ଆର୍‌ବିଆଇର ଦିନିକିଆ ଟାଉନ୍‌ ହଲ୍‌ ମିଟିଂ

ଭୁବନେଶ୍ୱର,୨୦।୩: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ଆୟୋଜିତ ଏକ ଦିନିକିଆ ଟାଉନ୍‌ ହଲ୍‌ ମିଟିଂ(ବୈଠକ) ମଙ୍ଗଳବାର ବାଲେଶ୍ୱର ଏନ୍‌ଓସିସିଆଇ ବିଜ୍‌ନେସ୍‌ ପାର୍କଠାରେ ଅନୁଷ୍ଠିତ ହୋଇଯାଇଛି। ବିଶେଷ କରି ସୂକ୍ଷ୍ମ ଏବଂ ଲଘୁ ଓ ମଧ୍ୟମ ଉଦ୍ୟୋଗୀ (ଏମ୍‌ଏସ୍‌ଏମ୍‌ଇ)ଗୁଡ଼ିକ ନିକଟରେ ପହଞ୍ଚତ୍ବା ସହ ବ୍ୟାଙ୍କିଙ୍ଗ୍‌ ସୁବିଧା ବିଷୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହି ବୈଠକ ହୋଇଥିଲା। ଏପରିକି ଉକ୍ତ ବୈଠକରେ ଏମ୍‌ଏସ୍‌ଏମ୍‌ଇ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ସମ୍ପର୍କରେ ବିସ୍ତୃତ ଆଲୋଚନା ମଧ୍ୟ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଆର୍‌ବିଆଇ ଭୁବନେଶ୍ୱରର କ୍ଷେତ୍ରୀୟ ନିର୍ଦ୍ଦେଶକ ଡ. ସାରଦା ପ୍ରସନ୍ନ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ ଆୟୋଜିତ ହୋଇଥିବାବେଳେ ଓଡ଼ିଶା ଶିଳ୍ପ ନିର୍ଦ୍ଦେଶକ ଡି. ପ୍ରଶାନ୍ତ କୁମାର ରେଡ୍ଡି, ଏସ୍‌ଏଲ୍‌ବିସି ମହାପ୍ରବନ୍ଧକ ତଥା କନ୍‌ଭେନର ଗୌତମ ପାତ୍ର, ସିଡ୍‌ବିର ଉପମହାପ୍ରବନ୍ଧକ ପ୍ରଦ୍ୟୁମ୍ନ କୁମାର ଚୌଧୁରୀଙ୍କ ସମେତ ଏସ୍‌ବିଆଇ ଓ ବିଓଆଇର ଉପମହାପ୍ରବନ୍ଧକ ପ୍ରମୁଖ ଉପସ୍ଥିତ ଥିଲେ। ଉକ୍ତ ବୈଠକରେ ବାଲେଶ୍ୱର ଜିଲାର ଏମ୍‌ଏସ୍‌ଏମ୍‌ଇ ସଂଘ ଯଥା ବିସିଆଇସି, ଏନ୍‌ଓସିସିଆଇ, ବାଲେଶ୍ୱର ଜିଲା ଶିଳ୍ପକେନ୍ଦ୍ରର ମହାପ୍ରବନ୍ଧକ, ଆଞ୍ଚଳିକ ପ୍ରବନ୍ଧକ ଏବଂ ବାଲେଶ୍ୱର ଜିଲାର ପ୍ରମୁଖ ବ୍ୟାଙ୍କର ଅନ୍ୟ ଅଧିକାରୀ, ଏଲ୍‌ଡିଏମ୍‌, ଡିଡିଏମ୍‌ (ନାବାର୍ଡ) ଓ ଆର୍‌ଏସ୍‌ଇଟିଆଇ ନିର୍ଦ୍ଦେଶକ, ବାଲେଶ୍ୱର ଜିଲାର ଅନ୍ୟ ଉଦ୍ୟୋଗୀଙ୍କ ସମେତ ୧୭୦ରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ଅପରପକ୍ଷରେ ଏମ୍‌ଏସ୍‌ଏମ୍‌ଇ ଉଦ୍ୟୋଗୀମାନଙ୍କ ପାଇଁ ଏକ ଆଲୋଚନାଚକ୍ରର ଆୟୋଜନ କରାଯାଇଥିଲା। ଏଥିରେ ବିଭିନ୍ନ ଅଂଶଗ୍ରହଣକାରୀ ସେମାନଙ୍କ ପ୍ରଶ୍ନ ପଚାରିବା ସହ ବ୍ୟାଙ୍କ ଫାଇନାନ୍ସ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସଙ୍ଗରେ ସେମୋନେ ସମ୍ମୁଖୀନ ହେଉଥିବା ସମସ୍ୟା ବିଷୟରେ ସେମାନଙ୍କ ମତାମତ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

ଆମେରିକା-ଇରାନ ଡିଲ୍‌ରେ ଏହି ଦେଶ ସାମିଲ, ଜାଣିଲେ ହୋଇଯିବେ ତାଜୁବ

ଓ୍ବାଶିଂଟନ୍‌,୨୪।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦର ମଧ୍ୟସ୍ଥତା ପାଇଁ ପ୍ରୟାସ ଜୋର ଧରିଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri