା ସମଗ୍ର ଗ୍ଲୋବାଲ ସାଉଥ ବା ଦକ୍ଷିଣ ବିଶ୍ୱ କ୍ଷେତ୍ରକୁ ସମର୍ଥନ କରିବ। କାର୍ଯ୍ୟକ୍ରମରେ ମହାରାଷ୍ଟ୍ର ରାଜ୍ୟପାଳ ରମେଶ ବୈସ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ, ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବୀସ ଓ ଅଜିତ ପାୱାର, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, ଅର୍ଥ ରାଷ୍ଟ୍ରମନ୍ତ୍ରୀ ଭାଗବତ କିଶନରାଓ କରାଡ ଓ ପଙ୍କଜ ଚୌଧୁରୀ, ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

ଶୀତଦିନେ ରୁମ୍‌ ହିଟର କିଣିବା ପୂର୍ବରୁ ଜାଣି ରଖନ୍ତୁ ଏହି କଥା, ନଚେତ୍‌ ପସ୍ତାଇବେ

ଶୀତଦିନେ ସକାଳୁ ବିଛଣାରୁ ଉଠିବା କଷ୍ଟକର ହୋଇପଡ଼େ। ଘର ଭିତରେ ଥଣ୍ଡା ଯୋଗୁଁ ହାତ ଓ ପାଦ ମଧ୍ୟ ବରଫ ଭଳି ଥଣ୍ଡା ହୋଇଯାଏ। ଏଭଳି ସମୟରେ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

ଅସନ୍ତୋଷ ଘେରରେ ଜିଲାପାଳଙ୍କ ଜନଶୁଣାଣି:ଘଣ୍ଟା ଘଣ୍ଟା ଅପେକ୍ଷା ପରେ ବି ସମସ୍ୟା ସମାଧାନ ନେଇ…

କୁନ୍ଦୁରା,୧୨।୧୦ ସନ୍ତୋଷ ପ୍ରହରାଜ: କୋରାପୁଟ ଜିଲାର କୁନ୍ଦୁରା ବ୍ଲକରେ ଅନୁଷ୍ଠିତ ଜିଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ନେଇ ଅସନ୍ତୋଷ ଦେଖାଦେଇଛି। ନିର୍ଦ୍ଧାରିତ ସମୟରେ ଶିବିର…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?