Posted inଜାତୀୟ

ଆରବିଆଇର ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୭।୬: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣ ବଜେଟ ପୂର୍ବରୁ ଆରବିଆଇର ବହୁ ପ୍ରତୀକ୍ଷିତ ମୁଦ୍ରା ନୀତି କମିଟି ବୈଠକ ଆଜି ଶେଷ ହୋଇଛି। ଏଥର ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନ କରିବାକୁ କମିଟି ପୁଣି ଥରେ ନିଷ୍ପତ୍ତି ନେଇଛି। ଏହାର ଅର୍ଥ ହେଉଛି ରେପୋ ରେଟ୍‌ ୬.୫ ପ୍ରତିଶତରେ ସ୍ଥିର ରହିବାକୁ ଯାଉଛି। ରିଜର୍ଭ ବ୍ୟାଙ୍କର ଶକ୍ତିଶାଳୀ ମୁଦ୍ରା ନୀତି କମିଟିର କ୍ରମାଗତ ଅଷ୍ଟମ ବୈଠକରେ ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। କେନ୍ଦ୍ରୀୟ ବ୍ୟାଙ୍କର ଏମ୍‌ପିସି ଗତ ଫେବୃଆରୀ ୨୦୨୩ରେ ରେପୋ ରେଟ୍‌କୁ ବଦଳାଇ ଦେଇଥିଲା ଏବଂ ପରେ ଏହାକୁ ୬.୫ ପ୍ରତିଶତକୁ ବୃଦ୍ଧି କରାଯାଇଥିଲା। ଏହାର ଅର୍ଥ ହେଉଛି ରେପୋ ରେଟ୍‌ ୧୬ ମାସ ପାଇଁ ସମାନ ସ୍ତରରେ ସ୍ଥିର ରହିଛି।
ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଘୋଷଣା ସୁଧ ହାରରେ ହ୍ରାସ ଆଶା କରୁଥିବା ଲୋକଙ୍କୁ ନିରାଶ କରିଛି। ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନ ହେବା ଯୋଗୁ, ଲୋକଙ୍କ ଇଏମ୍‌ଆଇଭାରରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏହି ଘୋଷଣା ସେହି ନିବେଶକମାନଙ୍କ ପାଇଁ ଏକ ଖୁସି ଖବର, ଯେଉଁମାନେ ଏଫ୍‌ଡିରେ ଟଙ୍କା ବିନିଯୋଗ କରିବାକୁ ପସନ୍ଦ କରନ୍ତି। ହାଇ ରେପୋ ରେଟ୍‌ ସ୍ଥିର ରହିବା ଅର୍ଥ ହେଉଛି ଏଫ୍‌ଡି ଉପରେ ଅଧିକ ସୁଧର ଲାଭ ଉପଲବ୍ଧ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

କେସିଙ୍ଗା ଶିକ୍ଷା ବ୍ୟବସ୍ଥାକୁ ନେଇ ଅପପ୍ରଚାର: ଦୃଢ଼ କାର୍ଯ୍ୟାନୁଷ୍ଠାନ ଚେତାବନୀ

କେସିଙ୍ଗା, ୧୩।୮( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର କେତେକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଥିବାବେଳେ, ଅନ୍ୟ କେତେକ ସ୍କୁଲରେ ଅଧିକ ଶିକ୍ଷକ ରହିଛନ୍ତି। ଏହି…

‘ଏଠାରେ ଏସବୁ ନାଟକ ଚଳିବନି’, ଅଭିଜିତ ଦୀପକେଙ୍କୁ ପାର୍କରୁ ତଡ଼ିଦେଲେ ଲୋକେ, ଜାଣନ୍ତୁ ପୂରା ଘଟଣା

ନୂଆଦିଲ୍ଲୀ,୧୩।୮: ଜନ୍ତର-ମନ୍ତର ସିଜନ-୨ର ପ୍ରସ୍ତୁତି ପାଇଁ ଦିଲ୍ଲୀରେ ବୈଠକ କରିବାକୁ ସ୍ଥାନ ଖୋଜୁଥିବା ଅଭିଜିତ ଦୀପକେ ଏବଂ ତାଙ୍କ ଟିମ୍‌କୁ ଏକ ରେସିଡେଣ୍ଟ ସୋସାଇଟିର ପାର୍କକୁ ଯିବା…

ଗାଁ ମୁହାଁ ୪ ଟିକିଆ ହାତୀ: ଭୟରେ କୋତାଗୁଡା ଗ୍ରାମବାସୀ

ଗୁଣପୁର,୧୩।୮(ସୁଜାତା ପାଢ଼ୀ):ରାୟଗଡା ଗୁଣପୁର ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର କୋତାଗୁଡା ଗାଁ ନିକଟରେ ଗୁରୁବାର ସକାଳେ ୪ ଟିକିଆ ହାତୀଙ୍କୁ ଦେଖିବାକୁ ମିଳିଛି l କାଦୁଆ ରାସ୍ତା…

ରାସ୍ତାର ସ୍ଥିତି ଶୋଚନୀୟ: ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ

ନନ୍ଦପୁର, ୧୩/୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅତଣ୍ଡା ପଞ୍ଚାୟତର ଶ୍ରିଗାମପୁଟ ଗାଁକୁ ସଂଯୋଗ ରାସ୍ତାର ଶୋଚନୀୟ ସ୍ଥିତି ଗୁରୁବାର ସକାଳୁ ଜନନୀଯନ୍ତ୍ରଣାର କାରଣ ସାଜିଛି।…

ରାଶନ ନେଉଥିବା ଲୋକଙ୍କ ପାଇଁ ଜରୁରୀ ଖବର: ଏଣିକି ଖାତାକୁ ଆସିବ ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୩।୮: ଚଣ୍ଡୀଗଡ଼ ଏବଂ ଦାଦ୍ରା ଓ ନଗର ହାବେଳି ଏବେ ଏପରି ଦୁଇଟି କେନ୍ଦ୍ରଶାସିତ ପ୍ରଦେଶ ହୋଇଛି, ଯେଉଁଠାରେ ୧୪ ଅଗଷ୍ଟ ୨୦୨୬ରୁ ସରକାର ଡିଜିଟାଲ ରୁପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri