ଆର୍‌ବିଆଇର ନ୍ୟୁ ଗ୍ରୀନ୍‌ ଫିଲ୍ଡ ଡାଟା ସେଣ୍ଟର

ଭୁବନେଶ୍ୱର,୨୩।୩: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)ର ଗଭର୍ନର ଶକ୍ତିକାନ୍ତ ଦାସ ବୁଧବାର ଭୁବନେଶ୍ୱରଠାରେ ନ୍ୟୁ ଗ୍ରୀନ୍‌ ଫିଲ୍ଡ ଡାଟା ସେଣ୍ଟର ଏବଂ ଏଣ୍ଟରପ୍ରାଇଜ୍‌ କମ୍ପ୍ୟୁଟିଂ ଆଣ୍ଡ ସାଇବର ସିକ୍ୟୁରିଟି ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌ ପ୍ରତିଷ୍ଠା ପାଇଁ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କ ସମେତ ଓଡ଼ିଶା ସରକାରଙ୍କ ବହୁ ବରିଷ୍ଠ ଅଧିକାରୀ, ବରିଷ୍ଠ ବ୍ୟାଙ୍କ ଅଧିକାରୀ ଓ ଆର୍‌ବିଆଇର ଅଧିକାରୀମାନେ ଉପସ୍ଥିତ ଥିଲେ।

ଏହି ପରିପ୍ରେକ୍ଷୀରେ ଦାସ କହିଛନ୍ତି, କୋଭିଡ୍‌ ମହାମାରୀରୁ ଦେଶ ମୁକୁଳିଯାଇଛି। ଏପରିକି ମହାମାରୀରୁ ସଫଳ ପୁନରୁଦ୍ଧାର ପାଇଁ ବର୍ଷ ବର୍ଷ ଧରି ଆର୍ଥିକ କ୍ଷେତ୍ର ଏବଂ ଆର୍‌ବିଆଇର କାର୍ଯ୍ୟକଳାପକୁ ସୁଦୃଢ଼ କରିବାରେ ବୈଷୟିକ ଜ୍ଞାନକୌଶଳର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସେ ପ୍ରଶଂସା କରିଥିଲେ। ସେହିଭଳି ଏକ ଭବିଷ୍ୟତ ପ୍ରସ୍ତୁତ ରିଜର୍ଭ ବ୍ୟାଙ୍କ ପାଇଁ ଅତ୍ୟାଧୁନିକ ଗବେଷଣା ପ୍ରକ୍ରିୟା ଏବଂ ଦକ୍ଷତା ବିକାଶ ସହ ମୁଖ୍ୟତଃ ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ୍‌, ଟେକ୍ନୋଲୋଜି ଏବଂ ସାଇବର ସିକ୍ୟୁରିଟି କ୍ଷେତ୍ରରେ କମ୍ପ୍ୟୁଟିଂ ଭିତ୍ତିଭୂମିର ଅଭିବୃଦ୍ଧି ଉପରେ ଦାସ ଗୁରୁତ୍ୱାରୋପ କରିଥିଲେ। ଅପରପକ୍ଷରେ ଆର୍‌ବିଆଇର ନ୍ୟୁ ଡାଟା ସେଣ୍ଟର ଏବଂ ଏଣ୍ଟରପ୍ରାଇଜ୍‌ କମ୍ପ୍ୟୁଟିଂ ଆଣ୍ଡ ସାଇବର ସିକ୍ୟୁରିଟି ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌ ୧୮.୫୫ ଏକର ପରିମିତ ଅଞ୍ଚଳରେ କାର୍ଯ୍ୟକ୍ଷମ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

ଜଳବାୟୁ ପରିବର୍ତ୍ତନ ପାଇଁ ବଢ଼ୁଛି ଦରଦାମ

ଭୁବନେଶ୍ୱର,୨୬ା୪(ଅନୁରାଧା ମହାରଣା): ଆସନ୍ତା ୫ବର୍ଷ ମଧ୍ୟରେ ଦେଶର ଅର୍ଥନୀତିର ବିକାଶ ନେଇ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଆକଳନ କରିଥିବାବେଳେ ପାଣିପାଗ ପରିବର୍ତ୍ତନ ଦରଦାମ ହ୍ରାସରେ ବାଧକ...

ଭୋଡାଫୋନ ଆଇଡିଆକୁ ମିଳିଲା ନୂଆ ଜୀବନ, କରିବ ସ୍ମାର୍ଟ ଏଣ୍ଟ୍ରି

ନୂଆଦିଲ୍ଲୀ,୨୫।୪: ଆଦିତ୍ୟ ବିର୍ଲା ଗ୍ରୁପ ଚେୟାରମ୍ୟାନ କୁମାର ମଙ୍ଗଳମ ବିର୍ଲା କହିଛନ୍ତି ଯେ ଟେଲିକମ କମ୍ପାନୀ ଭୋଡାଫୋନ ଆଇଡିଆର ୧୮,୦୦୦ କୋଟି ଟଙ୍କା ସଂଗ୍ରହ କମ୍ପାନୀ...

ଅମ୍ବାନୀ ଆଣିଲେ ୧ ଟଙ୍କାରେ ଓଟିଟିର ଜବରଦସ୍ତ ପ୍ଲାନ୍‌: ଆମାଜନ, ନେଟଫ୍ଲିକ୍ସକୁ ମିଳିବ ଟକ୍କର

ନୂଆଦିଲ୍ଲୀ,୨୫।୪: ମୁକେଶ ଅମ୍ବାନୀଙ୍କ ଜିଓସିନେମା ପ୍ଲାଟଫର୍ମରେ ଏବେ ଦୈନିକ ୧ ଟଙ୍କାରୁ କମ୍‌ ଖର୍ଚ୍ଚ କରି ହଲିଉଡ୍‌ ଫିଲ୍ମ ଏବଂ ଟିଭି ଶୋ’ର ମଜା ନେଇପାରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri