ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ଡିଜିଟାଲ ମୁଦ୍ରା ମାଧ୍ୟମରେ କାରବାର କରିବା ପାଇଁ RBI ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଦେଇଛି। ଏହି ପଦକ୍ଷେପ ଦ୍ୱାରା ଆନ୍ତର୍ଜାତୀୟ ବାଣିଜ୍ୟ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ପେମେଣ୍ଟ ପ୍ରକ୍ରିୟା ଅଧିକ ସହଜ ହେବ ବୋଲି ଆଶା କରାଯାଉଛି।

ଚଳିତ ବର୍ଷ ଭାରତରେ ଅନୁଷ୍ଠିତ ହେବ ୨୦୨୬ ବ୍ରିକ୍ସ ସମ୍ମିଳନୀ। ଏଠାରେ ଏହି ପ୍ରସ୍ତାବକୁ ସାମିଲ କରିବା ପାଇଁ ଆରବିଆଇ ସରକାରଙ୍କୁ ସୁପାରିଶ କରିଛି। ଯଦି ଏହି ପ୍ରସ୍ତାବ ଗୃହିତ ହୁଏ, ତେବେ ଏହା ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ଏକ ସ୍ୱତନ୍ତ୍ର ମୁଦ୍ରା ପ୍ରଚଳନ ହେବ। ଏହା ଦ୍ୱାରା ଆମେରିକୀୟ ଡଲାର ଉପରେ ନିର୍ଭରଶୀଳତା କମିପାରେ।

ବ୍ରିକ୍ସରେ ବ୍ରାଜିଲ, ରୁଷ, ଭାରତ, ଚାଇନା ଏବଂ ଦକ୍ଷିଣ ଆଫ୍ରିକା ସହିତ ୟୁନାଇଟେଡ ଆରବ ଏମିରେଟ୍ସ, ଇରାନ ଏବଂ ଇଣ୍ଡୋନେସିଆ ଭଳି ସଦସ୍ୟ ମଧ୍ୟ ସାମିଲ ଅଛନ୍ତି।

ଭାରତର ଡିଜିଟାଲ ମୁଦ୍ରା ‘ଇ-ରୁପି’ ଡିସେମ୍ବର ୨୦୨୨ରୁ ଆରମ୍ଭ ହୋଇ ପ୍ରାୟ ୭୦ ଲକ୍ଷ ଉପଭୋକ୍ତା ପାଇସାରିଛି। ଭାରତ ଚାହୁଁଛି ଯେ ଏହି ଡିଜିଟାଲ ମୁଦ୍ରା ଅନ୍ୟ ଦେଶର CBDC ସହ ସଂଯୋଗ ହୋଇ ବିଶ୍ୱସ୍ତରରେ ଭାରତୀୟ ମୁଦ୍ରାର ବ୍ୟବହାର ବୃଦ୍ଧି ପାଉ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

ଇରାନ୍‌ର ଆତ୍ମସମର୍ପଣ ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ଦୁବାଇ,୭ା୩: ଇରାନ୍‌ ବିରୋଧୀ ଯୁଦ୍ଧ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶୁକ୍ରବାର ଇରାନ୍‌ର ନିଃସର୍ତ୍ତ ଆତ୍ମସମର୍ପଣ ଦାବି କରିଛନ୍ତି। ତେହରାନ୍‌ ଆତ୍ମସମର୍ପଣ…

ଗ୍ରାହକଙ୍କୁ ବଡ଼ ଝଟକା: ଯୁଦ୍ଧ ଯୋଗୁ ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ସାରା ଦେଶରେ ପଡୁଛି। ଇରାନ ହେର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି, ଯାହା ଫଳରେ ଆମଦାନୀ…

ନୀତିଶ ଯିବେ ଦିଲ୍ଲୀ, ବିହାର ସମ୍ଭାଳିବେ ପୁଅ; କାଲିଠାରୁ ସକ୍ରିୟ ରାଜନୀତିରେ ଏଣ୍ଟ୍ରି, ହୋଇପାରନ୍ତି Dy CM

ପାଟନା,୬।୩: ବିହାର ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ରାଜନୀତି ଛାଡ଼ି ଜାତୀୟ ରାଜନୀତିକୁ ଯିବା ପ୍ରାୟତଃ ସ୍ପଷ୍ଟ…

ଇରାନକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ବିନା ସର୍ତ୍ତରେ ଆତ୍ମସମର୍ପଣ କର, ନଚେତ୍…

ୱାଶିଂଟନ/ତେହେରାନ,୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଶୁକ୍ରବାର ନିଜ ସୋସିଆଲ ମିଡିଆ ପ୍ଲାଟଫର୍ମ ’ଟ୍ରୁଥ ସୋସିଆଲ’…

ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା! ଆଗାମୀ ୩ଦିନ ଏସବୁ ଜିଲାରେ ପ୍ରବଳ ବର୍ଷା, ଆଲର୍ଟ ଜାରି…

ଭୁବନେଶ୍ୱର,୬।୩: ରାଜ୍ୟରେ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ବର୍ଷା ସମ୍ଭାବନା । ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ରହିବ ପ୍ରଭାବ । ୧୨ଟି ଜିଲ୍ଲାକୁ ୟେଲୋ ଆଲର୍ଟ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri